Posted inଖେଳ

ମାକ୍ସଓ୍ବେଲ୍‌ଙ୍କ ସଫଳତାର ରାଜ୍‌ ଖୋଲିଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୮।୧୧:ଆଫଗାନିସ୍ତାନ ବିପକ୍ଷରେ ଗ୍ଲେନ ମ୍ୟାକ୍ସୱେଲ ଏକ ଚମତ୍କାର ଇନିଂସ ଖେଳିଥିଲେ। ସେ ୧୨୮ ବଲରେ ୨୦୧ ରନ ସଂଗ୍ରହ କରିଥିଲେ। ସେ ନିଜ ଇନିଂସରେ ୨୧ ଚୌକା ଓ ୧୦ ଛକା ମାରିଥିଲେ। ଏହି ଇନିଂସକୁ ଅନେକ ମହାନ କ୍ରିକେଟର ପ୍ରଶଂସା କରିଥିଲେ। ପୂର୍ବତନ ଭାରତୀୟ ଖେଳାଳି ସଚିନ ତେନ୍ଦୁଲକର ଗ୍ଲେନ ମ୍ୟାକ୍ସୱେଲଙ୍କ ଇନିଂସକୁ ନେଇ ଟୁଇଟ୍‌ କରିଛନ୍ତି।
ସଚିନ ତେନ୍ଦୁଲକର ଗ୍ଲେନ ମ୍ୟାକ୍ସୱେଲଙ୍କ ପ୍ରଶଂସା କରି ଲେଖିଛନ୍ତି, ଜୀବନ ଏବଂ କ୍ରିକେଟ ମଧ୍ୟରେ ଅନେକ ସମାନତା ଅଛି। ବେଳେବେଳେ ଝରଣା ପରି ଯାହା ଆପଣଙ୍କୁ ପଛରେ ପକାଇଥାଏ ତାହା ହିଁ ଆପଣଙ୍କୁ ଆଗକୁ ବଢାଇଥାଏ। ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଗ୍ଲେନ ମ୍ୟାକ୍ସୱେଲଙ୍କ କ୍ରାମ୍ପ ହୋଇଥିଲା। ଏହି କାରଣରୁ ସେ ଫୁଟ୍‌ଓ୍ବାର୍କ ବ୍ୟବହାର କରିବାରେ ସକ୍ଷମ ହୋଇ ନ ଥିଲେ। ତାଙ୍କୁ କ୍ରିଜରେ ରହିବାର ଥିଲା, ଏହା ତାଙ୍କୁ ଏକ ସ୍ଥିର ମୁଣ୍ଡ ରଖିବାରେ, ବଲକୁ ଅତି ନିକଟରୁ ଦେଖିବାରେ ଏବଂ ତାଙ୍କ ହାତ-ଆଖି ସମନ୍ବୟକୁ ଅସାଧାରଣ ବ୍ୟାଟ-ସ୍ପିଡ ସହ କାମ କରିବାରେ ସାହାଯ୍ୟ କଲା।
ଆଫଗାନିସ୍ତାନ ଅଷ୍ଟ୍ରେଲିଆ ପାଇଁ ୨୯୨ ରନ ଲକ୍ଷ୍ୟ ଦେଇଥିଲା। ୯୧ ରନରେ ୭ ଉଇକେଟ ହରାଇବା ପରେ ଅଷ୍ଟ୍ରେଲିଆ ଦଳ ସଂଘର୍ଷ କରିଥିଲା। କିନ୍ତୁ ଏହା ପରେ ଗ୍ଲେନ ମ୍ୟାକ୍ସୱେଲ ୨୦୧ ରନ ସ୍କୋର କରି ମ୍ୟାଚ୍‌ ଜିତାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri