Posted inଖେଳ

ସାହାଣୀ କପ୍‌ ଫୁଟବଲ ଚାମ୍ପିୟନଶିପ୍‌ : ଫାଇନାଲରେ ସୁନ୍ଦରଗଡ଼, କଟକ

ସୁନ୍ଦରଗଡ଼, ୧୩।୨ (ଡି.ଏନ୍‌.ଏ.) –
ସୁନ୍ଦରଗଡ଼ଠାରେ ଚାଲିଥିବା ସାହାଣୀ କପ୍‌ ଫୁଟବଲ୍‌ର ଶୁକ୍ରବାର ଅନୁଷ୍ଠିତ ସେମିଫାଇନାଲରେ ବିଜୟୀ ହୋଇ ସୁନ୍ଦରଗଡ଼ ଓ କଟକ ଦଳ ଫାଇନାଲରେ ପ୍ରବେଶ କରିଛନ୍ତି। ତସଲାଡିହି ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମଠାରେ ଅନୁଷ୍ଠିତ ପ୍ରଥମ ସେମିଫାଇନାଲ ମ୍ୟାଚରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ, ରେଙ୍ଗାଲି ବିଧାୟକ ନାଉରୀ ନାୟକ, କୁଚିଣ୍ଡାର ପୂର୍ବତନ ବିଧାୟକ ରବି ନାୟକ, ଆର୍‌ଏସ୍‌ଏସ୍‌ ପଦାଧିକାରୀ ରଞ୍ଜନ ପଟେଲ, ଜିଲା କ୍ରୀଡା ସଂସଦର ପୂର୍ବତନ ସାଧାରଣ ସମ୍ପାଦକ ଆନନ୍ଦ ଚନ୍ଦ୍ର ନାଏକ, ସୁନ୍ଦରଗଡ଼ ବରିଷ୍ଠ ନାଗରିକ ସଂଘର ସଭାପତି ଡା. ହିମାଂଶୁ ଶେଖର ଗୁରୁ, ବୀରମିତ୍ରପୁର ବିଧାୟକ ଶଙ୍କର ଓରାମ, ତଳସରା ବିଧାୟକ ଭବାନୀ ଭୋଇ, ଉପାଧ୍ୟାୟ ପାଣିଗ୍ରାହୀ, ଜିଲା କ୍ରୀଡା ସଂସଦର ସମ୍ପାଦକ ପ୍ରଭାତ ଭୋଳ, ଫାଓ ରେଫରି ମୁଖ୍ୟ ଦୁର୍ଗାମାଧବ ନାଏକ, ଜିଲା ଫୁଟବଲ ସମ୍ପାଦକ ନିତ୍ୟାନନ୍ଦ ବଳ ଅତିଥି ଭାବେ ଯୋଗ ଦେଇଥିଲେ। ଏଥିରେ ସୁନ୍ଦରଗଡ଼ ଦଳ ସମ୍ବଲପୁରକୁ ୨-୦ ଗୋଲରେ ପରାସ୍ତ କରିଛି। ଏହି ମ୍ୟାଚରେ ସମ୍ବଲପୁରର ମହେଶ ପ୍ରଧାନ ମ୍ୟାନ ଅଫ୍‌ ଦି ମ୍ୟାଚ ଓ ଅମିତ କୁମାର ତନ୍ତୀ ଶ୍ରେଷ୍ଠ ଗୋଲକିପର ବିବେଚିତ ହୋଇଛନ୍ତି। ସେହିପରି କିଞ୍ଜିର୍ମା ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲ ମ୍ୟାଚରେ ସୁନ୍ଦରଗଡ଼ର ପୂର୍ବତନ ବିଧାୟକ ଯୋଗେଶ କୁମାର ସିଂ, ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ପୂର୍ବତନ ଅଧ୍ୟକ୍ଷ ସନ୍ତୋଷ କୁମାର ଅମାତ, ଉପେନ୍ଦ୍ର ଭୋଇ ଓ ବୀରେନ୍ଦ୍ର ପଟେଲ ଅତିଥିଭାବେ ଯୋଗ ଦେଇଥିଲେ। ଏଠାରେ ଅନୁଷ୍ଠିତ ମ୍ୟାଚରେ କଟକ ଦଳ ବଲାଙ୍ଗୀରକୁ ୬-୦ ଗୋଲରେ ହରାଇ ଦେଇଛି। କଟକର ବିକାଶ କୁମାର ସାହୁ ମ୍ୟାନ୍‌ ଅପ୍‌ ଦି ମ୍ୟାଚ୍‌ ଘୋଷିତ ହୋଇଛନ୍ତି। ଫାଇନାଲ ମ୍ୟାଚ ରବିବାର ଅନୁଷ୍ଠିତ ହେବ।
ଫଟୋ ସୁନ୍ଦରଗଡ଼ ତସଲାଡ଼ିହିରେ ସେମିଫାଇନାଲ ମ୍ୟାଚ୍‌ରେ ବିଧାୟିକା କୁସୁମ ଟେଟେ ସମ୍ବଲପୁର ଦଳର ଖେଳାଳିଙ୍କ ସହ କରମର୍ଦ୍ଦନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri