୨ବର୍ଷ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ୨୦୧୫ ଓ ୨୦୧୬ ମସିହା ପାଇଁ ‘ଏକାଡେମୀ ପୁରସ୍କାର’ ପ୍ରଦାନ କରାଯାଇଛି। ଏହାସହ ୨୦୧୯ ନିମନ୍ତେ ୧୫ଜଣଙ୍କୁ ‘ସାରସ୍ବତ ସମ୍ବର୍ଦ୍ଧନା’ ଦିଆଯାଇଛି। ୯ ବିଭାଗରେ ୧୦ଜଣ ଲେଖାଏ ଓଡ଼ିଆ ସାରସ୍ବତ ପ୍ରତିଭାଙ୍କୁ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ୨୦୧୫ ପାଇଁ ନିତ୍ୟାନନ୍ଦ ପଣ୍ଡା, ପବିତ୍ର ପାଣିଗ୍ରାହୀ, ବୀଣାପାଣି ପଣ୍ଡା, ସଞ୍ଜୟ ହାତୀ, ନବୀନ କୁମାର ପରିଡ଼ା, ପଞ୍ଚାନନ ମିଶ୍ର, ଧରଣୀଧର ପାଣିଗ୍ରାହୀ, ବିଜୟ କୁମାର ମହାନ୍ତି, ରବୀନ୍ଦ୍ର ବିଶ୍ୱାଳ ଓ ମନୋଜ ମହାନ୍ତିଙ୍କୁ ପୁରସ୍କୃତ କରାଯାଇଛି। ସେହିଭଳି ୨୦୧୬ ପାଇଁ ଲକ୍ଷ୍ମୀପ୍ରିୟା ଆଚାର୍ଯ୍ୟ, ଦେବଦାସ ଛୋଟରାୟ, ଭଗବାନ ଜୟସିଂହ, ଫକୀର ସିଂହ, ସୁରେନ୍ଦ୍ର କୁମାର ମହାରଣା, ପ୍ରଦୋଷ ପଟ୍ଟନାୟକ, ଶାରଦା ରଥ, ଦେବେନ୍ଦ୍ର ଚୌଧୁରୀ, ମିଶ୍ର ସତ୍ୟନାରାୟଣ ଏବଂ ପ୍ରସନ୍ନ କୁମାର ସ୍ବାଇଁଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ପ୍ରତିଭାଙ୍କୁ ପୁରସ୍କୃତ କରିଥିଲେ। ପୁରସ୍କାର ସ୍ବରୂପ ପ୍ରତ୍ୟେକଙ୍କୁ ୨ଲକ୍ଷ ଟଙ୍କା ସହ ମାନପତ୍ର ଓ ଉପଢୌକନ ପ୍ରଦାନ କରାଯାଇଥିଲା। ଅନ୍ୟପକ୍ଷରେ ୨୦୧୯ ପାଇଁ ବରିଷ୍ଠ ସାହିତି୍ୟକ ମୀନକେତନ ପୁରୋହିତ, ଗୌରହରି ପଣ୍ଡା, ପଦ୍ମନାଭ ସାହୁ, ବିଭୂତି ଭୂଷଣ ପଟ୍ଟନାୟକ, ଇନ୍ଦୁଲତା ମହାନ୍ତି, ଶୈଳେନ୍ଦ୍ର କୁମାର ମହାପାତ୍ର, ନିରଞ୍ଜନ ପାଢ଼ୀ, ଶ୍ରୀକାନ୍ତ ଚରଣ ପାତ୍ର, କବିବର ପରିଡ଼ା, ତ୍ରିନାଥ ନାୟକ, ମନିନ୍ଦ୍ର ମହାନ୍ତି, ରବି ମହାପାତ୍ର, ଶରତ ଚନ୍ଦ୍ର କର, ବ୍ରଜ ଦାସ, ଅଖିଳାନନ୍ଦ ବେବର୍ତ୍ତାଙ୍କୁ ‘ସାରସ୍ବତ ସମ୍ବର୍ଦ୍ଧନା’ ମିଳିଛି। ପୁରସ୍କାର ବାବଦକୁ ୧ଲକ୍ଷ ଟଙ୍କା ସହ ମାନପତ୍ର ଓ ଉପଢୌକନ ପ୍ରଦାନ କରାଯାଇଛି।
ପୁରସ୍କାର ପ୍ରଦାନ ଅବସରରେ ମନ୍ତ୍ରୀ ପାଣିଗ୍ରାହୀ କହିଲେ, ଏକାଡେମୀ ପୁରସ୍କାର ରାଶିକୁ ବୃଦ୍ଧି କରି ରାଜ୍ୟ ସରକାର ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି। ୨୦୨୧ ମାର୍ଚ୍ଚ ସୁଦ୍ଧା ବାକିଥିବା ଏକାଡେମୀର ସମସ୍ତ ପୁରସ୍କାର ପ୍ରଦାନ କରାଯିବ। ଆଗକୁ ସମସ୍ତ ପୁରସ୍କାରକୁ ଗୋଟିଏ ମଞ୍ଚରେ ଦିଆଯିବ। ଆସନ୍ତା ବର୍ଷଠାରୁ ପ୍ରତିବର୍ଷ ହିଁ ପୁରସ୍କାର ପ୍ରଦାନ ପାଇଁ ବ୍ୟବସ୍ଥା କରିବାକୁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏକାଡେମୀ ସଭାପତି ହରିହର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଏବଂ ଏକାଡେମୀର ସଚିବ ଶୁଚିସ୍ମିତା ମନ୍ତ୍ରୀ ବକ୍ତବ୍ୟ ରଖିଥିଲେ। ଡ. ମୃତ୍ୟୁଞ୍ଜୟ ରଥ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଏକାଡେମୀ ସଭାପତିଙ୍କ ଲିଖିତ ଓ ସଙ୍ଗୀତକାର ଗୋପାଳ ପଣ୍ଡାଙ୍କ ଦ୍ୱାରା ପ୍ରସ୍ତୁତ ସଙ୍ଗୀତ ପରିବେଷିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?