Posted inଖେଳ

ସାହାଣୀ କପ୍‌: ସୁନ୍ଦରଗଡ଼, ବରଗଡ଼ ବିଜୟୀ

ଭୁବନେଶ୍ୱର, ୮।୫(କ୍ରୀଡ଼ା ପ୍ରତିନିଧି): ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ ଚାମ୍ପିୟନଶିପ୍‌ ସାହାଣୀ କପ୍‌ର ୨ଟି କ୍ୱାର୍ଟର ଫାଇନାଲ ଲିଗ୍‌ ମ୍ୟାଚ୍‌ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁନ୍ଦରଗଡ଼ ଓ ବରଗଡ଼ ଦଳ ବିଜୟୀ ହୋଇଛନ୍ତି। କଟକ ଚୌଦ୍ୱାରସ୍ଥିତ ଓଟିଏମ୍‌ ଗ୍ରାଉଣ୍ଡରେ ସୁନ୍ଦରଗଡ଼ ୨-୦ ଗୋଲରେ ଝାରସୁଗୁଡ଼ାକୁ ପରାସ୍ତ କରିଛି। ଆରମ୍ଭରୁ ମ୍ୟାଚ୍‌ଟି ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିବାବେଳେ ବିଜୟୀ ଦଳ ପକ୍ଷରୁ ଆକାଶ ବେକ୍‌ ୫୩ ଓ ମହେଶ ପ୍ରଧାନ ୬୭ତମ ମିନିଟ୍‌ରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ସ୍ଥାନୀୟ କ୍ୟାପିଟାଲ ଫୁଟ୍‌ବଲ ଆରେନାରେ ଅନୁଷ୍ଠିତ ଅନ୍ୟ ଏକ ମ୍ୟାଚ୍‌ରେ ବରଗଡ଼ ୫-୧ ଗୋଲରେ ବୌଦ୍ଧକୁ ହରାଇ ଦେଇଛି। ବରଗଡ଼ ପକ୍ଷରୁ ଫ୍ରାନ୍ସିସ୍‌ ଲାକ୍ରା ୩୭ ଓ ୫୨ ଏବଂ ପ୍ରଭାତ ଦନସେନା ୬୪ ଓ ୭୬ତମ ମିନିଟ୍‌ରେ ୨ଟି ଲେଖାଏ ଗୋଲ ଦେଇଥିଲେ। ବୌଦ୍ଧ ପକ୍ଷରୁ ଦେବାଶିଷ ବେହେରା ୧୩ତମ ମିନିଟ୍‌ରେ ଗୋଟିଏ ଗୋଲ ଦେଇଥିବାବେଳେ ସୁଶାନ୍ତ ଦଳେଇ ୧୯ତମ ମିନିଟ୍‌ରେ ଆତ୍ମଘାତୀ ଗୋଲ ସ୍କୋର କରିଥିଲେ। ସୋମବାର କ୍ୟାପିଟାଲ ଗ୍ରାଉଣ୍ଡରେ କଟକ-କନ୍ଧମାଳ ଏବଂ ଓଟିଏମ୍‌ ଗ୍ରାଉଣ୍ଡରେ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ-ଖୋର୍ଦ୍ଧା ମଧ୍ୟରେ ମ୍ୟାଚ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri