ସକାଳ ୯ଟା ପୂର୍ବରୁ ଆସିବ ସଫେଇ ଗାଡ଼ି, ଅବହେଳା କଲେ କାର୍ଯ୍ୟାନୁଷ୍ଠାନ

କଟକ,୧୩ା୨ (କାର୍ତ୍ତିକ ସାହୁ) କଟକ ସହରର ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ସହରରେ ଥିବା ବ୍ୟବସାୟିକ ସଂସ୍ଥାଗୁଡିକରୁ ବାହାରୁଥିବା ବର୍ଜ୍ୟର ସୁପରିଚାଳନା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇଛି। ବିଶେଷ କରି ହୋଟେଲ ଓ ରେଷ୍ଟୁରାଣ୍ଟଗୁଡ଼ିକର ପରିମଳ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ ଓ ସୁଦୃଢ଼ କରିବା ଉପରେ ନୂତନ କମିଶନର ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଗୁରୁତ୍ୱ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଚୌଧୁରୀବଜାରସ୍ଥିତ ଟାଉନ୍‌ହଲରେ ଏକ ଗୁରୁ୍‌ତ୍ୱପୂର୍ଣ୍ଣ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ଲଜିଂଗୁଡିକର ମାଲିକମାନେ ବୈଠକରେ ଯୋଗଦେଇଥିଲେ। ହୋଟେଲ ଓ ରେଷ୍ଟୁରାଣ୍ଟରୁ ବାହାରୁଥିବା ବର୍ଜ୍ୟଗୁଡିକୁ ସେମାନେ ସିଏମସିକୁ ସହଜରେ ଯେପରି ହସ୍ତାନ୍ତର କରିପାରିବେ ସେନେଇ ସଚେତନ କରାଯାଇଛି। ପ୍ରତ୍ୟେକ ଦିନ ସକାଳ ୯ଟା ମଧ୍ୟରେ ଅଳିଆ ବୁହା ଗାଡ଼ି ଏହି ବ୍ୟବସାୟ ସଂସ୍ଥାଗୁଡ଼ିକରୁ ଆବର୍ଜନା ସଂଗ୍ରହ କରିବ ବୋଲି ସିଏମସି କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ବ୍ୟବସାୟୀମାନେ ମଧ୍ୟ ଏଥିରେ ପୂର୍ଣ୍ଣ ସହଯୋଗ କରିବେ ବୋଲି ରାଜି ହୋଇଥିଲେ ା ସେମାନେ ଧାର୍ଯ୍ୟ ନିୟମାବଳୀ ନ ମାନି କରି ଅଳିଆ ଆବର୍ଜନା ସିଏମସି ବର୍ଜ୍ୟବୁହା ଗାଡ଼ିରେ ଯଦି ନ ଦିଅନ୍ତି ତେବେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସିଏମସି ପକ୍ଷରୁ ଚେତାଇ ଦିଆଯାଇଛି। ଅତିରିକ୍ତ କମିଶନର ଅନାମ ପାତ୍ର, ଡେପୁଟି କମିଶନର ସୁବ୍ରତ ବେହେରା, ସହର ସ୍ବାସ୍ଥ୍ୟ ଅଧିକାରୀ ଡା. ସତ୍ୟବ୍ରତ ମହାପାତ୍ରଙ୍କ ସମେତ ପରିମଳ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri