ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ସ୍ଥିତ ‘ସାହାରା ନର୍ସିଂ ହୋମ’ ଉପରେ ଚଢ଼ାଉ କରାଯାଇ ଏହାକୁ ସିଲ କରାଯିବା ସହ ଏହାର ମାଲିକ ମଙ୍ଗୁଳୁ ଚରଣ ପ୍ରଧାନଙ୍କୁ ଗିରଫ କରାଯାଇଛି।

ଗଞ୍ଜାମ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଭବାନୀ ଶଙ୍କର ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ସାରେ ଏକ ମିଳିତ ଟିମ୍‌ ଏହି ନର୍ସିଂ ହୋମ ଉପରେ ଚଢ଼ାଉ କରିଥିଲେ। ସାନଖେମୁଣ୍ଡି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ, ଚିକିଟି ଏସଡିପିଓ ବିଶ୍ୱାମିତ୍ର ହରପାଲ ଏବଂ ଆଇଆଇସି କିଶୋର କୁମାର ସାମଲଙ୍କ ଉପସ୍ଥିତିରେ ହୋଇଥିବା ଏହି ଚଢ଼ାଉ ବେଳେ ସେଠାରେ ଦୁଇଜଣ ରୋଗୀ ଚିକିତ୍ସିତ ହେଉଥିବା ଦେଖିବାକୁ ମିଳିଥିଲା। ପୋଲିସ ସେଠାରୁ ଅଲଟ୍ରା ସାଉଣ୍ଡ ମେଶିନ ଓ ବି.ପି ମନିଟର ସମେତ ୨୧ ପ୍ରକାରର ଡାକ୍ତରୀ ସାମଗ୍ରୀ ଜବତ କରି ନର୍ସିଂ ହୋମକୁ ସିଲ କରିଛି।
ତଦନ୍ତକାରୀ ଅଧିକାରୀ ଏସ.ଆଇ ସୋଫିଆ ମିଶ୍ରଙ୍କ ସୂଚନା ଅନୁଯାୟୀ, ଅଭିଯୁକ୍ତ ମଙ୍ଗୁଳୁଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ସଙ୍ଗୀନ ଧାରା (୩୧୬(୪)/୩୧୯(୨)/୩୩୬(୩) ଇତ୍ୟାଦି) ସହ କ୍ଲିନିକାଲ ଏଷ୍ଟାବ୍ଲିସମେଣ୍ଟ ଆକ୍ଟ ଅନୁଯାୟୀ ମାମଲା (ନଂ. ୧୩୧/୨୬) ରୁଜୁ ହୋଇଛି। ଶନିବାର ଅପରାହ୍ନରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍‌ଜେଲକୁ ପଠାଇ ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ଗତ ମେ ୧୧, ୨୦୨୫ରେ ଏହି ନର୍ସିଂ ହୋମରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁଁ ଜଣେ ପ୍ରସୂତି ମହିଳା ଓ ତାଙ୍କ ନବଜାତ ଶିଶୁର ମୃତ୍ୟୁ ଘଟିଥିଲା। ସେହି ମାମଲାରେ ଗିରଫ ହୋଇ ଜାମିନରେ ଆସିବା ପରେ ମଙ୍ଗୁଳୁ ପୁଣି ଥରେ ବିନା ଅନୁମତିରେ ଓ ବିନା କୌଣସି ଅଭିଜ୍ଞ ଡାକ୍ତରଙ୍କ ସହାୟତାରେ ବେଆଇନ ଭାବେ ଚିକିତ୍ସା ସେବା ଜାରି ରଖିଥିଲେ। କେବଳ ସେତିକି ନୁହେଁ, ମୃତ ମହିଳାଙ୍କ ପରିବାରକୁ ଧମକ ଦେବା ନେଇ ମଧ୍ୟ ତାଙ୍କ ନାମରେ ପୃଥକ ମାମଲା ବିଚାରାଧୀନ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri