୧୭ ବର୍ଷ ହେଲା ଅଧାପନ୍ତରିଆ

ସିନାପାଲି,୭।୧୦(ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଲିଟିଗୁଡା ପଞ୍ଚାୟତ ନିକଟ ଚଚରାଭଟା ପାଖ ଦେଇ ପ୍ରବାହିତ ସାହାଜ ଯୋର ଉପରେ ପୋଲ ନିର୍ମାଣକୁ ୧୭ ବର୍ଷ ବିତିଯାଇଥିଲେ ହେଁ ଏହା ଉପରେ ସୁରକ୍ଷା ବାଡ଼ ବର୍ତ୍ତମାନ ସୁଦ୍ଧା କରାଯାଇ ନାହିଁ। ଫଳରେ ୧୭ ବର୍ଷ ହେଲା ପୋଲ ଅଧାପନ୍ତରିଆ ହୋଇ ପଡିରହିଛି। ବାରମ୍ବାର ଗଣମାଧ୍ୟମରେ ପ୍ରକାଶ ପାଇବା ସହ ଅଭିଯୋଗ ସତ୍ତ୍ୱେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଅଭିଯୋଗ ହେଉଛି। ଅଞ୍ଚଳବାସୀ ବାଧ୍ୟହୋଇ ଅଧାପନ୍ତରିଆ ପୋଲରେ ବିପଦସଙ୍କୁଳ ଅବସ୍ଥାରେ ଯାତାୟାତ କରୁଛନ୍ତି। ତୁରନ୍ତ ଏହି ପୋଲ ଉପରେ ସୁରକ୍ଷା ବାଡ଼ ନିର୍ମାଣ ପାଇଁ ଦାବି ହେଉଛି। ପ୍ରକାଶ ଯେ, ଲିଟିଗୁଡା ପଞ୍ଚାୟତ ଲୋକେ ଚଚରାଭଟା ଚଲନା ଦେଇ ଉକ୍ତ ପୋଲ ଉପରେ ବ୍ଲକ ସଦର ମହକୁମାକୁ ଯିବା ଆସିବା କରନ୍ତି। ଉକ୍ତ ରାସ୍ତା ଉପରେ ଚଚରାଭଟା ସାହାଜ ଯୋରରେ ୨୦୦୭-୮ରେ ନୂଆପଡା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ବିଜୁ କେବିକେ ଯୋଜନାରେ ୩୮ ଲକ୍ଷ ଟଙ୍କା ଅଟକଳ ମୂଲ୍ୟରେ ପୋଲ ନିର୍ମାଣ କରାଯାଇଥିଲା। ହେଲେ ପୋଲ ଉପରେ ଉଭୟ ପାର୍ଶ୍ୱରେ ସୁରକ୍ଷା ବାଡ଼ କରାଯାଇ ନାହିଁ। ପୋଲର ଦୁଇ ମୁଣ୍ଡରେ ରାସ୍ତା ମଧ୍ୟ ଅଧାପନ୍ତରିଆ ହୋଇପଡିଛି। ସୁରକ୍ଷା ବାଡ଼ ନ ଥିବାରୁ ଅନେକ ଥର ଏହି ପୋଲ ଉପରୁ ଗାଈଗୋରୁଙ୍କ ସହ ଲୋକମାନେ ପଡି ଗୁରୁତର ହେଉଥିବା ଅଭିଯୋଗ ହେଉଛି। ଭବିଷ୍ୟତରେ କୌଣସି ବଡ଼ଧରଣର ଦୁର୍ଘଟଣା ଘଟିବା ପୂର୍ବରୁ ଅଧାପନ୍ତରିଆ ପୋଲ କାମ ସମ୍ପୂର୍ଣ୍ଣ କରିବା ପାଇଁ ପ୍ରଶାସନ ନିକଟରେ ବାରମ୍ବାର ଦାବି ହେଉଛି। ହେଲେ ପ୍ରଶାସନିକ ଅଧିକାରୀ କର୍ଣ୍ଣପାତ କରୁନାହାନ୍ତି। ଫଳରେ ଏହି ଅସମ୍ପୂର୍ଣ୍ଣ ଅଧାପନ୍ତରିଆ ପୋଲ ଉପରେ ଲୋକେ ଯିବାଆସିବା କରୁଛନ୍ତି। ଉକ୍ତ ରାସ୍ତା ଦେଇ ସବୁଦିନ ଶତାଧିକ ଛାତ୍ରୀଛାତ୍ର ତଥା ଲୋକେ ବ୍ଲକ ସଦର ମହକୁମା ଓ ଅନ୍ୟାନ୍ୟ ସରକାରୀ କାର୍ଯ୍ୟାଳୟକୁ ଯିବାଆସିବା କରନ୍ତି। ହାତିବନ୍ଧା ଏକ ବ୍ୟବସାୟିକ କେନ୍ଦ୍ର ହେତୁ ଉକ୍ତ ରାସ୍ତା ଦେଇ ଅନେକ ଲୋକ ଯାତାୟାତ କରନ୍ତି। ବର୍ଷ ବର୍ଷ ବିତିଯାଉଥିଲେ ବି କୌଣସି ଜନପ୍ରତିନିଧି କିମ୍ବା ସରକାରୀ ଅଧିକାରୀଙ୍କ ନଜର ନ ପଡ଼ିବା ଯୋଗୁ ଅଞ୍ଚଳବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବ୍ଲକ ସଦର ମହକୁମାକୁ ଯିବାକୁ ହେଲେ ହାତିବନ୍ଧା କିମ୍ବା ଭରୁଆମୁଣ୍ଡା ଦେଇ ବୁଲାଣିଆ ରାସ୍ତାରେ ଯିବାକୁ ପଡିଥାଏ। ସରକାର ଲୋକଙ୍କ ଗମନାଗମନର ସୁବିଧା ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ ରାସ୍ତାଘାଟ ନିର୍ମାଣ କରୁଛନ୍ତି। ହେଲେ ଏଭଳି ଅନେକ ସ୍ଥାନରେ ବିଭାଗୀୟ ଅଧିକାରୀଙ୍କ ଉଦାସୀନତା ଯୋଗୁ ଲୋକେ ସୁବିଧା ପାଇବାରୁ ବଞ୍ଚିତ ହେଉଛନ୍ତି। ଜିଲା ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେଇ ଅଧାପନ୍ତରିଆ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri