Posted inଖେଳ

ସାହାଣୀ କପ୍‌ ଫୁଟ୍‌ବଲ ଚାମ୍ପିୟନଶିପ୍‌: କଟକକୁ ହରାଇ ସୁନ୍ଦରଗଡ଼ ଚାମ୍ପିୟନ

ସୁନ୍ଦରଗଡ଼, ୧୪।୨: ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ପକ୍ଷରୁ ଆୟୋଜିତ ୬୧ତମ ସାହାଣୀ କପ୍‌ ଫୁଟବଲ ଚାମ୍ପିୟନଶିପ୍‌ରେ ରବିବାର ଫାଇନାଲ ଖେଳରେ ସୁନ୍ଦରଗଡ ଦଳ କଟକକୁ ହରାଇ ଚାମ୍ପିୟନ ହୋଇଛି। ଗତବର୍ଷ ବରଗଡଠାରେ ଅନୁଷ୍ଠିତ ସାହାଣୀ କପ୍‌ ଫୁଟବଲ ଚାମ୍ପିୟନଶିପ୍‌ରେ ରାଉରକେଲାକୁ ୨-୦ ଗୋଲରେ ପରାଜିତ କରି ଚାମ୍ପିୟନ ହୋଇଥିବା ସୁନ୍ଦରଗଡ଼ ଦଳ ଚଳିତଥର ନିଜ ମାଟିରେ ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହୋଇପାରିଛି। ସଂଘର୍ଷପୂର୍ଣ୍ଣ ଫାଇନାଲ ମ୍ୟାଚରେ ଉଭୟ ଦଳ କେହି କାହାରିକୁ ଗୋଲ ଦେଇପାରି ନ ଥିଲେ। ଗୋଲଶୂନ୍ୟ ଡ୍ର ହେବା ପରେ ପେନାଲ୍‌ଟି ସୁଟ୍‌ ଆଉଟ୍‌ ମାଧ୍ୟମରେ ସୁନ୍ଦରଗଡ ଦଳ ୪-୦ ଗୋଲରେ ବିଜୟୀ ହୋଇଥିଲା। ଉଦ୍‌ଯାପନୀ ଦିବସରେ ସୁନ୍ଦରଗଡ଼ ଜିଲା କ୍ରୀଡ଼ା ସଂସଦର ସାଧାରଣ ସମ୍ପାଦକ ପ୍ରଭାତ ଭୋଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଓଡ଼ିଶା ଅଲିମ୍ପିକ ଆସୋସିଏଶନର ସମ୍ପାଦକ ଅଭିଜିତ ପାଲ ମୁଖ୍ୟ ଅତିଥି ଏବଂ ଫାଓର ସମ୍ପାଦକ ରବିନାରାୟଣ ପଣ୍ଡା, କିଶୋର କୁମାର ମିଶ୍ର ଓ ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ ଅଧିକାରୀ ରାମଦାସ ଟୁଡୁ ସମ୍ମାନିତ ଅତିଥିଭାବେ ଯୋଗଦେଇ ଚାମ୍ପିୟନ ଦଳକୁ ଟ୍ରଫି ସହ ନଗଦ ୧୫ହଜାର ଟଙ୍କା ଓ ରନର୍ସ ଅପ୍‌ କଟକ ଦଳକୁ ଟ୍ରଫି ସହ ୧୦ହଜାର ଟଙ୍କା ପ୍ରଦାନ କରିଥିଲେ। ଜିଲା କ୍ରୀଡ଼ା ସଂସଦ ସାଧାରଣ ସମ୍ପାଦକ ଭୋଳ ଚାମ୍ପିୟନ ଦଳକୁ ପୁରସ୍କାର ସ୍ବରୂପ ୧ ଲକ୍ଷ ଟଙ୍କା ପ୍ରଦାନ ପାଇଁ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri