Posted inଜାତୀୟ

‘ପାରୋଲ ଦରକାର ନାହିଁ ଆମେ ଜେଲ୍‌ରେ ସୁରକ୍ଷିତ ଅଛୁ’

ଲକ୍ଷ୍ନୌ, ୩୦।୫: ଜେଲ୍‌ରୁ ବାହାରିବା ପାଇଁ ପ୍ରାୟ ଅନ୍ତେବାସୀ ପାରୋଲ ଲାଗି ଅନେଇ ବସିଥାନ୍ତି। କିନ୍ତୁ ଉତ୍ତର ପ୍ରଦେଶର ୯ ଜେଲ୍‌ରେ କାରାଦଣ୍ଡ ଭୋଗୁଥିବା ୨୧ ଅନ୍ତେବାସୀଙ୍କ କଥା ସମ୍ପୂର୍ଣ୍ଣ ଭିନ୍ନ। କୋଭିଡ୍‌-୧୯ ମହାମାରୀ ସମୟରେ ଆମେ ପାରୋଲରେ ଯିବାକୁ ଚାହୁଁ ନାହୁଁ। ଆମ ପାଇଁ ଜେଲ୍‌ରେ ରହିବା ଅଧିକ ନିରାପଦ ଓ ସ୍ବାସ୍ଥ୍ୟକର ବୋଲି ଜେଲ୍‌ ଅଧିକାରୀଙ୍କୁ ଲିଖିତ ଆକାରରେ ଜଣାଇଛନ୍ତି।

ପାରୋଲ ଦ୍ୱାରା ଜେଲ୍‌ ଦଣ୍ଡକୁ ସାମୟୀକ ଭାବେ ସ୍ଥଗିତ ରଖାଯାଏ। ଉତ୍ତର ପ୍ରଦେଶର ଗାଜିଆବାଦ, ଗୌତମ ବୁଦ୍ଧନଗର, ମୀରଟ, ମହାରାଜଗଞ୍ଜ, ଗୋରଖପୁର ଓ ଲକ୍ଷ୍ନୌର ୯ଟି ଜେଲ୍‌ର କଏଦୀମାନେ ଉପରୋକ୍ତ ଅନୁରୋଧ କରିଛନ୍ତି। ଏହାକୁ ରବିବାର ସ୍ପଷ୍ଟ କରିଛନ୍ତି ଜେଲ୍‌ ପ୍ରଶାସନର ଡିଜି ଆନନ୍ଦ କୁମାର।

ଏହାର କାରଣରେ କଏଦୀମାନେ ଦର୍ଶାଇଛନ୍ତି, ଜେଲରୁ ବାହାରିଲେ ସେମାନଙ୍କୁ ଖାଇବା ଓ ସ୍ବାସ୍ଥ୍ୟ ସୁବିଧା ମିଳିବ ନାହିଁ। ଏହା ଜେଲ୍‌ରେ ଉପଲବ୍ଧ ହେଉଛି। ଜେଲ୍‌ରେ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉଛି। ଖାଦ୍ୟ ସମୟରେ ମିଳୁଛି। ଜେଲ୍‌ରେ ସେମାନେ ସୁରକ୍ଷିତ ଓ ସୁସ୍ଥ ଅଛନ୍ତି। ଜେଲରୁ ବାହାରିବା ପରେ ବଞ୍ଚିବା ପାଇଁ ସଂଘର୍ଷ କରିବାକୁ ପଡ଼ିବ। କଏଦୀମାନେ ଲିଖିତ ଆକାରରେ ଅନୁରୋଧ କରିଥିବାରୁ ଆମକୁ ଗ୍ରହଣ କରିବାକୁ ପଡ଼ିବ ବୋଲି ଡିଜି ଆନନ୍ଦ କହିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ବିଗିଡ଼ିବା ପରେ ଜେଲରୁ ୨୨ ହଜାର କଏଦୀଙ୍କୁ ପାରୋଲ କିମ୍ବା ଜାମିନରେ ଛଡ଼ା ଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri