ସାଗାସାହି ସୋଲାର ମଡେଲ ଗ୍ରାମରେ ପରିଣତ

ଭୁବନେଶ୍ୱର,୬।୩: ଆର୍ସେଲର ମିତ୍ତଲ ନିପ୍ପନ୍‌ ଷ୍ଟିଲ୍‌ ଇଣ୍ଡିଆ (ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ) ପକ୍ଷରୁ ସୁନ୍ଦରଗଡ଼ ଜିଲାର କୋଇଡା ବ୍ଲକର ସାଗାସାହି ଗ୍ରାମକୁ ଏକ ସୋଲାର ମଡେଲ ଗ୍ରାମରେ ପରିଣତ କରାଯାଇଛି। ବିଶେଷକରି କମ୍ପାନୀର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) ଅଭିଯାନ ଜରିଆରେ ସମ୍ପୃକ୍ତ ଗ୍ରାମକୁ ପୋଷ୍ୟ ଭାବେ ଗ୍ରହଣ କରିବା ସହ ପ୍ରଥମ ସୋଲାର ମଡେଲ ଗ୍ରାମ ଭାବେ ଉକ୍ତ ପ୍ରକଳ୍ପର ଉଦ୍‌ଘାଟନ ମଧ୍ୟ କରାଯାଇଛି।

ଏହି ଅବସରରେ ବଣାଇ ଡିଭିଜନର ସବ୍‌କଲେକ୍ଟର ସୁରଞ୍ଜନ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କୋଇଡା ବିଡିଓ ପଲ୍ଲବୀ ରାଜ, ତହସିଲଦାର ଡି.ଏସ.ଯୋଶୀ, ଜିଲା ପରିଷଦ ସଦସ୍ୟ ଅଶୋକ ନାୟକ, କାସିରା ସରପଞ୍ଚ ରାନୀ ଲୋହରଙ୍କ ସମେତ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ହେଡ୍‌ ଟେକ୍ନିକାଲ ସର୍ଭିସ ସତୀଶ ମହାନ୍ତି, ଏଏମଏନଏସ ଇଣ୍ଡିଆ ମାଇନ୍ସ ମ୍ୟାନେଜର ବାବୁ ଲିଙ୍ଗାମାଗୁଣ୍ଟା ଓ କମ୍ପାନୀର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଏ ସମ୍ପର୍କରେ ବଣାଇ ଡିଭିଜନ୍‌ ସବ୍‌କଲେକ୍ଟର ସୁରଞ୍ଜନ ସାହୁ କହିଛନ୍ତି, ଦାରିଦ୍ର୍ୟ ଦୂରୀକରଣ ତଥା ସ୍ବଚ୍ଛ ଶକ୍ତିର ପ୍ରୋତ୍ସାହନ ପାଇଁ ସ୍ଥାୟୀ ବିକାଶ ଲକ୍ଷ୍ୟ ପୂରଣ କରିବାରେ ଓଡିଶା ସରକାରଙ୍କ ଉଦ୍ୟମକୁ ଏଏମ୍‌ଏନଏସ୍‌ ଇଣ୍ଡିଆର ଯୋଗଦାନ ବାହୁମାତ୍ରାରେ ସାହାଯ୍ୟ କରିଛି। ବିଶେଷ କରି ସାଗାସାହିରେ ସୌର ଶକ୍ତି ଭିତ୍ତିକ ପଦକ୍ଷେପ ଏଏମ୍‌ଏନଏସ୍‌ ଇଣ୍ଡିଆର ମଡେଲ ଗ୍ରାମ ବିକାଶ ଯୋଜନାର ଏକ ଅଂଶ ହୋଇଥିବା ବେଳେ ଉପାନ୍ତ ଅଞ୍ଚଳରେ ଗୋଷ୍ଠୀ ଉନ୍ନତି ନିମନ୍ତେ ସ୍ବାସ୍ଥ୍ୟ, ଶିକ୍ଷା, ଜୀବିକା, ଦକ୍ଷତା ବିକାଶ, ଜଳ, ପରିମଳ, କ୍ରୀଡା ଏବଂ ସଂସ୍କୃତି କ୍ଷେତ୍ରରେ ନିଆଯାଇଥିବା ପଦକ୍ଷେପଗୁଡ଼ିକରେ ସୌର ଶକ୍ତିର ସୁବିଧା ଏକ ଅତିରିକ୍ତ ପଦକ୍ଷେପ ବୋଲି ସେ ମତପ୍ରକାଶ କରିଛନ୍ତି। ସେହିଭଳି ଏଏମ୍‌ଏନଏସ୍‌ ଇଣ୍ଡିଆର ସିଏସଆର ମୁଖ୍ୟ ଡ. ବିକାଶ ୟାଦଭେନ୍ଦୁ କହିଛନ୍ତି, ଆମେ ଜିଲା ପ୍ରଶାସନ ସହ ଆମର ସିଏସଆର ସହଭାଗିତା ଜାରି ରଖିବୁ। ବିଶେଷକରି ସ୍ଥାନୀୟ ଅଞ୍ଚଳର ଶିଶୁ, ମହିଳା, ଯୁବକ ଏବଂ କୃଷକମାନଙ୍କ ବିକାଶ ପାଇଁ ଅଧିକ ସୁଯୋଗ ଆଣିବୁ ବୋଲି ୟାଦଭେନ୍ଦୁ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri