ସାହାଣମେଲା, ଗର୍ଭଗୃହ ଦର୍ଶନ ବାରଣ

ଭୁବନେଶ୍ୱର, ୨୬।୨ (ବ୍ୟୁରୋ): ଆସନ୍ତା ୧ ତାରିଖରେ ମହାଶିବରାତ୍ରି ଓ ଜାଗରଯାତ୍ରା। ରାଜଧାନୀରେ ଥିବା ମନ୍ଦିରରେ କୋଭିଡ୍‌ କଟକଣା ଭିତରେ ଏହାକୁ ପାଳନ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଶୁକ୍ରବାର ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଶ୍ରୀଲିଙ୍ଗରାଜ ମନ୍ଦିରରେ ସାହାଣମେଲା ଓ ଗର୍ଭଗୃହ ଦର୍ଶନକୁ ବାରଣ କରାଯାଇଛି। ଶ୍ରଦ୍ଧାଳୁମାନେ ସିଂହଦ୍ୱାରଠାରୁ ଆଡ଼କାଠ ମଧ୍ୟରେ ରହି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିପାରିବେ। ତେବେ ଏହି ସମୟରେ ଶ୍ରଦ୍ଧାଳୁମାନେ କୌଣସି ପୂଜା, ଭୋଗ କରିପାରିବେ ନାହିଁ। ସେହିପରି ମନ୍ଦିର ମଧ୍ୟରେ ଉଭୟ ସେବାୟତ, ଶ୍ରଦ୍ଧାଳୁମାନଙ୍କୁ ମାସ୍କ ପରିଧାନ କରିବା ସହ ସାମାଜିକ ଦୂରତା ପାଳନ କରିବାକୁ ପରାମର୍ଶ ଦିଆଯାଇଛି। ମନ୍ଦିର ପରିସରରେ ପାନ, ଗୁଟ୍‌ଖା ଖାଇବା ଉପରେ ରୋକ୍‌ ଲଗାଯାଇଛି। ଅସୁସ୍ଥତା ଅନୁଭବ କରୁଥିବା ବ୍ୟକ୍ତି, ବୃଦ୍ଧ, ଗର୍ଭବତୀ ଏବଂ ୧୨ ବର୍ଷରୁ କମ୍‌ ବୟସର ପିଲାଙ୍କୁ ମନ୍ଦିର ପ୍ରବେଶ ଉପରେ ବାରଣ କରାଯାଇଛି। ଶିବରାତ୍ରି ସମୟରେ କୌଣସି ମେଳା, ମହୋତ୍ସବ ହୋଇପାରିବ ନାହିଁ। ମହାନଗର ନିଗମ ଅଞ୍ଚଳରେ ଥିବା ସମସ୍ତ ମନ୍ଦିରରେ ଏହି ନିର୍ଦ୍ଦେଶନାମା ପାଳନ କରିବାକୁ କୁହାଯାଇଛି। ଶ୍ରଦ୍ଧାଳୁମାନେ କୋଭିଡ୍‌ ନିୟମ ଠିକ୍‌ ଭାବେ ପାଳନ କରୁଛନ୍ତି କି ନାହିଁ ତାହା ମନ୍ଦିର କର୍ତ୍ତୃପକ୍ଷ ତଦାରଖ କରିବେ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ  ମୃତ୍ୟୁ ସନ୍ଦେହ

ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି।…

ବନ୍ତରୁ ଉଦ୍ଧାର ହେଲା ଅତି ବିରଳ ସାପ: ଚିକିତ୍ସା ପାଇଁ ଯିବ ନନ୍ଦନକାନନ

ବନ୍ତ,୧୮।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ହରିଜନ ସାହିରୁ ଏକ ଅତି ବିରଳ ରଙ୍ଗର ସାପକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ହଳଦିଆ…

ଇରାନ ସହ କଥା ହେବା ମଧ୍ୟରେ ପୁଣି ଧମକ ଦେଲେ ଟ୍ରମ୍ପ, କହିଲେ ବୁଧବାର ସୁଦ୍ଧା ଡିଲ ନ ହେଲେ…

ଓ୍ବାଶିଂଟନ,୧୮।୪: ଇରାନ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ବର୍ତ୍ତମାନର ଯୁଦ୍ଧବିରତି ଅଧିକ ଦିନ ପର୍ଯ୍ୟନ୍ତ ରହିପାରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri