ସହଦେବଙ୍କ ପରିବାରକୁ ମିଳିବ ୫ଲକ୍ଷ ଟଙ୍କା ଅନୁକମ୍ପା ରାଶି

ଭୁବନେଶ୍ୱର, ୧୦।୧ (ବନ୍ଦନା ସେଠୀ):ସଫେଇ କର୍ମଚାରୀ ସଂଘର ସଭାପତି ସ୍ବର୍ଗତ ସହଦେବ ନାୟକଙ୍କ ପରିବାରଙ୍କୁ ସଫେଇ ଏଜେନ୍ସିଗୁଡିକ ପକ୍ଷରୁ ୫ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଶୁକ୍ରବାର ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଏବଂ ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଞ୍ଚି ନାରାୟଣ ମହାସୂପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ବତନ୍ତ୍ର ବୈଠକରେ ଏହା ସ୍ଥିର କରାଯାଇଛି। ଏହାସହିତ ସ୍ବର୍ଗତ ନାୟକଙ୍କ ପତ୍ନୀଙ୍କୁ ଜାଗୃତି ଏଜେନ୍ସିରେ ସୁପଭାଇଜର ଭାବେ ନିଯୁକ୍ତି ଦେବା ପାଇଁ ସ୍ଥିର ହୋଇଛି। ଅପରପକ୍ଷେ ମେୟର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଏକ ଚିଠି ଲେଖିଛନ୍ତି। ଏଥିରେ ସହଦେବଙ୍କ ପରିବାରକୁ ୩୦ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବା ସହିତ ତାଙ୍କ ପତ୍ନୀଙ୍କୁ ବିଏମ୍‌ସିରେ ଚାକିରୀ ପ୍ରଦାନ ପାଇଁ ଉଲ୍ଲେଖ କରାଯାଇଛି।
ସୂଚନାଯୋଗ୍ୟ, ମୃତ ସହଦେବ ନାୟକ ସଫେଇ ଏଜେନ୍ସି ଜରିଆରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସଫେଇକର୍ମୀଙ୍କ ଦ୍ୱାରା ସଫେଇ କାର୍ଯ୍ୟ କରୁଥିଲେ। ଗତ ୨ଦିନ ତଳେ କେତେକ ଦୁବୃର୍ତ୍ତ ତାଙ୍କୁ ରସୁଲଗଡ ଓଭର ବ୍ରିଜ ଉପରେ ହତ୍ୟା କରିଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ଏହାକୁ ନେଇ ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଥିଲେ। ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ପାଳନ କରାଯାଉଥିବାରୁ ବିଏମସି କର୍ତ୍ତୃପକ୍ଷ ବାହାରୁ ଲୋକ ଆଣି ସହରର ପ୍ରମୁଖ ରାସ୍ତାଗୁଡିରେ ସଫେଇ କାର୍ଯ୍ୟ ଜାରି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri