୧୭ ବର୍ଷରୁ କମ୍‌ ବାଳିକା କ୍ରିକେଟ ଖେଳିବେ ସାଇ ପ୍ରତୀକ୍ଷା

ହାଟଡିହୀ,୧୬l୪(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଛାତ୍ରୀ ସାଇ ପ୍ରତୀକ୍ଷା ଜେନା ୧୭ ବର୍ଷରୁ କମ ବାଳିକା କ୍ରିକେଟ ଖେଳିବା ପାଇଁ ଚୟନ ହୋଇଛନ୍ତି l ସାଇ ପ୍ରତୀକ୍ଷା ଦଶମ ଶ୍ରେଣୀର ଛାତ୍ରୀ ହୋଇଥିବା ବେଳେ ହାଟଡିହୀ ପଞ୍ଚାୟତ କୁଣ୍ଡିସାହି ଗ୍ରାମର ଦେବାଶିଷ ଜେନାଙ୍କ ଝିଅ ।

ରୋହତକ ହରିୟାଣାରେ ଚଳିତ ମାସ ଏପ୍ରିଲ ୨୯ରୁ ଆସନ୍ତା ମେ ୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ନ୍ୟାଶନାଲ ସ୍କୁଲ ଗେମ୍ସରେ ସାଇ ପ୍ରତୀକ୍ଷା ଅଂଶ ଗ୍ରହଣ କରିବେ । ଏନେଇ ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ନଂ.୯୫୯୫/୧୫ ଏପ୍ରିଲ ୨୦୨୬ ଅନୁଯାୟୀ ପ୍ରକାଶ ପାଇଛି ।

ସମଗ୍ର ରାଜ୍ୟରୁ ମୋଟ ୧୮ଜଣ ଛାତ୍ରୀ ଚୟନ ହୋଇଛନ୍ତି l କେନ୍ଦୁଝର ଜିଲା ହାଟଡିହୀ ବ୍ଲକରୁ ଜଣେ ଛାତ୍ରୀ ଚୟନ ହୋଇଥିବାରୁ ଜିଲା ପାଇଁ ଏହା ଏକ ଗର୍ୱ ଏବଂ ଗୌରବର ବିଷୟ। ସ୍କୁଲ ପ୍ରଧାନଶିକ୍ଷକ ରାଧାକୃଷ୍ଣ ପତି, ଖେଳ ଶିକ୍ଷକ ଶାନ୍ତନୁ ରାଉତ, ଶିକ୍ଷକ ଶିଶିର କୁମାର ବିଶ୍ୱାଳ, ପଦ୍ମନାଭ ପଣ୍ଡା, ଲକ୍ଷ୍ମୀକାନ୍ତ ମିଶ୍ର ପ୍ରମୁଖଙ୍କ ସମେତ ସମସ୍ତ କର୍ମଚାରୀ ଖୁସି ବ୍ୟକ୍ତ କରିବା ସହ ଛାତ୍ରୀଙ୍କ ଶୁଭ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଦିନ ୮ ଘଣ୍ଟାର ଅଧ୍ୟବସାୟ: ଦ୍ୱିତୀୟ ପ୍ରୟାସରେ ନିଟ୍‌ରେ ସଫଳ ହେଲେ ଚିନ୍ମୟନନ୍ଦ

ଅମରପାଲି, ୧୮।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମହଦା ଗ୍ରାମ ପଞ୍ଚାୟତର ତିକୁଡ଼ା ଗ୍ରାମର ପ୍ରତିଭାବାନ ଛାତ୍ର ଚିନ୍ମୟନନ୍ଦ ମିଶ୍ର ଚଳିତ ବର୍ଷର ନିଟ୍…

ମସ୍ତିଷ୍କ ରୋଗରେ ଆକ୍ରାନ୍ତ ଯୁବକଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, କଲେ ଆର୍ଥିକ ସହାୟତା

ଗଞ୍ଜାମ, ୧୮।୭(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଦ୍ୟାଧର ପଲାଇ ବର୍ତ୍ତମାନ ଏକ ଗୁରୁତର ମସ୍ତିଷ୍କ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିବା ଜଣାପଡିଛି।…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ପ୍ରେରଣାର ଉତ୍ସ ଯୁବ ସ୍ୱେଚ୍ଛାସେବୀ: ଜନ୍ମଦିନରେ ମୃତ୍ୟୁଞ୍ଜୟଙ୍କ ରକ୍ତଦାନ ଓ ବୃକ୍ଷରୋପଣ

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡ଼ରମ୍ପାସ ଗ୍ରାମର ଯୁବ ସ୍ୱେଚ୍ଛାସେବୀ ମୃତ୍ୟୁଞ୍ଜୟ ବେହେରା ନିଜ ଜନ୍ମଦିନକୁ ଅତ୍ୟନ୍ତ ନିଆରା ଓ ପ୍ରେରଣାଦାୟକ…

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

ହାଟଡିହୀ ବ୍ଲକର ଗୌରବ: ନିଟ୍ ପରୀକ୍ଷାରେ ଚନ୍ଦନ, ଅଭିଜିତ ଓ ଆଶୁତୋଷଙ୍କ ବାଜିମାତ୍

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩ ଜଣ ମେଧାବୀ ଛାତ୍ର ଜାତୀୟ ସ୍ତରର ମେଡିକାଲ ପ୍ରବେଶିକା ପରୀକ୍ଷା ‘ନିଟ୍ (UG)’ରେ ଚମତ୍କାର…

ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…

ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି…

ରାସ୍ତା ଜଳମଗ୍ନ ଯୋଗୁ ଉତ୍ତେଜନା: ଯୁଗପୁରା ବଜାରଠାରେ ଟାୟାର ଜାଳି ରାସ୍ତାରୋକ, ଯାନବାହାନ ଚଳାଚଳ ବାଧାପ୍ରାପ୍ତ

ବୈଶିଙ୍ଗା, ୧୮।୭ (ରତନ ଦାଶ): ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ଦାବି କରି ଶନିବାର ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri