Posted inଖେଳ

୬ରୁ ସାହାଣୀ କପ୍‌ ଫୁଟବଲ

ସୁୁନ୍ଦରଗଡ଼, ୫।୨: ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ପକ୍ଷରୁ ୬ତାରିଖ ଶନିବାରଠାରୁ ସୁନ୍ଦରଗଡ଼ରେ ୬୧ତମ ଆନ୍ତଃ ଜିଲା ଫୁଟବଲ ପ୍ରତିଯୋଗିତା ସାହାଣୀ କପ୍‌ ୨୦୨୦-୨୧ ଆରମ୍ଭ ହେବ। ଏଥିରେ ରାଜ୍ୟର ୨୯ ଜିଲାର ୩୨ଟି ଦଳ ଭାଗ ନେବେ। ତସଲାଡିହି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ, ଗୋପବନ୍ଧୁ ଷ୍ଟାଡିୟମ ଏବଂ ଭବାନୀପୁର ସ୍ପୋଟର୍ସ ହଷ୍ଟେଲ ଷ୍ଟାଡିୟମରେ ମ୍ୟାଚ ଖେଳାଯିବ। ପ୍ରତିଯୋଗିତାରେ ୨୮ଜଣ ରେଫରୀ, ୪ ବ୍ୟାଚ୍‌ କମିଶନର, ୫ଜଣ ଚୟନକର୍ତ୍ତା ଏବଂ ଜଣେ ପର୍ଯ୍ୟବେକ୍ଷକ ଫାଓ ପକ୍ଷରୁ ନିୟୋଜିତ ହୋଇଛନ୍ତି। ଶନିବାର ଉଦ୍‌ଘାଟନୀ ସମାରୋହରେ ସୁନ୍ଦରଗଡ଼ ଜିଲାପାଳ ନିଖିଲ ପବନ କଲ୍ୟାଣ ଏବଂ ଫେବୃୟାରୀ ୧୪ ତାରିଖ ଉଦ୍‌ଯାପନୀ ସମାରୋହରେ ଫାଓ ସମ୍ପାଦକ ଆଶୀର୍ବାଦ ବେହେରା ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲା କ୍ରୀଡ଼ା ସାଧାରଣ ସମ୍ପାଦକ ପ୍ରଭାତ କୁମାର ଭୋଳ ସୂଚନା ଦେଇଛନ୍ତି। ସମ୍ମିଳନୀରେ ଫାଓର ଉପସଭାପତି ରାଜେନ୍ଦ୍ର ମହାନ୍ତି, ଫାଓ ରେଫରୀ ମୁଖ୍ୟ ତଥା ମ୍ୟାଚ୍‌ କମିଶନର ଦୁର୍ଗାମାଧବ ନାଏକ, ସହ ସମ୍ପାଦକ ଜୟଦେବ ପାତ୍ର, ଉପସଭାପତି ଚିତ୍ତରଞ୍ଜନ ବହିଦାର, ସଂସଦର କାଉନସିଲ ସଦସ୍ୟ ଅଶ୍ୱିନୀ ଭୋଳ, ଶିଶିର ପଟେଲ, ଅଜୟ ବହିଦାର ଓ ବିଶ୍ୱରଞ୍ଜନ ହୋତା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri