ଦାରିଙ୍ଗବାଡ଼ିରେ ପର୍ଯ୍ୟଟକଙ୍କ ସୁରକ୍ଷା ଯାଞ୍ଚ: ୧୦ ଗ୍ୟାସ୍‌ ସିଲିଣ୍ଡର ଜବତ, ୨୭ ହଜାର ଜରିମାନା

ଦାରିଙ୍ଗବାଡ଼ି,୨।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଅଞ୍ଚଳରେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ହୋଟେଲ ରହିଥିବା ବେଳେ ଏକାଧିକ ଜଳଖିଆ ଦୋକାନ ଏବଂ ମିଲ୍ସ ହୋଟେଲ ରହିଛି। ହେଲେ ରାତ୍ରିଯାପନ କରୁଥିବା ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶାସନ ପକ୍ଷରୁ ଲଜ୍‌ ଏବଂ ହୋଟେଲଗୁଡ଼ିକରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ଅଧିକାରୀମାନେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ସମେତ ଖାଦ୍ୟ ସୁରକ୍ଷା, ରନ୍ଧନ ଗ୍ୟାସ, ପଞ୍ଚାୟତ କାର୍ଯ୍ୟାଳୟର ଏନ୍‌ଓସି ସହ ଲଜ୍‌ଗୁଡ଼ିକର ରେଜିଷ୍ଟର ଯାଞ୍ଚ ଏବଂ ପର୍ଯ୍ୟଟକଙ୍କ ଆଧାର, ଠିକଣା ଠିକ୍‌ ଭାବେ ରେଜିଷ୍ଟର ମେଣ୍ଟେନ କରାଯାଉଛି କି ନାହିଁ ତାହା ଯାଞ୍ଚ କରାଯାଇଥିଲା। ଏଥିସହ ବିଭିନ୍ନ ପ୍ରମାଣପତ୍ର ଆଦି ଯାଞ୍ଚ କରାଯାଇଥିଲା।

ଯାଞ୍ଚ ବେଳେ ଏକାଧିକ ହୋଟେଲରେ ତ୍ରୁଟି ପରିଲକ୍ଷିତ ହୋଇଥିବା ବେଳେ ପଚା ଖାଦ୍ୟଗୁଡ଼ିକୁ ପ୍ରଶାସନ ନଷ୍ଟ କରିଥିଲା। ଏଥିସହ ହୋଟେଲରେ ଘରୋଇ ପାଇଁ ବ୍ୟବହୃତ ହେଉଥିବା ୧୦ ସିଲିଣ୍ଡର(ଟାଙ୍କି) ପ୍ରଶାସନ ଜବତ କରିଥିଲା। ଏଥିସହ ୫ ହୋଟେଲ, ଲଜ୍‌, ରେଷ୍ଟୁରାଣ୍ଟରୁ ୨୭ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି।

ଚଢ଼ାଉରେ ସ୍ଥାନୀୟ ବିଡିଓ ଗଦାଧର ପାତ୍ର, ତହସିଲଦାର ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶରତ ଶବର, ଆଇଆଇସି ଆନନ୍ଦ ଚନ୍ଦ୍ର ଦଣ୍ଡପାଟ, ଯୋଗାଣ ନିରୀକ୍ଷକ ନୀହାର ରଞ୍ଜନ ବେହେରା, ଅଗ୍ନିଶମ ବିଭାଗ ହାବିଲଦାର ସତ୍ୟନାରାୟଣ ବେହେରା ପ୍ରମୁଖ ସାମିଲ ଥିଲେ। ପ୍ରଶାସନର ଏଭଳି ଚଢ଼ାଉକୁ ସ୍ଥାନୀୟ ଲୋକେ ସ୍ବାଗତ କରିଛନ୍ତି। ଅନ୍ୟପକ୍ଷେ ଭୟରେ କେତେକ ହୋଟେଲ, ରେଷ୍ଟୁରାଣ୍ଟ ମାଲିକ ବନ୍ଦ କରି ଦେଇଥିବା ଜଣାପଡିଛି। ଏନେଇ ପରବର୍ତ୍ତୀ ସମୟରେ ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯିବ ବୋଲି ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri