Posted inଖେଳ

ସାହାଣୀ କପ୍‌ ଫୁଟବଲ ଆରମ୍ଭ: ୪-୦ ଗୋଲରେ କେନ୍ଦ୍ରାପଡ଼ାକୁ ହରାଇଲା ଦେବଗଡ଼

ସୁନ୍ଦରଗଡ଼,୬।୨: ସୁନ୍ଦରଗଡ଼ରେ ୬୧ତମ ଆନ୍ତଃଜିଲା ସାହାଣୀକପ୍‌ ଫୁଟବଲ ପ୍ରତିଯୋଗିତା ଶନିବାରଠାରୁ ଆରମ୍ଭ ହୋଇଛି। ଫୁଟବଲ ଆସୋସିଏଶନ୍‌ ଅଫ୍‌ ଓଡ଼ିଶା (ଫାଓ) ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡ଼ା ସଂସଦ ଆନୁକୂଲ୍ୟରେ ସ୍ଥାନୀୟ ଭବାନୀପୁର ସ୍ପୋଟର୍‌ସ କମ୍ପ୍ଲେକ୍ସ ଷ୍ଟାଡିୟମଠାରେ ଏହି ଆନ୍ତଃଜିଲା ଫୁଟବଲ ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ଏଥିରେ ଦେବଗଡ଼ ଜିଲା ୪-୦ ଗୋଲରେ କେନ୍ଦ୍ରାପଡ଼ା ଜିଲାକୁ ହରାଇ ବିଜୟୀ ହୋଇଛି। ଦେବଗଡ଼ ଦଳର ଚକ୍ରକିଷାନ ଖେଳ ଆରମ୍ଭର ୫ମ, ୪୪ତମ ଓ ୯୦ତମ ମିନିଟ୍‌ ମଧ୍ୟରେ ୩ଟି ଗୋଲ ସ୍କୋର କରିଥିବା ବେଳେ ୮୮ତମ ମିନିଟରେ ସୁମନ ବାବୁ ଗୋଟିଏ ଗୋଲ ଦେଇଥିଲେ। ଦେବଗଡ଼ ଦଳର ସଂଯୋଗ କିଷାନ ଉତ୍ତମ ଖେଳ ପ୍ରଦର୍ଶନ ପାଇଁ ମ୍ୟାନ୍‌ ଅଫ ଦି ମ୍ୟାଚ ବିବଚେିତ ହୋଇଥିଲେ। ସୁନ୍ଦରଗଡ଼ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। ପ୍ରାରମ୍ଭରେ ସୁନ୍ଦରଗଡ଼ ପବ୍ଲିକସ୍କୁଲର ଶିକ୍ଷୟିତ୍ରୀ ରୀତା ସାହୁଙ୍କ ତତ୍ତ୍ୱାବଧାନରେ ଛାତ୍ରୀଛାତ୍ର ସ୍ବାଗତ ସଙ୍ଗୀତ ଗାନ କରିଥିଲେ। ଜିଲା କ୍ରୀଡା ସଂସଦର ସାଧାରଣ ସମ୍ପାଦକ ପ୍ରଭାତ କୁମାର ଭୋଳ ପ୍ରାରମ୍ଭିକ ସୂଚନା ଓ ବିଶ୍ୱରଞ୍ଜନ ହୋତା ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ସଦର ଉପଜିଲାପାଳ ଅଭିମନ୍ୟୁ ବେହେରା, ଫାଓର ମ୍ୟାଚ୍‌ କମିଶନର ଦୁର୍ଗାମାଧବ ନାଏକ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଫାଓର ଉପସଭାପତି ରବିନାରାୟଣ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏହି ସଭାରେ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସଦର ଉପସଭାପତି ଚିତ୍ତରଞ୍ଜନ ବହିଦାର, ରାଜେନ୍ଦ୍ର ମହାନ୍ତି, ସହସମ୍ପାଦକ ଜୟଦେବ ପାତ୍ର, ନିତ୍ୟାନନ୍ଦ ବଳ, ଅଜୟ ବହିଦାର, ଶିଶିର ପଟେଲ, ବୀରମିତ୍ର କାଲୋ, ବିମଲ ବୋଷ ପ୍ରମୁଖ କାର୍ଯ୍ୟକର୍ତ୍ତା ମଞ୍ଚାସୀନ ଥିଲେ। ରେଫରୀ ପ୍ରଶାନ୍ତ କୁମାର ବେହେରା, କୃଷ୍ଣଚନ୍ଦ୍ର ଟୁଡୁ, ପୂର୍ଣ୍ଣଚନ୍ଦ୍ର ସୋରେନ୍‌, କିରଣ ଦାଶ ମ୍ୟାଚ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri