ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ

ପୁରୀ,୧୮ା୪(ଅଜିତ ମହାନ୍ତି)ପବିତ୍ର ରାମନବମୀ ଅବସରରେ ବୁଧବାରଠାରୁ ଶ୍ରୀମନ୍ଦିର ଓ ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ସହିଯାତ ପାଇଁ ଉତ୍ସବମୁଖର ହୋଇପଡ଼ିଛି ଶ୍ରୀକ୍ଷେତ୍ର। ଶ୍ରୀରାମଙ୍କ ଜନ୍ମଲୀଳାଠାରୁ ଆରମ୍ଭ ହୋଇଥିବା ଏହି ଯାତ ରାମାଭିଷେକରେ ସମାପନ ହେବ। ଶ୍ରୀମନ୍ଦିର ନୀତି ସହ ଅଙ୍ଗାଙ୍ଗୀ ଭାବେ ସାହିଯାତ ଜଡ଼ିତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପାସନାରେ ଏକ ଅଙ୍ଗ ଭାବେ ଶ୍ରୀରାମଳୀଳାକୁ ବିବେଚନା କରାଯାଏ। ଶ୍ରୀମନ୍ଦିରରେ ଏହି ଲୀଳା ପାଳନ ହେବା ସହ ଶ୍ରୀକ୍ଷେତ୍ରର ଆଠସାହିରେ ଯାତ ଅନୁଷ୍ଠିତ ହୋଇଥାଏ। ସାହିଯାତରେ ପାରମ୍ପରିକ ସାମରିକ କଳା, ଲୋକକଳା, ଲୋକନୃତ୍ୟ ଓ ସାଂସ୍କୃତିକ ପରମ୍ପରା ଦେଖିବାକୁ ମିଳିବ। ପୁରୀର ଆଠସାହି ଆଖଡ଼ା ପକ୍ଷରୁ ଏହି ଯାତ ଅନୁଷ୍ଠିତ ହେବ। ସାହିଯାତର ବୁଧବାର ପ୍ରଥମ ଦିବସରେ କାଳିକାଦେବୀ ସାହି ଆଖଡ଼ା ପକ୍ଷରୁ ରାମଜନ୍ମ ନୀତି ପ୍ରସ୍ତାବ ଆଗତ କରାଯିବା ସହ ଶ୍ରୀରାମ ଜନ୍ମନୀତି ସମ୍ପନ୍ନ ହୋଇଛି। ଏହି ଅବସରରେ ଶ୍ରୀରାମ, ଲକ୍ଷ୍ମଣ, ଭରତ, ଶତ୍ରୁଘ୍ନ, ଋଷ୍ୟଶୃଙ୍ଗ ଆଦି ବେଶଧାରୀମାନେ ସାହିରୁ ବାହାରି ପ୍ରଥମେ ମା’ ଦକ୍ଷିଣକାଳୀଙ୍କୁ ଦର୍ଶନ କରିବା ସହ ଆଜ୍ଞାମାଳ ପ୍ରାପ୍ତ ହୋଇଥିଲେ। ପରେ ସେମାନେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀରାମ ଜନ୍ମନୀତିରେ ସାମିଲ ହୋଇଥିଲେ। ସେଠାରୁ ଚରୁଅନ୍ନ ଆଣି ମା’ ଦକ୍ଷିଣକାଳୀଙ୍କୁ ଅର୍ପଣ କରାଯିବା ପରେ ବେଶଧାରୀମାନେ ମାଟିମଣ୍ଡପ ସାହି ପରିକ୍ରମା କରିଥିଲେ। ଏଥିସହ ନାଗା, ମେଢ଼ର ପାରମ୍ପରିକ ନୃତ୍ୟ ଦେଖିବାକୁ ମିଳିଛି। ନାଗା, ନବଶିିରା ସହିତ ବିଭିନ୍ନ ମେଢ଼ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲା। ଆଠ ସାହି ଆଖଡ଼ାର ମୁରବିମାନେ ସାହିଯାତରେ ସାମିଲ ହୋଇଥିଲେ। ଋଷ୍ୟଶୃଙ୍ଗ ଋଷି ଚରିତ୍ରରେ ମନୋରଞ୍ଜନ ଦାଶ, ରାମ ଚରିତ୍ରରେ ହରି ସିଂହ, ଲକ୍ଷ୍ମଣ ଚରିତ୍ରରେ ଆୟୁଷ୍ମାନ ମେକାପ, ଭରତ ଚରିତ୍ରରେ ଅଂଶୁମାନ୍‌ ମେକାପ ଏବଂ ଶତୃଘ୍ନ ଚରିତ୍ରରେ ରୁଦ୍ରନାଥ ପଣ୍ଡା ସାହି ବୁଲିଛନ୍ତି। ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସ୍‌ପି ପିନାକ ମିଶ୍ର, ସିଟି ଡିଏସ୍‌ପି ପ୍ରଶାନ୍ତ ସାହୁ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଜିଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ପ୍ରମୁଖ ଯୋଗ ଦେଇଥିଲେ। କାଳିକାଦେବୀ ସାହି ଆଖଡ଼ାର ସଭାପତି ଲକ୍ଷ୍ମୀକାନ୍ତ ରଥ, ସମ୍ପାଦକ ପ୍ରଫୁଲ୍ଲ ଖୁଣ୍ଟିଆଙ୍କ ତତ୍ୱାବଧାନରେ ସଦସ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଆଠସାହି ସମ୍ପାଦକ ତଳଛୁ ନୀଳକଣ୍ଠ ମହାପାତ୍ର, ସଂଯୋଜକ ନରେନ୍ଦ୍ର ମହାନ୍ତି, ସହସମ୍ପାଦକ ଚକ୍ରଧର ମହାପାତ୍ର, ହରଚଣ୍ଡୀ ସାହିର ସହସମ୍ପାଦକ ନାରାୟଣ କୋଠାରୀ, କୁଣ୍ଢେଇବେଣ୍ଟ ସାହିର ସଭାପତି ସାହିନାୟକ ନାରାୟଣ ମହାପାତ୍ର, ସମ୍ପାଦକ ଜଗନ୍ନାଥ ମହାପାତ୍ର ପ୍ରମୁଖ କାର୍ଯ୍ୟ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri