Posted inଖେଳ

ସାହାଣୀ କପ୍‌ ଫୁଟବଲ ଚାମ୍ପିୟନଶିପ୍‌ : ଫାଇନାଲରେ ସୁନ୍ଦରଗଡ଼, କଟକ

ସୁନ୍ଦରଗଡ଼, ୧୩।୨ (ଡି.ଏନ୍‌.ଏ.) –
ସୁନ୍ଦରଗଡ଼ଠାରେ ଚାଲିଥିବା ସାହାଣୀ କପ୍‌ ଫୁଟବଲ୍‌ର ଶୁକ୍ରବାର ଅନୁଷ୍ଠିତ ସେମିଫାଇନାଲରେ ବିଜୟୀ ହୋଇ ସୁନ୍ଦରଗଡ଼ ଓ କଟକ ଦଳ ଫାଇନାଲରେ ପ୍ରବେଶ କରିଛନ୍ତି। ତସଲାଡିହି ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମଠାରେ ଅନୁଷ୍ଠିତ ପ୍ରଥମ ସେମିଫାଇନାଲ ମ୍ୟାଚରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ, ରେଙ୍ଗାଲି ବିଧାୟକ ନାଉରୀ ନାୟକ, କୁଚିଣ୍ଡାର ପୂର୍ବତନ ବିଧାୟକ ରବି ନାୟକ, ଆର୍‌ଏସ୍‌ଏସ୍‌ ପଦାଧିକାରୀ ରଞ୍ଜନ ପଟେଲ, ଜିଲା କ୍ରୀଡା ସଂସଦର ପୂର୍ବତନ ସାଧାରଣ ସମ୍ପାଦକ ଆନନ୍ଦ ଚନ୍ଦ୍ର ନାଏକ, ସୁନ୍ଦରଗଡ଼ ବରିଷ୍ଠ ନାଗରିକ ସଂଘର ସଭାପତି ଡା. ହିମାଂଶୁ ଶେଖର ଗୁରୁ, ବୀରମିତ୍ରପୁର ବିଧାୟକ ଶଙ୍କର ଓରାମ, ତଳସରା ବିଧାୟକ ଭବାନୀ ଭୋଇ, ଉପାଧ୍ୟାୟ ପାଣିଗ୍ରାହୀ, ଜିଲା କ୍ରୀଡା ସଂସଦର ସମ୍ପାଦକ ପ୍ରଭାତ ଭୋଳ, ଫାଓ ରେଫରି ମୁଖ୍ୟ ଦୁର୍ଗାମାଧବ ନାଏକ, ଜିଲା ଫୁଟବଲ ସମ୍ପାଦକ ନିତ୍ୟାନନ୍ଦ ବଳ ଅତିଥି ଭାବେ ଯୋଗ ଦେଇଥିଲେ। ଏଥିରେ ସୁନ୍ଦରଗଡ଼ ଦଳ ସମ୍ବଲପୁରକୁ ୨-୦ ଗୋଲରେ ପରାସ୍ତ କରିଛି। ଏହି ମ୍ୟାଚରେ ସମ୍ବଲପୁରର ମହେଶ ପ୍ରଧାନ ମ୍ୟାନ ଅଫ୍‌ ଦି ମ୍ୟାଚ ଓ ଅମିତ କୁମାର ତନ୍ତୀ ଶ୍ରେଷ୍ଠ ଗୋଲକିପର ବିବେଚିତ ହୋଇଛନ୍ତି। ସେହିପରି କିଞ୍ଜିର୍ମା ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲ ମ୍ୟାଚରେ ସୁନ୍ଦରଗଡ଼ର ପୂର୍ବତନ ବିଧାୟକ ଯୋଗେଶ କୁମାର ସିଂ, ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ପୂର୍ବତନ ଅଧ୍ୟକ୍ଷ ସନ୍ତୋଷ କୁମାର ଅମାତ, ଉପେନ୍ଦ୍ର ଭୋଇ ଓ ବୀରେନ୍ଦ୍ର ପଟେଲ ଅତିଥିଭାବେ ଯୋଗ ଦେଇଥିଲେ। ଏଠାରେ ଅନୁଷ୍ଠିତ ମ୍ୟାଚରେ କଟକ ଦଳ ବଲାଙ୍ଗୀରକୁ ୬-୦ ଗୋଲରେ ହରାଇ ଦେଇଛି। କଟକର ବିକାଶ କୁମାର ସାହୁ ମ୍ୟାନ୍‌ ଅପ୍‌ ଦି ମ୍ୟାଚ୍‌ ଘୋଷିତ ହୋଇଛନ୍ତି। ଫାଇନାଲ ମ୍ୟାଚ ରବିବାର ଅନୁଷ୍ଠିତ ହେବ।
ଫଟୋ ସୁନ୍ଦରଗଡ଼ ତସଲାଡ଼ିହିରେ ସେମିଫାଇନାଲ ମ୍ୟାଚ୍‌ରେ ବିଧାୟିକା କୁସୁମ ଟେଟେ ସମ୍ବଲପୁର ଦଳର ଖେଳାଳିଙ୍କ ସହ କରମର୍ଦ୍ଦନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନର କ୍ରମାଗତ ଦ୍ୱିତୀୟ ବିଜୟ

ଜୟପୁର,୨୮ା୩: ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୯ତମ ଆଇପିଏଲ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୨ ରନ୍‌ରେ ହରାଇ କ୍ରମାଗତ ଦ୍ୱିତୀୟ ବିଜୟୀ ହୋଇଛି...

ଦିଲ୍ଲୀକୁ ୧୮୬ ରନର ଟାର୍ଗେଟ୍‌ ଦେଲା ରାଜସ୍ଥାନ

ଜୟପୁର,୨୮।୩: ଦିଲ୍ଲୀ କ୍ୟାପିଟାଲ ଏବଂ ରାଜସ୍ଥାନ ରୟାଲ ମଧ୍ୟରେ ଖେଳାଯାଉଥିବା ୯ମ ମ୍ୟାଚରେ ଦିଲ୍ଲୀକୁ ୧୮୬ ରନର ଲକ୍ଷ୍ୟ ଦେଇଛି ରାଜସ୍ଥାନ। ଏହି ମ୍ୟାଚ ଜୟପୁରର...

କେଶବ ମହାରାଜଙ୍କୁ ଦଳରେ ସାମିଲ କଲା ରାଜସ୍ଥାନ ରୟାଲ୍ସ, କେକେଆର ଆଣିଲା ୧୬ ବର୍ଷ ବୟସ୍କ ଆଫଗାନିସ୍ତାନ ସ୍ପିନର

ନୂଆଦିଲ୍ଲୀ ,୨୮।୩: ଆହତ ପ୍ରସିଦ୍ଧ କ୍ରିଷ୍ଣାଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ରାଜସ୍ଥାନ ରୟାଲ୍ସ ଦକ୍ଷିଣ ଆଫ୍ରିକାର ସ୍ପିନର କେଶବ ମହାରାଜଙ୍କୁ ଦଳରେ ସାମିଲ କରିଛି।...

ଇତିହାସ ରଚିଲେ ରିଷଭ ପନ୍ତ, ଏଭଳି କରିବାରେ ହେଲେ ୭ମ ଖେଳାଳି

ଜୟପୁର,୨୮।୩: ୨୦୨୪ ଆଇପିଏଲର ୧୭ ତମ ସିଜନରେ ପ୍ରାୟ ପ୍ରତ୍ୟେକ ମ୍ୟାଚରେ ନୂଆ ରେକର୍ଡ ସୃଷ୍ଟି ହେଉଛି । ଜୟପୁରର ସୱାଇ ମାନ ସିଂ ଷ୍ଟାଡିୟମରେ...

ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖରାପ ଖବର, ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳିଙ୍କ ଫେରିବା କଷ୍ଟକର

ନୂଆଦିଲ୍ଲୀ,୨୮।୩: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟ ପରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଆଉ ଏକ ଖରାପ ଖବର ଆସିଛି। ଦଳର ଷ୍ଟାର ବ୍ୟାଟର ସୂର୍ଯ୍ୟକୁମାର ଯାଦବ...

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଭିଲିଆନ୍‌ ସଜେଇଲେ ଏହି କ୍ରିକେଟର୍‌: କହିଦେଲେ ଏମିତି କଥା

ହାଇଦ୍ରାବାଦ୍‌,୨୮।୩: ମୁମ୍ବାଇ ଇଣ୍ଡିଆନ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟର ସାମ୍ନା କରିବାକୁ ପଡିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱକୁ ନେଇ ପ୍ରଶ୍ନ ଉଠିଛି। ଏଥି ସହ ବର୍ତ୍ତମାନ...

ରୋହିତଙ୍କୁ ସମ୍ଭାଳିବାକୁ ପଡିଲା ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକତ୍ୱ! ପାଣ୍ଡ୍ୟାଙ୍କୁ କହିଲେ…

ନୂଆଦିଲ୍ଲୀ,୨୮।୩: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ସନରାଇଜର୍ସ ହାଇଦ୍ରାବାଦ ୨୦ ଓଭରରେ ୩ ଉଇକେଟ୍‌ ହରାଇ ୨୭୭ ରନ୍‌ ସଂଗ୍ରହ କରିଥିଲା। ଆଇପିଏଲ ଇତିହାସରେ ଏହା ହେଉଛି...

ପାଣ୍ଡ୍ୟାଙ୍କୁ ଗାଳି, ଗାଏକଓ୍ବାଡଙ୍କ ପାଇଁ ତାଳି…ଅଧିନାୟକ ଦାୟିତ୍ୱ କିଭଳି ଦିଆଯାଏ ଧୋନୀଙ୍କଠାରୁ ଶିଖିବା ଉଚିତ

ନୂଆଦିଲ୍ଲୀ,୨୮।୩: ଆଇପିଏଲ୍‌ରେ ମାର୍ଚ୍ଚ ୨୪ ଏବଂ ୨୬ର ଦୃଶ୍ୟ ବହୁତ କିଛି ବୟାନ କରୁଛି। ପ୍ରଥମେ ମାର୍ଚ୍ଚ ୨୪ ବିଷୟରେ କଥା ହେବା। ଏହି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri