ସାଇ ଇଣ୍ଟରନ୍ୟାଶନାଲ୍‌ ସ୍କୁଲ ଛାତ୍ର ଏନ୍‌ଇଇଟି ଓଡ଼ିଶା ଟପ୍ପର

ଭୁବନେଶ୍ୱର, ୯।୯ (ବ୍ୟୁରୋ) : ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି(ୟୁଜି)-୨୦୨୨ରେ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଛାତ୍ର ପ୍ରିୟ ସୋମଦତ୍ତ ନାୟକ ସର୍ବଭାରତୀୟ ସ୍ତରରେ ୩୯ତମ ର଼୍ୟାଙ୍କ ହାସଲ କରିବା ସହ ରାଜ୍ୟ ଟପ୍ପର ହୋଇଛନ୍ତି। ସେ ସର୍ବମୋଟ ୭୦୫ ନମ୍ବର ରଖିଥିବାବେଳେ ତାଙ୍କର ୯୯.୯୯୭୬୧୯୮ ପର୍ସେଣ୍ଟାଇଲ ସ୍କୋର୍‌ ରହିଛି। ପଦାର୍ଥ ବିଜ୍ଞାନରେ ୧୮୦ ନମ୍ବର ଥିବାବେଳେ ରସାୟନ ବିଜ୍ଞାନ, ଉଦ୍ଭିଦ ବିଜ୍ଞାନ ଓ ପ୍ରାଣୀ ବିଜ୍ଞାନରେ ୧୭୫ ନମ୍ବର ଲେଖାଏ ରହିଛି। ପ୍ରିୟ ସୋମଦତ୍ତଙ୍କ ଘର ଯାଜପୁର ଜିଲା ବିଞ୍ଝାରପୁର ଅଞ୍ଚଳରେ। ତାଙ୍କ ପିତା ସଞ୍ଜୀବ ନାୟକ ଆଇଟିସିରେ ସେଲ୍‌ସ ମ୍ୟାନେଜର୍‌ ଥିବାବେଳେ ମା’ ଅନୁପମା ନାୟକ ଜଣେ ଗୃହିଣୀ। ସେହିପରି ସାଇ ଇଣ୍ଟରନ୍ୟାଶନାଲର ସୌମ୍ୟ ସାଜନ ପଣ୍ଡା ୬୮୬ ନମ୍ବର ରଖି ସର୍ବଭାରତୀୟ ସ୍ତରରେ ୪୩୯ତମ ସ୍ଥାନରେ ରହିଥିବାବେଳେ ରାଜ୍ୟରେ ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି। ଅନ୍ୟତମ ଛାତ୍ର ସୂର୍ଯ୍ୟାଂଶ କୁମାର ଦାଶ ୬୮୫ ନମ୍ବର ରଖି ସର୍ବଭାରତୀୟ ସ୍ତରରେ ୪୭୫ତମ ସ୍ଥାନରେ ରହିଥିବାବେଳେ ପ୍ରତୀକ ସାହୁ ୬୮୫ ନମ୍ବର ରଖି ସର୍ବଭାରତୀୟ ସ୍ତରରେ ୫୦୪ତମ ଓ ଅଭୀପ୍‌ସା ପାଢ଼ୀ ୬୮୫ ମାର୍କ ସହ ସର୍ବଭାରତୀୟ ସ୍ତରରେ ୫୩୩ତମ ସ୍ଥାନରେ ରହି ରାଜ୍ୟରେ ତୃତୀୟ ସ୍ଥାନରେ ରହିଛନ୍ତି। କରୋନାଭଳି କଠିନ ସମୟରେ ଶିକ୍ଷକଶିକ୍ଷୟିତ୍ରୀଙ୍କ ପ୍ରଚେଷ୍ଟା ଫଳରେ ଜେଇଇ ମେନ୍‌ ଓ ଆଡ୍‌ଭାନ୍ସଡ଼ ସହିତ ଏନ୍‌ଇଇଟି ପରୀକ୍ଷାରେ ରାଜ୍ୟ ଟପ୍ପର ହେବା ଆମ ରାଜ୍ୟ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ସାଇ ଇଣ୍ଟରନ୍ୟାଶନାଲ୍‌ର ଚେୟାରପର୍ସନ ଡ. ଶିଳ୍ପୀ ସାହୁ କହିଛନ୍ତି। ପ୍ରିନ୍ସପାଲ୍‌ ନୀଳକଣ୍ଠ ପାଣିଗ୍ରାହୀ କହିଛନ୍ତି, ନିଟ୍‌ ପରୀକ୍ଷାରେ ଏଭଳି ଉତ୍କୃଷ୍ଟ ମାନର ସଫଳତା ହାସଲ କରି ଏମାନେ ଅନ୍ୟ ଛାତ୍ରୀଛାତ୍ରଙ୍କ ପାଇଁ ଉଦାହରଣ ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri