ଘଣ୍ଟାଏ ବର୍ଷାରେ ସାହି ଜଳବନ୍ଦୀ

ବ୍ରହ୍ମପୁର ଅଫିସ,୨୨।୩: ପଶ୍ଚିମା ଝଡ ପ୍ରଭାବରେ ବ୍ରହ୍ମପୁରରେ ଗତ ୩ ଦିନ ଧରି ପାଗ ମେଘୁଆ ସାଙ୍ଗକୁ ସନ୍ଧ୍ୟାରୁ ରାତି ଯାଏ ବର୍ଷା ଲାଗି ରହୁଥିଲା। ପୂର୍ବାହ୍ନରୁ ଅପରାହ୍ନ ଟାଣ ଖରା ହେଉଥିବା ବେଳେ ସନ୍ଧ୍ୟାରେ ପାଗ ମେଘୁଆ ହୋଇ ଝିପି ଝିପି ବର୍ଷା ଲାଗି ରହୁଥିଲା। ମଙ୍ଗଳବାର ପୂର୍ବାହ୍ନରେ ପାଗ ଭଲ ଥିବା ବେଳେ ଅପରାହ୍ନରେ ହଠାତ ଆକାଶ ମେଘାଛନ ହୋଇ ଝିପି ଝିପି ବର୍ଷା ଆରମ୍ଭ ହୋଇଥିଲା। ଏହାପରେ ଅପରାହ୍ନ ୨ଟା ବେଳକୁ ଘଡ ଘଡି ବିଜୁଳି ସାଙ୍ଗକୁ ପ୍ରାୟ ୧ ଘଣ୍ଟା ଧରି ବର୍ଷା ଲାଗି ରହିଥିଲା। ଏହି ବର୍ଷାରେ ସହର ତଳି ଅଞ୍ଚଳ ସମେତ ବିଭିନ୍ନ ସାହିରେ କୁତ୍ରିମ ବନ୍ୟା ସୃଷ୍ଟି ହୋଇ ଲୋକେ ଜଳବନ୍ଦୀ ହୋଇଥିଲେ।
ନେହେରୁନଗର ୭ମ ଲେନରେ ନୂତନ ଭାବେ ଡ୍ରେନ୍‌ କାର୍ଯ୍ୟ ହୋଇଥିବା ବେଳେ ବର୍ଷା ପ୍ରଭାବରେ ନର୍ଦ୍ଦମା ପାଣି ଘର ସମ୍ମୁଖରେ ଥିବା ଗାଡିଗୁଡିକ ବୁଡି ଯାଇଥିବା ଦେଖିବାକୁ ମିଳିଥିଲା। ଏପରିକି ଉକ୍ତ ସାହିରେ ପାଇପ୍‌ ଲାଇନ ବିଛାଇବା ପାଇଁ ରାସ୍ତା ଖୋଳାଯାଇଛି। ଏଥିରେ ବର୍ଷା ପାଣି ଜମି ରହିବା ଫଳରେ ବହୁ ଲୋକ ଯାତାୟାତ ସମୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ସେହିଭଳି ଅଶୋକନଗର ମୁଖ୍ୟ ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଥିଲା। ଫଳରେ ସେହି ରାସ୍ତା ଦେଇ ନୂଆ ବସ୍‌ଷ୍ଟାଣ୍ଡ ଓ କମାପଲୀକୁ ଯିବା ପାଇଁ ସମ୍ଭବ ହୋଇପାରି ନ ଥିଲା। ଯାହାକୁ ନେଇ ସାହି ବାସିନ୍ଦା ଅସନ୍ତୋଷ ପ୍ରକାଶ କରିବା ସହ ବ୍ରହ୍ମପୁର ମହାନଗର ନିଗମର ଖାମ ଖିଆଲି ନୀତି ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗ କରିଛନ୍ତି। ସେହିପରି ଲାଞ୍ଜିପଲୀ ଉମାନଗର ଓ ଗଜପତିନଗର ଆଦି ଅଞ୍ଚଳର ମୁଖ୍ୟ ରାସ୍ତାରେ ଦୀର୍ଘ ସମୟ ଧରି ପାଣି ଜମି ରହିଥିଲା। ଏପରିକି ଆଙ୍କୁଲି ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ପରିସରରେ ମଧ୍ୟ ପାଣିର ଜମା ହୋଇ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଝାଲିଆଗୋଛାକୁ ହରାଇଲା ହରିଗଡ଼

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ନୁଆପଲ୍ଲୀଠାରେ ରବିବାରଠାରୁ ଆରମ୍ଭ ହୋଇଛି ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ। ଉଦ୍‌ଘାଟନୀ ମ୍ୟାଚ୍‌ ଝାଲିଆଗୋଛା ଓ ହରିଗଡ଼ ମଧ୍ୟରେ…

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ…

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

ଆଇପିଏଲ୍‌ ଆରମ୍ଭରୁ ବଡ଼ ବିବାଦ: RCB vs SRH ମ୍ୟାଚ୍‌ରେ ଏମିତି କ’ଣ ହେଲା ଯାହାକୁ ନେଇ ଏବେ ବଢୁଛି ହଙ୍ଗାମା…

ନୂଆଦିଲ୍ଲୀ,୨୯।୩: ଶନିବାରଠାରୁ ଆରମ୍ଭ ହୋଇଥିବା IPL 2026ର ଉଦ୍‌ଘାଟନୀ ମ୍ୟାଚ୍‌ ଯେତିକି ରୋମାଞ୍ଚକର ଥିଲା, ସେତିକି ବିବାଦୀୟ ମଧ୍ୟ ହୋଇପଡ଼ିଛି। RCB ଏବଂ SRH ମଧ୍ୟରେ ଖେଳାଯାଇଥିବା…

‘ନୋ କିଙ୍ଗସ୍‌’ ଆନ୍ଦୋଳନରେ ଦୋହଲି ଗଲାଣି ଆମେରିକା, ଗାଦିଚ୍ୟୁତ ହେବେ ଟ୍ରମ୍ପ!

ଓ୍ବାଶିଂଟନ,୨୯।୩: ଆମେରିକା ବର୍ତ୍ତମାନ ଦୁଇଟି ପ୍ରମୁଖ ମୋର୍ଚ୍ଚା ସହିତ ସଂଘର୍ଷ କରୁଛି। ଗୋଟିଏ ପଟେ, ପଶ୍ଚିମ ଏସିଆରେ ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷରେ ହଜାର ହଜାର ଲୋକଙ୍କ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri