Posted inଜାତୀୟ

ନେତାଙ୍କ ସୁରକ୍ଷାରେ ନିର୍ଭୟା ପାଣ୍ଠିର ଗାଡ଼ି

ମୁମ୍ବାଇ,୧୨।୧୨: ମହିଳାଙ୍କ ବିରୋଧରେ ଅପରାଧ ବଢ଼ୁଥିବାରୁ ଏହାକୁ ରୋକିବା ଲାଗି ନିର୍ଭୟା ପାଣ୍ଠି ଗଠନ କରାଯାଇଥିଲା। ଏହି ପାଣ୍ଠି ଅର୍ଥରେ ମୁମ୍ବାଇ ପୋଲିସ ଚଳିତ ବର୍ଷ କେତେକ ଗାଡ଼ି କିଣିଥିଲା। ଉକ୍ତ ଗାଡ଼ି ମହିଳାଙ୍କ ସୁରକ୍ଷାରେ ନ ଲାଗି ଏବେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ପରିଚାଳିତ ଶିବସେନା ଗୋଷ୍ଠୀର ବିଧାୟକ ଏବଂ ଏମ୍‌ପିମାନଙ୍କ ସୁରକ୍ଷାରେ ବ୍ୟବହୃତ ହେଉଥିବା ଜଣାପଡ଼ିଛି।

ନେତାମାନଙ୍କୁ ଓ୍ବାଇ-ପ୍ଲସ୍‌ ସୁରକ୍ଷା ଯୋଗାଇଦେବାରେ ଉକ୍ତ ଗାଡ଼ିଗୁଡ଼ିକୁ ବ୍ୟବହାର କରାଯାଉଥିବା ଜଣେ ପୋଲିସ ଅଧିକାରୀ କହିଛନ୍ତି। ଏହାକୁ ନେଇ ବିରୋଧୀ ଦଳ କଂଗ୍ରେସ ଏବଂ ଏନ୍‌ସିପି ଶିନ୍ଦେ ସରକାରଙ୍କୁ ସମାଲୋଚନା କରିଛନ୍ତି। ମହିଳାଙ୍କ ସୁରକ୍ଷା ଲାଗି ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବା ନିମନ୍ତେ କେନ୍ଦ୍ର ସରକାର ୨୦୧୩ରୁ ରାଜ୍ୟଗୁଡ଼ିକୁ ନିର୍ଭୟା ପାଣ୍ଠି ଯୋଗାଇ ଆସୁଛନ୍ତି। ମହିଳାଙ୍କ ଅପେକ୍ଷା ଶାସକ ବିଧାୟକଙ୍କୁ ସୁରକ୍ଷା ଦେବା ଅଧିକ ଗୁରୁତ୍ୱପୂର୍ଣ୍ଣ କି ବୋଲି ବିରୋଧୀ ପ୍ରଶ୍ନ କରିଛନ୍ତି।

ସୂଚନାଯୋଗ୍ୟ, ଗତ ଜୁନ୍‌ରେ ମୁମ୍ବାଇ ପୋଲିସ ନିର୍ଭୟା ପାଣ୍ଠିରେ ୨୨୦ଟି ବୋଲେରୋ, ୩୫ ଏର୍ଟିଗା, ୩୧୩ ପଲ୍‌ସର ମୋଟରସାଇକେଲ ଏବଂ ୨୦୦ ଆକ୍ସିଭା କିଣିଥିଲା। ଏହି ଗାଡ଼ିଗୁଡ଼ିକୁ ଜୁଲାଇ ମାସରେ ମୁମ୍ବାଇର ୯୭ଟି ଥାନା, ସାଇବର, ଟ୍ରାଫିକ୍‌ ଏବଂ ଊପକୂଳ ପୋଲିସ ୟୁନିଟ୍‌କୁ ଯୋଗାଇ ଦିଆଯାଇଥିଲା। ପରେ ସେଥିରୁ ୪୭ଟି ବୋଲେରୋକୁ ଶିନ୍ଦେ ଗୋଷ୍ଠୀ ବିଧାୟକ ଓ ଏମ୍‌ପିଙ୍କ ଏସ୍‌କର୍ଟ ଯାନ ଭାବେ ବ୍ୟବହାର କରିବାକୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

ମୃତ୍ୟୁ ପୂର୍ବରୁ ବନ୍ଧୁଙ୍କୁ ଏହି ଶେଷ ମେସେଜ କରିଥିଲେ ନାନା ପାଟେକର, ନିଜର ଯନ୍ତ୍ରଣା ପ୍ରକାଶ କରି…

ମୁମ୍ବାଇ: ଭାରତୀୟ ସିନେ ଜଗତର ଭେଟେରାନ ଅଭିନେତା ନିଜର ଦମଦାର ଅଭିନୟ, ଅନନ୍ୟ ଡାଏଲଗ୍‌ କହିବା ଶୈଳୀରେ ବେଶ୍‌ ପରିଚିତ ଥିବା ନାନା ପାଟେକରଙ୍କ ବୁଧବାର ବିଳମ୍ବିତ…

ଦୋକାନବଜାର ବନ୍ଦ, ଗାଡ଼ି ଚଳାଚଳ ଠପ୍‌: କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦର ପ୍ରଭାବ

କର୍ଲାମୁଣ୍ଡା, ୮।୧୦(ପ୍ରଦୀପ କୁମାର ସାହୁ): ଗୁରୁବାର ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ବନ୍ଦ ଯୋଗୁ ସକାଳୁ ବ୍ଲକର…

ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ବାଇକ୍‌ରେ କାମକୁ ଯାଉଥିଲେ ଯୁବକ, ଧକ୍କା ଦେଲା ଟ୍ରାକ୍ଟର: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଥୁଆମୂଳ ରାମପୁର, ୭।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?