କେନ୍ଦୁଝରରେ ବିଜେଡିକୁ ଝଟକା: ଭାଜପାରେ ଯୋଗଦେଲେ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା

ପାଟଣା,୪।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରିନା ନାୟକ ବିଜେଡି ଛାଡି ଭାଜପାରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ଅଧ୍ୟକ୍ଷା ନାୟକ ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟ ମନ୍ତ୍ରୀ ଅଧ୍ୟକ୍ଷା ନାୟକଙ୍କୁ ପୁଷ୍ପ ଗୁଚ୍ଛ, ଦଳୀୟ ଉତ୍ତରୀୟ ଏବଂ ଟୋପି ପିନ୍ଧାଇ ସ୍ବାଗତ କରିଥିଲେ।

ମିଶ୍ରଣ ଉତ୍ସବରେ କେନ୍ଦୁଝର ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା, ରାଜ୍ୟ ଭାଜପା ମହିଳା ଏସ୍‌ଟି ମୋର୍ଚ୍ଚା ଉପସଭାପତି ତଥା ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମମିତା ନାଏକ, ବରିଷ୍ଠ ଭାଜପା ନେତା ଶିବାଜୀ ଗୌତମ ମହାନ୍ତ ବର୍ମା, ଭାଜପା ଉଦୟପୁର ମଣ୍ଡଳ ସଭାପତି ନରହରି ମହାନ୍ତ, ସହରପଡ଼ା ମଣ୍ଡଳ ସଭାପତି ବୁଲୁ ବାରିକ, ବରିଷ୍ଠ ନେତା ହିରାଲାଲ ମହାନ୍ତ, କରୁଣା ସାଗର ଖଟୁଆ, ମିଲନ ମହାନ୍ତ, ଅଶିନୀ ମହାନ୍ତ ପ୍ରମୁଖଙ୍କ ସହ ସାହାରପଡ଼ା ବ୍ଲକ ଆଗଧାଡ଼ି ଭାଜପା ନେତାଙ୍କ ଉପସ୍ଥିତିରେ ଅଧ୍ୟକ୍ଷା ନାୟକ ଭାଜପାରେ ସାମିଲ ହୋଇଥିଲେ।

ଅଧ୍ୟକ୍ଷା ନାୟକ ଭାଜପାରେ ସାମିଲ ହେବା ପରେ ପ୍ରତିକ୍ରିୟାରେ କିହିଛନ୍ତି, ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଜଣେ ସାଧାରଣ ପରିବାରରୁ ଆସି ଆଜି ଗୁରୁପୂର୍ଣ୍ଣ ପଦବୀରେ ଆସିନ ହୋଇଛନ୍ତି। ତାଙ୍କ କାର୍ଯ୍ୟ ଦକ୍ଷତା ଏବଂ ଆଦର୍ଶରେ ଅନୁପ୍ରାଣିତ ହୋଇ ଭାଜପାରେ ଯୋଗ ଦେଇଥିବା ସେ ପ୍ରକାଶ କରିଛନ୍ତି।

ସୂଚନା ଯୋଗ୍ୟ, ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ପଦ ବିଜେଡି ଦଖଲରେ ଥିବା ବେଳେ ଏବେ ଅଧ୍ୟକ୍ଷା ଭାଜପାରେ ଯୋଗଦେବା ରାଜନୈତିକ ସମୀକରଣ ବଦଳି ଯାଇଛି। ସାହାରପଡ଼ା ବ୍ଲକ ଭାଜପା କବଜାକୁ ଯାଇଛି ବୋଲି ରାଜନୈତିକ ବିଶ୍ଲେଶକ ମତ ପ୍ରକାଶ କରିଛନ୍ତି। କେନ୍ଦୁଝର ଜିଲା ବାର ଆସୋସିଏଶନ ସଭାପତି ତଥା ଆଇନଜୀବୀ ଆଲୋକ ମହାନ୍ତ ମଧ୍ୟ ବିଜେଡି ଛାଡି ସୋମବାର ଭାଜପାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri