Sahadev Nayak Murder Case: ସହଦେବ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ରମା ନାୟକ ଥାନାରେ କଲେ ଆତ୍ମସର୍ମପଣ

ଭୁବନେଶ୍ୱର,୧୬ା୨: ରାଜଧାନୀ ଭୁବନେଶ୍ୱରରେ ବହୁ ଚର୍ଚ୍ଚିତ ସହଦେବ ନାୟକଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ରମା ନାୟକ ରବିବାର ଥାନାରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ ପରେ ପୋଲିସ ତାଙ୍କୁ ଗିରଫ କରିଛି। ଘଟଣା ଦିନ ସହଦେବଙ୍କୁ ବିଚ୍‌ ରାସ୍ତାରେ ଖଣ୍ଡାରେ ହାଣି ଦେଇଥିଲେ। ଏହା ପରେ ରମା ମୁଖ୍ୟ ଅଭିଯୁକ୍ତ ବୋଲି ମୃତ ସହଦେବଙ୍କ ସ୍ତ୍ରୀ ଅଭିଯୋଗ କରିଥିଲେ। ସେହିଦିନଠାରୁ ରମା ଫେରାର ଥିବାବେଳେ ଆଜି ମଞ୍ଚେଶ୍ୱର ଥାନାରେ ଆତ୍ମସମର୍ପଣ କରିଛନ୍ତି।

ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ବରର ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ ରୋଡ୍‌ରେ  କେଦାରପଲ୍ଲୀ ଅଞ୍ଚଳର ସହଦେବ ନାୟକ ନାମକ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଥିଲେ। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଥିଲା। ତାଙ୍କ ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା। ମୃତଦେହ ନିକଟରେ ଏକ ସ୍କୁଟି ପଡ଼ିଥିଲା।

ମୃତ ସହଦେବ ସଫେଇ କର୍ମଚାରୀ ସଂଘର ସଭାପତି ଥିଲେ। ଝିଅକୁ ସ୍କୁଲରେ ଛାଡି ସ୍କୁଟିରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିଲେ। ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ।

ସହଦେବଙ୍କ ହତ୍ୟାକାଣ୍ଡକୁ ନେଇ ତାଙ୍କ ସ୍ତ୍ରୀ ସାଂଘାତିକ ଅଭିଯୋଗ କରିଥିଲେ । ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା କାନ୍ଦି କାନ୍ଦି ଅଭିଯୋଗ କରିଥିଲେ ମୃତ ସହଦେବଙ୍କ ସ୍ତ୍ରୀ। ନିଜ ସାହିର ରମା ନାୟକ, ସତ୍ୟ, ଦିଲୁ ନାୟକ, ସୁସେଇ ନାୟକ ଓ ଅନ୍ୟ ଚାରି ପାଞ୍ଚ ଜଣ ମିଶିକି ହତ୍ୟା କରିଥିବା ସଂଘାତିକ ଅଭିଯୋଗ କରିଥିଲେ।

ପୂର୍ବରୁ ଏହି ଘଟଣାରେ ସମ୍ପୃକ୍ତ ଥିବା ତଥା ଘଟଣାର ମାଷ୍ଟରମାଇଣ୍ଡ୍‌ ଲିପିକା ନାୟକଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବାନ୍ଧିଥିଲା।। ସ୍ବାମୀ ଲକ୍ଷ୍ମୀଧର ନାୟକଙ୍କ ସହ ମିଶି ସେ ଏହି ଅପରାଧ ଘଟାଇଥିଲେ। ବର୍ତ୍ତମାନ ସୁଦ୍ଧା ଏହି ହତ୍ୟା ଘଟଣାରେ ୬ ଜଣଙ୍କୁ ପୋଲିସ ବାନ୍ଧି ସାରିଥିବାବେଳେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ରମାଙ୍କୁ ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?