୨ବର୍ଷ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ୨୦୧୫ ଓ ୨୦୧୬ ମସିହା ପାଇଁ ‘ଏକାଡେମୀ ପୁରସ୍କାର’ ପ୍ରଦାନ କରାଯାଇଛି। ଏହାସହ ୨୦୧୯ ନିମନ୍ତେ ୧୫ଜଣଙ୍କୁ ‘ସାରସ୍ବତ ସମ୍ବର୍ଦ୍ଧନା’ ଦିଆଯାଇଛି। ୯ ବିଭାଗରେ ୧୦ଜଣ ଲେଖାଏ ଓଡ଼ିଆ ସାରସ୍ବତ ପ୍ରତିଭାଙ୍କୁ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ୨୦୧୫ ପାଇଁ ନିତ୍ୟାନନ୍ଦ ପଣ୍ଡା, ପବିତ୍ର ପାଣିଗ୍ରାହୀ, ବୀଣାପାଣି ପଣ୍ଡା, ସଞ୍ଜୟ ହାତୀ, ନବୀନ କୁମାର ପରିଡ଼ା, ପଞ୍ଚାନନ ମିଶ୍ର, ଧରଣୀଧର ପାଣିଗ୍ରାହୀ, ବିଜୟ କୁମାର ମହାନ୍ତି, ରବୀନ୍ଦ୍ର ବିଶ୍ୱାଳ ଓ ମନୋଜ ମହାନ୍ତିଙ୍କୁ ପୁରସ୍କୃତ କରାଯାଇଛି। ସେହିଭଳି ୨୦୧୬ ପାଇଁ ଲକ୍ଷ୍ମୀପ୍ରିୟା ଆଚାର୍ଯ୍ୟ, ଦେବଦାସ ଛୋଟରାୟ, ଭଗବାନ ଜୟସିଂହ, ଫକୀର ସିଂହ, ସୁରେନ୍ଦ୍ର କୁମାର ମହାରଣା, ପ୍ରଦୋଷ ପଟ୍ଟନାୟକ, ଶାରଦା ରଥ, ଦେବେନ୍ଦ୍ର ଚୌଧୁରୀ, ମିଶ୍ର ସତ୍ୟନାରାୟଣ ଏବଂ ପ୍ରସନ୍ନ କୁମାର ସ୍ବାଇଁଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ପ୍ରତିଭାଙ୍କୁ ପୁରସ୍କୃତ କରିଥିଲେ। ପୁରସ୍କାର ସ୍ବରୂପ ପ୍ରତ୍ୟେକଙ୍କୁ ୨ଲକ୍ଷ ଟଙ୍କା ସହ ମାନପତ୍ର ଓ ଉପଢୌକନ ପ୍ରଦାନ କରାଯାଇଥିଲା। ଅନ୍ୟପକ୍ଷରେ ୨୦୧୯ ପାଇଁ ବରିଷ୍ଠ ସାହିତି୍ୟକ ମୀନକେତନ ପୁରୋହିତ, ଗୌରହରି ପଣ୍ଡା, ପଦ୍ମନାଭ ସାହୁ, ବିଭୂତି ଭୂଷଣ ପଟ୍ଟନାୟକ, ଇନ୍ଦୁଲତା ମହାନ୍ତି, ଶୈଳେନ୍ଦ୍ର କୁମାର ମହାପାତ୍ର, ନିରଞ୍ଜନ ପାଢ଼ୀ, ଶ୍ରୀକାନ୍ତ ଚରଣ ପାତ୍ର, କବିବର ପରିଡ଼ା, ତ୍ରିନାଥ ନାୟକ, ମନିନ୍ଦ୍ର ମହାନ୍ତି, ରବି ମହାପାତ୍ର, ଶରତ ଚନ୍ଦ୍ର କର, ବ୍ରଜ ଦାସ, ଅଖିଳାନନ୍ଦ ବେବର୍ତ୍ତାଙ୍କୁ ‘ସାରସ୍ବତ ସମ୍ବର୍ଦ୍ଧନା’ ମିଳିଛି। ପୁରସ୍କାର ବାବଦକୁ ୧ଲକ୍ଷ ଟଙ୍କା ସହ ମାନପତ୍ର ଓ ଉପଢୌକନ ପ୍ରଦାନ କରାଯାଇଛି।
ପୁରସ୍କାର ପ୍ରଦାନ ଅବସରରେ ମନ୍ତ୍ରୀ ପାଣିଗ୍ରାହୀ କହିଲେ, ଏକାଡେମୀ ପୁରସ୍କାର ରାଶିକୁ ବୃଦ୍ଧି କରି ରାଜ୍ୟ ସରକାର ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି। ୨୦୨୧ ମାର୍ଚ୍ଚ ସୁଦ୍ଧା ବାକିଥିବା ଏକାଡେମୀର ସମସ୍ତ ପୁରସ୍କାର ପ୍ରଦାନ କରାଯିବ। ଆଗକୁ ସମସ୍ତ ପୁରସ୍କାରକୁ ଗୋଟିଏ ମଞ୍ଚରେ ଦିଆଯିବ। ଆସନ୍ତା ବର୍ଷଠାରୁ ପ୍ରତିବର୍ଷ ହିଁ ପୁରସ୍କାର ପ୍ରଦାନ ପାଇଁ ବ୍ୟବସ୍ଥା କରିବାକୁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏକାଡେମୀ ସଭାପତି ହରିହର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଏବଂ ଏକାଡେମୀର ସଚିବ ଶୁଚିସ୍ମିତା ମନ୍ତ୍ରୀ ବକ୍ତବ୍ୟ ରଖିଥିଲେ। ଡ. ମୃତ୍ୟୁଞ୍ଜୟ ରଥ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଏକାଡେମୀ ସଭାପତିଙ୍କ ଲିଖିତ ଓ ସଙ୍ଗୀତକାର ଗୋପାଳ ପଣ୍ଡାଙ୍କ ଦ୍ୱାରା ପ୍ରସ୍ତୁତ ସଙ୍ଗୀତ ପରିବେଷିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri