Posted inଜାତୀୟ

ପ୍ରଭାବଶାଳୀ ଭାରତୀୟରୁ ଜେଲ୍ ପର୍ଯ୍ୟନ୍ତ, ଜାଣନ୍ତୁ କିପରି ଥିଲା ସୁବ୍ରତ ରୟଙ୍କ ଯାତ୍ରା

ନୂଆଦିଲ୍ଲୀ, ୧୫।୧୧: ସାହାରା ଗ୍ରୁପ୍‌ ପ୍ରତିଷ୍ଠାତା ସୁବ୍ରତ ରୟଙ୍କର ମଙ୍ଗଳବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୭୫ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ଅସୁସ୍ଥ ଥିବା ସୁବ୍ରତଙ୍କୁ ରବିବାର ମୁମ୍ବାଇର କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଥିବାବେଳେ ସେ ଆଖି ବୁଜିଦେଇଥିବା ସାହାରା ଇଣ୍ଡିଆ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ସୁବ୍ରତ ରାୟଙ୍କ ମୃତଦେହକୁ ଲକ୍ଷ୍ନୌ, ଉତ୍ତରପ୍ରଦେଶକୁ ଅଣାଯିବ।

ବିହାରର ଅରାରିଆରେ ଏକ ବଙ୍ଗୀୟ ହିନ୍ଦୁ ପରିବାରରେ ୧୯୪୮ ଜୁନ୍‌ ୧୦ରେ ଜନ୍ମିତ ସୁବ୍ରତ କୋଲକାତାସ୍ଥିତ ହୋଲି ଚାଇଲ୍ଡ ଉତ୍ତରପ୍ରଦେଶର ଗୋରଖପୁରସ୍ଥିତ ଗଭର୍ନମେଣ୍ଟ ଟେକ୍‌ନିକାଲ ଇନ୍‌ଷ୍ଟିଚ୍ୟୁଟ୍‌ରେ ମେକାନିକାଲ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିଥିଲେ। ସେହି ଗୋରଖପୁର ହିଁ ତାଙ୍କ କର୍ମକ୍ଷେତ୍ରର ଏନ୍ତୁଡିଶାଳ ପାଲଟିଥିଲା।

୧୯୭୬ରେ ସେ ଆରମ୍ଭ କରିଥିବା ସାହାରା ଫାଇନାନ୍ସ (ଚିଟ୍‌ଫଣ୍ଡ ସଂସ୍ଥା) ପରବର୍ତ୍ତୀ ସମୟରେ ଭାରତର ଏକ ଅଗ୍ରଣୀ ତଥା ଦ୍ୱିତୀୟ ସର୍ବାଧିକ ନିଯୁକ୍ତି ପ୍ରଦାନକାରୀ କମ୍ପାନୀରେ ପରିଣତ ହୋଇଥିଲା। ୧୯୯୦ ଦଶକରେ ସୁବ୍ରତ ଲକ୍ଷ୍ନୌରେ ନିଜ ଆର୍ଥତ୍କ ସାମ୍ରାଜ୍ୟର ମୂଳଦୁଆ ପକାଇଥିଲେ। ସେହିଠାରୁ ହିଁ ସାହାରା ଇଣ୍ଡିଆ ଆର୍ଥତ୍କ ସେବା, ଶିକ୍ଷା, ରିଅଲ ଇଷ୍ଟେଟ୍‌, ଗଣମାଧ୍ୟମ, ମନୋରଞ୍ଜନ, ପର୍ଯ୍ୟଟନ, ସ୍ବାସ୍ଥ୍ୟସେବା ଓ ଆତିଥେୟତା ଆଦି ବ୍ୟବସାୟିକ କ୍ଷେତ୍ରରେ ସଫଳତା ହାସଲ କରିପାରିଥିଲା। ୧୯୯୨ରେ ତାଙ୍କ ଦ୍ୱାରା ପ୍ରକାଶିତ ହିନ୍ଦୀ ଖବରକାଗଜ ରାଷ୍ଟ୍ରୀୟ ସାହାରା ଉତ୍ତର ଭାରତ ସମେତ ଦେଶର ବିଭିନ୍ନ ଭାଗରେ ବେଶ୍‌ ପାଠକୀୟ ଆଦୃତି ଲାଭ କରିଥିଲା।

୯୦ ଦଶକର ଶେଷ ଭାଗରେ ମହତ୍ତ୍ୱାକାଂକ୍ଷୀ ଆମ୍ବି ଭ୍ୟାଲି ସିଟି ପ୍ରକଳ୍ପ, ୨୦୦୦ରେ ସାହାରା ଟିଭି, ୨୦୦୩ରେ ସାହାରା ଟାଇମ୍‌, ସାହାରା ସମୟ, ସାହାରା ଆଲ୍‌ମି ନାମରେ ୩ଟି ସାପ୍ତାହିକର ପ୍ରକାଶନ ଆରମ୍ଭ ହୋଇଥିଲା। ୨୦୧୨ରେ ‘ଇଣ୍ଡିଆ ଟୁଡେ’ର ୧୦ ପ୍ରଭାବଶାଳୀ ଭାରତୀୟଙ୍କ ମଧ୍ୟରେ ସୁବ୍ରତ ରହିଥିଲେ। ୨୦୧୩ରେ ଉତ୍ତରାଖଣ୍ଡର ବନ୍ୟା ପ୍ରଭାବିତଙ୍କୁ ରିଲିଫ ସମେତ ଅନେକ ଜନକଲ୍ୟାଣକାରୀ କାର୍ଯ୍ୟରେ ସୁବ୍ରତ ନିୟୋଜିତ ରହି ପ୍ରଶଂସିତ ହୋଇଥିଲେ। ନିଜ ବଦାନ୍ୟତା ପାଇଁ ସେ ଦେଶ ବିଦେଶରେ ଅନେକ ସମ୍ମାନ ଓ ପୁରସ୍କାରର ଅଧିକାରୀ ହୋଇଥିଲେ।

ଦୀର୍ଘବର୍ଷ ଧରି ସେ ଭାରତୀୟ କ୍ରିକେଟର ପ୍ରାୟୋଜକ ରହିଆସିଥିଲେ। ଅନ୍ୟ କମ୍ପାନୀଗୁଡ଼ିକର ମୁଖ୍ୟ ଭଳି ସୁବ୍ରତ ନିଜକୁ ମ୍ୟାନେଜିଂ ଡାଇରେକ୍ଟର ନ କହି ମ୍ୟାନେଜିଂ ଓ୍ବାର୍କର ଭାବେ ପରିଚିତ ହେବାକୁ ପସନ୍ଦ କରୁଥିଲେ। ସାହାରା ପରିବାର ତାଙ୍କୁ ଶ୍ରଦ୍ଧାରେ ‘ସାହାରାଶ୍ରୀ’ ସମ୍ବୋଧନ କରୁଥିଲା। ଏସବୁ ସତ୍ତ୍ୱେ ସୁବ୍ରତଙ୍କ ଜୀବନ ବିବାଦ ଘେରରେ ରହିଆସିଥିଲା। ଜମାକାରୀଙ୍କ ଅର୍ଥ ମାଚ୍ୟୁରିଟି ପରେ ମଧ୍ୟ ଫେରସ୍ତ ନ କରିବା ଭଳି ସଙ୍ଗୀନ ଅଭିଯୋଗ ତାଙ୍କ ବିରୋଧରେ ରହିଛି। ବଜାର ନିୟନ୍ତ୍ରକ ସେବି ସହ ଆଇନଗତ ବିବାଦକୁ ନେଇ ୨୦୧୪ ଫେବୃୟାରୀ ୨୬ରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri