ସହଦେବ ନାୟକଙ୍କୁ ବିଚ୍‌ ରାସ୍ତାରେ ହାଣିଥିଲେ: ସ୍ତ୍ରୀ ବାରମ୍ବାର କହୁଥିଲେ ସୁଶେଇ ନାୟକଙ୍କୁ ଗିରଫ କର, ଶେଷରେ ବନ୍ଧାହେଲେ….

ଭୁବନେଶ୍ୱର,୧।୩: ବାଣୀବିହାର- ରସୁଲଗଡ଼ ବିଚ୍‌ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସୁଶେଇ ନାୟକ ଓରଫ ସୁଶାନ୍ତଙ୍କୁ ଗିରଫ କରିଛି । ତାଙ୍କୁ କଟକ କାନପୁରରୁ ମଞ୍ଚେଶ୍ବର ପୋଲିସ ଗିରଫ କରିଛି । ସୁଶାନ୍ତ ହତ୍ୟାକାଣ୍ଡ ପରେ ନିଜ ବାଇକ ଛାଡି ପଳାଇଥିଲା । ଏହି ମାମଲାରେ ପୂର୍ବରୁ ୭ ଜଣ ଗିରଫ ହୋଇସାରିଛନ୍ତି ।

କିଛି ଦିନ ତଳେ ଏହି ମାମଲାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ରମା ନାୟକ ମଞ୍ଚେଶ୍ୱର ଥାନାରେ ଆତ୍ମସମର୍ପଣ କରିଥିଲା । ସହଦେବ ହତ୍ୟାକାଣ୍ଡର ଲେଡି ମାଷ୍ଟରମାଇଣ୍ଡ ଥିଲା ରମା ନାୟକ ।

ଗତ ଜାନୁୟାରୀ ୮ ତାରିଖ ଦିନ ରସୁଲଗଡ଼ ଓଭରବ୍ରିଜରେ ଏହି ହତ୍ୟାକାଣ୍ଡ ଘଟିଥିଲା । ସକାଳବେଳା ବେଳେ ଲୋକଙ୍କ ଆଖି ସାମ୍ନାରେ ବୀଭତ୍ସ ଭାବେ ସହଦେବ ନାଏକଙ୍କୁ ହତ୍ୟା କରାଯାଇଥିଲା । ହତ୍ୟାକାଣ୍ଡର ରୂପରେଖ ସଂପର୍କରେ ପୋଲିସ ଆଗରେ ସବୁ ବଖାଣିଥିଲା ଅନ୍ୟତମ ଡ୍ରଗ୍ସ କୁଇନ ଲିପିକା ନାଏକ । ନିଜକୁ ପୁରୁଷ ବେଶରେ ସଜାଇ ସହଯୋଗୀଙ୍କ ସହ ମିଶି ସହଦେବଙ୍କୁ ଖଣ୍ଡାରେ ହାଣି ମୁଣ୍ଡ-ଗଣ୍ଡି ଅଲଗା କରିବା ପରେ ହାତ ହତିଆର୍‌ ଧରି ବାଇକରେ ଖସି ପଳାଇଥିଲା ।

ଏନେଇ ମୃତ ସହଦେବଙ୍କ ପତ୍ନୀ କହିଥିଲେ, ଡ୍ରଗ୍ସ କାରବାରକୁ ବିରୋଧ କରିବାରୁ ପୂର୍ବରୁ ଅନେକ ଥର ଧମକ ଚମକ ସହ ୧୦ ତାରିଖରେ ମୁଣ୍ଡ କାଟି ଥାନାରେ ହ୍ୟାଣ୍ଡ ଓଭର୍‌ କରିବୁ ବୋଲି ଚେତାବନୀ ଦେଇଥିଲା ନିଶା କାରବାରରେ ଜେଲ ଯାଇଥିବା ଲିପିକା । ପରେ ଆଜି ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri