ଘଣ୍ଟାଏ ବର୍ଷାରେ ସାହି ଜଳବନ୍ଦୀ

ବ୍ରହ୍ମପୁର ଅଫିସ,୨୨।୩: ପଶ୍ଚିମା ଝଡ ପ୍ରଭାବରେ ବ୍ରହ୍ମପୁରରେ ଗତ ୩ ଦିନ ଧରି ପାଗ ମେଘୁଆ ସାଙ୍ଗକୁ ସନ୍ଧ୍ୟାରୁ ରାତି ଯାଏ ବର୍ଷା ଲାଗି ରହୁଥିଲା। ପୂର୍ବାହ୍ନରୁ ଅପରାହ୍ନ ଟାଣ ଖରା ହେଉଥିବା ବେଳେ ସନ୍ଧ୍ୟାରେ ପାଗ ମେଘୁଆ ହୋଇ ଝିପି ଝିପି ବର୍ଷା ଲାଗି ରହୁଥିଲା। ମଙ୍ଗଳବାର ପୂର୍ବାହ୍ନରେ ପାଗ ଭଲ ଥିବା ବେଳେ ଅପରାହ୍ନରେ ହଠାତ ଆକାଶ ମେଘାଛନ ହୋଇ ଝିପି ଝିପି ବର୍ଷା ଆରମ୍ଭ ହୋଇଥିଲା। ଏହାପରେ ଅପରାହ୍ନ ୨ଟା ବେଳକୁ ଘଡ ଘଡି ବିଜୁଳି ସାଙ୍ଗକୁ ପ୍ରାୟ ୧ ଘଣ୍ଟା ଧରି ବର୍ଷା ଲାଗି ରହିଥିଲା। ଏହି ବର୍ଷାରେ ସହର ତଳି ଅଞ୍ଚଳ ସମେତ ବିଭିନ୍ନ ସାହିରେ କୁତ୍ରିମ ବନ୍ୟା ସୃଷ୍ଟି ହୋଇ ଲୋକେ ଜଳବନ୍ଦୀ ହୋଇଥିଲେ।
ନେହେରୁନଗର ୭ମ ଲେନରେ ନୂତନ ଭାବେ ଡ୍ରେନ୍‌ କାର୍ଯ୍ୟ ହୋଇଥିବା ବେଳେ ବର୍ଷା ପ୍ରଭାବରେ ନର୍ଦ୍ଦମା ପାଣି ଘର ସମ୍ମୁଖରେ ଥିବା ଗାଡିଗୁଡିକ ବୁଡି ଯାଇଥିବା ଦେଖିବାକୁ ମିଳିଥିଲା। ଏପରିକି ଉକ୍ତ ସାହିରେ ପାଇପ୍‌ ଲାଇନ ବିଛାଇବା ପାଇଁ ରାସ୍ତା ଖୋଳାଯାଇଛି। ଏଥିରେ ବର୍ଷା ପାଣି ଜମି ରହିବା ଫଳରେ ବହୁ ଲୋକ ଯାତାୟାତ ସମୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ସେହିଭଳି ଅଶୋକନଗର ମୁଖ୍ୟ ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଥିଲା। ଫଳରେ ସେହି ରାସ୍ତା ଦେଇ ନୂଆ ବସ୍‌ଷ୍ଟାଣ୍ଡ ଓ କମାପଲୀକୁ ଯିବା ପାଇଁ ସମ୍ଭବ ହୋଇପାରି ନ ଥିଲା। ଯାହାକୁ ନେଇ ସାହି ବାସିନ୍ଦା ଅସନ୍ତୋଷ ପ୍ରକାଶ କରିବା ସହ ବ୍ରହ୍ମପୁର ମହାନଗର ନିଗମର ଖାମ ଖିଆଲି ନୀତି ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗ କରିଛନ୍ତି। ସେହିପରି ଲାଞ୍ଜିପଲୀ ଉମାନଗର ଓ ଗଜପତିନଗର ଆଦି ଅଞ୍ଚଳର ମୁଖ୍ୟ ରାସ୍ତାରେ ଦୀର୍ଘ ସମୟ ଧରି ପାଣି ଜମି ରହିଥିଲା। ଏପରିକି ଆଙ୍କୁଲି ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ପରିସରରେ ମଧ୍ୟ ପାଣିର ଜମା ହୋଇ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri