ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ

ପୁରୀ,୧୮ା୪(ଅଜିତ ମହାନ୍ତି)ପବିତ୍ର ରାମନବମୀ ଅବସରରେ ବୁଧବାରଠାରୁ ଶ୍ରୀମନ୍ଦିର ଓ ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ସହିଯାତ ପାଇଁ ଉତ୍ସବମୁଖର ହୋଇପଡ଼ିଛି ଶ୍ରୀକ୍ଷେତ୍ର। ଶ୍ରୀରାମଙ୍କ ଜନ୍ମଲୀଳାଠାରୁ ଆରମ୍ଭ ହୋଇଥିବା ଏହି ଯାତ ରାମାଭିଷେକରେ ସମାପନ ହେବ। ଶ୍ରୀମନ୍ଦିର ନୀତି ସହ ଅଙ୍ଗାଙ୍ଗୀ ଭାବେ ସାହିଯାତ ଜଡ଼ିତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପାସନାରେ ଏକ ଅଙ୍ଗ ଭାବେ ଶ୍ରୀରାମଳୀଳାକୁ ବିବେଚନା କରାଯାଏ। ଶ୍ରୀମନ୍ଦିରରେ ଏହି ଲୀଳା ପାଳନ ହେବା ସହ ଶ୍ରୀକ୍ଷେତ୍ରର ଆଠସାହିରେ ଯାତ ଅନୁଷ୍ଠିତ ହୋଇଥାଏ। ସାହିଯାତରେ ପାରମ୍ପରିକ ସାମରିକ କଳା, ଲୋକକଳା, ଲୋକନୃତ୍ୟ ଓ ସାଂସ୍କୃତିକ ପରମ୍ପରା ଦେଖିବାକୁ ମିଳିବ। ପୁରୀର ଆଠସାହି ଆଖଡ଼ା ପକ୍ଷରୁ ଏହି ଯାତ ଅନୁଷ୍ଠିତ ହେବ। ସାହିଯାତର ବୁଧବାର ପ୍ରଥମ ଦିବସରେ କାଳିକାଦେବୀ ସାହି ଆଖଡ଼ା ପକ୍ଷରୁ ରାମଜନ୍ମ ନୀତି ପ୍ରସ୍ତାବ ଆଗତ କରାଯିବା ସହ ଶ୍ରୀରାମ ଜନ୍ମନୀତି ସମ୍ପନ୍ନ ହୋଇଛି। ଏହି ଅବସରରେ ଶ୍ରୀରାମ, ଲକ୍ଷ୍ମଣ, ଭରତ, ଶତ୍ରୁଘ୍ନ, ଋଷ୍ୟଶୃଙ୍ଗ ଆଦି ବେଶଧାରୀମାନେ ସାହିରୁ ବାହାରି ପ୍ରଥମେ ମା’ ଦକ୍ଷିଣକାଳୀଙ୍କୁ ଦର୍ଶନ କରିବା ସହ ଆଜ୍ଞାମାଳ ପ୍ରାପ୍ତ ହୋଇଥିଲେ। ପରେ ସେମାନେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀରାମ ଜନ୍ମନୀତିରେ ସାମିଲ ହୋଇଥିଲେ। ସେଠାରୁ ଚରୁଅନ୍ନ ଆଣି ମା’ ଦକ୍ଷିଣକାଳୀଙ୍କୁ ଅର୍ପଣ କରାଯିବା ପରେ ବେଶଧାରୀମାନେ ମାଟିମଣ୍ଡପ ସାହି ପରିକ୍ରମା କରିଥିଲେ। ଏଥିସହ ନାଗା, ମେଢ଼ର ପାରମ୍ପରିକ ନୃତ୍ୟ ଦେଖିବାକୁ ମିଳିଛି। ନାଗା, ନବଶିିରା ସହିତ ବିଭିନ୍ନ ମେଢ଼ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲା। ଆଠ ସାହି ଆଖଡ଼ାର ମୁରବିମାନେ ସାହିଯାତରେ ସାମିଲ ହୋଇଥିଲେ। ଋଷ୍ୟଶୃଙ୍ଗ ଋଷି ଚରିତ୍ରରେ ମନୋରଞ୍ଜନ ଦାଶ, ରାମ ଚରିତ୍ରରେ ହରି ସିଂହ, ଲକ୍ଷ୍ମଣ ଚରିତ୍ରରେ ଆୟୁଷ୍ମାନ ମେକାପ, ଭରତ ଚରିତ୍ରରେ ଅଂଶୁମାନ୍‌ ମେକାପ ଏବଂ ଶତୃଘ୍ନ ଚରିତ୍ରରେ ରୁଦ୍ରନାଥ ପଣ୍ଡା ସାହି ବୁଲିଛନ୍ତି। ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସ୍‌ପି ପିନାକ ମିଶ୍ର, ସିଟି ଡିଏସ୍‌ପି ପ୍ରଶାନ୍ତ ସାହୁ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଜିଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ପ୍ରମୁଖ ଯୋଗ ଦେଇଥିଲେ। କାଳିକାଦେବୀ ସାହି ଆଖଡ଼ାର ସଭାପତି ଲକ୍ଷ୍ମୀକାନ୍ତ ରଥ, ସମ୍ପାଦକ ପ୍ରଫୁଲ୍ଲ ଖୁଣ୍ଟିଆଙ୍କ ତତ୍ୱାବଧାନରେ ସଦସ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଆଠସାହି ସମ୍ପାଦକ ତଳଛୁ ନୀଳକଣ୍ଠ ମହାପାତ୍ର, ସଂଯୋଜକ ନରେନ୍ଦ୍ର ମହାନ୍ତି, ସହସମ୍ପାଦକ ଚକ୍ରଧର ମହାପାତ୍ର, ହରଚଣ୍ଡୀ ସାହିର ସହସମ୍ପାଦକ ନାରାୟଣ କୋଠାରୀ, କୁଣ୍ଢେଇବେଣ୍ଟ ସାହିର ସଭାପତି ସାହିନାୟକ ନାରାୟଣ ମହାପାତ୍ର, ସମ୍ପାଦକ ଜଗନ୍ନାଥ ମହାପାତ୍ର ପ୍ରମୁଖ କାର୍ଯ୍ୟ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri