Posted inଖେଳ

ସାଇ ଭୋପାଳରେ ୩୬ କୋଭିଡ୍‌ ପଜିଟିଭ

ନୂଆଦିଲ୍ଲୀ,୮।୪(ପି.ଟି.): ଭୋପାଳସ୍ଥିତ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ସେଣ୍ଟରରେ ୩୬ ଜଣ କୋଭିଡ୍‌ ପଜିଟିଭ ବୋଲି ଟେଷ୍ଟରୁ ଜଣାପଡିଛି। ଏମାନଙ୍କ ମଧ୍ୟରେ ୨୪ଜଣ କ୍ରୀଡ଼ାବିତ୍‌ ଓ ୧୨ଜଣ ସପୋର୍ଟ ଷ୍ଟାଫ୍‌ ସାମିଲ ରହିଛନ୍ତି। ତେବେ ଏହି ଆଥ୍‌ଲେଟମାନେ ଆଗାମୀ ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବେ ନାହିଁ।
ଏପ୍ରିଲ ୩ ଓ ୬ରେ କରାଯାଇଥିବା ପ୍ରାଥମିକ ଟେଷ୍ଟର ଦୁଇ ରାଉଣ୍ଡ ପରେ ଖେଳାଳିମାନେ ପଜିଟିଭ ଥିବା ଜଣାପଡିଥିଲା। ଅବଶ୍ୟ ଅଲିମ୍ପିକ୍‌ରେ ଅଂଶଗ୍ରହଣ କରିବାକୁ ଯାଉଥିବା ଖେଳାଳିଙ୍କ ପାଇଁ ଭୋପାଳସ୍ଥିତ ସାଇରେ କୌଣସି ଆବାସ ନାହିଁ। ଦୁଇ ରାଉଣ୍ଡର ଟେଷ୍ଟିଂ ପରେ ୨୪ ଆଥ୍‌ଲେଟ ଓ ୧୨ ସପୋର୍ଟ ଷ୍ଟାଫ୍‌ କୋଭିଡ୍‌ ପଜିଟିଭ ବୋଲି ଜଣାପଡିବା କଥା ସାଇର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ୧୨ଜଣ ସପୋର୍ଟ ଷ୍ଟାଫ୍‌ ନ୍ୟାଶନାଲ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ (ଏନ୍‌ସିଓଇ)ର ସଦସ୍ୟ ରହିଛନ୍ତି। ସଂକ୍ରମିତ ଆଥ୍‌ଲେଟଙ୍କ ମଧ୍ୟରୁ କେତେଜଣ ଉଷୁ ଓ ଜୁଡୋ ପ୍ରତିଯୋଗିତା ଖେଳି ପ୍ରତ୍ୟାବର୍ତ୍ତନ କରିଛନ୍ତି। ସଂକ୍ରମିତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅବଶ୍ୟ କୌଣସି ଖେଳାଳି ସଙ୍କଟଜନକ ସ୍ଥିତିରେ ନାହାନ୍ତି।
ସବୁପ୍ରକାର ନିୟମ ଓ କଟକଣା ମାନିବାକୁ ସାଇ ତରଫରୁ ସମସ୍ତଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ନିୟମିତ ଭାବେ ପରୀକ୍ଷା କରାଇବାକୁ ମଧ୍ୟ କୁହାଯାଇଛି। ପୂର୍ବରୁ ପଟିଆଲା ଓ ବେଙ୍ଗାଲୁରୁସ୍ଥିତ ଏନ୍‌ସିଓଇରେ ମାର୍ଚ୍ଚ ୩୧ ରେ ୭୪୧ ଜଣଙ୍କର ଟେଷ୍ଟ କରାଯାଇଥିଲା। ଏଥିରେ ୩୦ଜଣ ପଜିଟିଭ ବୋଲି ଜଣାପଡିଥିଲା। ତେବେ ଏମାନଙ୍କ ମଧ୍ୟରେ କୌଣସି ଖେଳାଳି ଅଲିମ୍ପିକ୍ସ ଖେଳିବେ ନାହିଁ ବୋଲି ସ୍ପଷ୍ଟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri