ସାଗାସାହି ସୋଲାର ମଡେଲ ଗ୍ରାମରେ ପରିଣତ

ଭୁବନେଶ୍ୱର,୬।୩: ଆର୍ସେଲର ମିତ୍ତଲ ନିପ୍ପନ୍‌ ଷ୍ଟିଲ୍‌ ଇଣ୍ଡିଆ (ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ) ପକ୍ଷରୁ ସୁନ୍ଦରଗଡ଼ ଜିଲାର କୋଇଡା ବ୍ଲକର ସାଗାସାହି ଗ୍ରାମକୁ ଏକ ସୋଲାର ମଡେଲ ଗ୍ରାମରେ ପରିଣତ କରାଯାଇଛି। ବିଶେଷକରି କମ୍ପାନୀର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) ଅଭିଯାନ ଜରିଆରେ ସମ୍ପୃକ୍ତ ଗ୍ରାମକୁ ପୋଷ୍ୟ ଭାବେ ଗ୍ରହଣ କରିବା ସହ ପ୍ରଥମ ସୋଲାର ମଡେଲ ଗ୍ରାମ ଭାବେ ଉକ୍ତ ପ୍ରକଳ୍ପର ଉଦ୍‌ଘାଟନ ମଧ୍ୟ କରାଯାଇଛି।

ଏହି ଅବସରରେ ବଣାଇ ଡିଭିଜନର ସବ୍‌କଲେକ୍ଟର ସୁରଞ୍ଜନ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କୋଇଡା ବିଡିଓ ପଲ୍ଲବୀ ରାଜ, ତହସିଲଦାର ଡି.ଏସ.ଯୋଶୀ, ଜିଲା ପରିଷଦ ସଦସ୍ୟ ଅଶୋକ ନାୟକ, କାସିରା ସରପଞ୍ଚ ରାନୀ ଲୋହରଙ୍କ ସମେତ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ହେଡ୍‌ ଟେକ୍ନିକାଲ ସର୍ଭିସ ସତୀଶ ମହାନ୍ତି, ଏଏମଏନଏସ ଇଣ୍ଡିଆ ମାଇନ୍ସ ମ୍ୟାନେଜର ବାବୁ ଲିଙ୍ଗାମାଗୁଣ୍ଟା ଓ କମ୍ପାନୀର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଏ ସମ୍ପର୍କରେ ବଣାଇ ଡିଭିଜନ୍‌ ସବ୍‌କଲେକ୍ଟର ସୁରଞ୍ଜନ ସାହୁ କହିଛନ୍ତି, ଦାରିଦ୍ର୍ୟ ଦୂରୀକରଣ ତଥା ସ୍ବଚ୍ଛ ଶକ୍ତିର ପ୍ରୋତ୍ସାହନ ପାଇଁ ସ୍ଥାୟୀ ବିକାଶ ଲକ୍ଷ୍ୟ ପୂରଣ କରିବାରେ ଓଡିଶା ସରକାରଙ୍କ ଉଦ୍ୟମକୁ ଏଏମ୍‌ଏନଏସ୍‌ ଇଣ୍ଡିଆର ଯୋଗଦାନ ବାହୁମାତ୍ରାରେ ସାହାଯ୍ୟ କରିଛି। ବିଶେଷ କରି ସାଗାସାହିରେ ସୌର ଶକ୍ତି ଭିତ୍ତିକ ପଦକ୍ଷେପ ଏଏମ୍‌ଏନଏସ୍‌ ଇଣ୍ଡିଆର ମଡେଲ ଗ୍ରାମ ବିକାଶ ଯୋଜନାର ଏକ ଅଂଶ ହୋଇଥିବା ବେଳେ ଉପାନ୍ତ ଅଞ୍ଚଳରେ ଗୋଷ୍ଠୀ ଉନ୍ନତି ନିମନ୍ତେ ସ୍ବାସ୍ଥ୍ୟ, ଶିକ୍ଷା, ଜୀବିକା, ଦକ୍ଷତା ବିକାଶ, ଜଳ, ପରିମଳ, କ୍ରୀଡା ଏବଂ ସଂସ୍କୃତି କ୍ଷେତ୍ରରେ ନିଆଯାଇଥିବା ପଦକ୍ଷେପଗୁଡ଼ିକରେ ସୌର ଶକ୍ତିର ସୁବିଧା ଏକ ଅତିରିକ୍ତ ପଦକ୍ଷେପ ବୋଲି ସେ ମତପ୍ରକାଶ କରିଛନ୍ତି। ସେହିଭଳି ଏଏମ୍‌ଏନଏସ୍‌ ଇଣ୍ଡିଆର ସିଏସଆର ମୁଖ୍ୟ ଡ. ବିକାଶ ୟାଦଭେନ୍ଦୁ କହିଛନ୍ତି, ଆମେ ଜିଲା ପ୍ରଶାସନ ସହ ଆମର ସିଏସଆର ସହଭାଗିତା ଜାରି ରଖିବୁ। ବିଶେଷକରି ସ୍ଥାନୀୟ ଅଞ୍ଚଳର ଶିଶୁ, ମହିଳା, ଯୁବକ ଏବଂ କୃଷକମାନଙ୍କ ବିକାଶ ପାଇଁ ଅଧିକ ସୁଯୋଗ ଆଣିବୁ ବୋଲି ୟାଦଭେନ୍ଦୁ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri