Posted inଖେଳ

୬ରୁ ସାହାଣୀ କପ୍‌ ଫୁଟବଲ

ସୁୁନ୍ଦରଗଡ଼, ୫।୨: ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ପକ୍ଷରୁ ୬ତାରିଖ ଶନିବାରଠାରୁ ସୁନ୍ଦରଗଡ଼ରେ ୬୧ତମ ଆନ୍ତଃ ଜିଲା ଫୁଟବଲ ପ୍ରତିଯୋଗିତା ସାହାଣୀ କପ୍‌ ୨୦୨୦-୨୧ ଆରମ୍ଭ ହେବ। ଏଥିରେ ରାଜ୍ୟର ୨୯ ଜିଲାର ୩୨ଟି ଦଳ ଭାଗ ନେବେ। ତସଲାଡିହି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ, ଗୋପବନ୍ଧୁ ଷ୍ଟାଡିୟମ ଏବଂ ଭବାନୀପୁର ସ୍ପୋଟର୍ସ ହଷ୍ଟେଲ ଷ୍ଟାଡିୟମରେ ମ୍ୟାଚ ଖେଳାଯିବ। ପ୍ରତିଯୋଗିତାରେ ୨୮ଜଣ ରେଫରୀ, ୪ ବ୍ୟାଚ୍‌ କମିଶନର, ୫ଜଣ ଚୟନକର୍ତ୍ତା ଏବଂ ଜଣେ ପର୍ଯ୍ୟବେକ୍ଷକ ଫାଓ ପକ୍ଷରୁ ନିୟୋଜିତ ହୋଇଛନ୍ତି। ଶନିବାର ଉଦ୍‌ଘାଟନୀ ସମାରୋହରେ ସୁନ୍ଦରଗଡ଼ ଜିଲାପାଳ ନିଖିଲ ପବନ କଲ୍ୟାଣ ଏବଂ ଫେବୃୟାରୀ ୧୪ ତାରିଖ ଉଦ୍‌ଯାପନୀ ସମାରୋହରେ ଫାଓ ସମ୍ପାଦକ ଆଶୀର୍ବାଦ ବେହେରା ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲା କ୍ରୀଡ଼ା ସାଧାରଣ ସମ୍ପାଦକ ପ୍ରଭାତ କୁମାର ଭୋଳ ସୂଚନା ଦେଇଛନ୍ତି। ସମ୍ମିଳନୀରେ ଫାଓର ଉପସଭାପତି ରାଜେନ୍ଦ୍ର ମହାନ୍ତି, ଫାଓ ରେଫରୀ ମୁଖ୍ୟ ତଥା ମ୍ୟାଚ୍‌ କମିଶନର ଦୁର୍ଗାମାଧବ ନାଏକ, ସହ ସମ୍ପାଦକ ଜୟଦେବ ପାତ୍ର, ଉପସଭାପତି ଚିତ୍ତରଞ୍ଜନ ବହିଦାର, ସଂସଦର କାଉନସିଲ ସଦସ୍ୟ ଅଶ୍ୱିନୀ ଭୋଳ, ଶିଶିର ପଟେଲ, ଅଜୟ ବହିଦାର ଓ ବିଶ୍ୱରଞ୍ଜନ ହୋତା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri