ସାଇ ସମୃଦ୍ଧି ରିୟଲ୍‌କନ୍‌ ଇଣ୍ଡିଆ ଲିମିଟେଡ୍‌ ମୁଖ୍ୟଙ୍କୁ ୫ ବର୍ଷ ଜେଲ

କଟକ ଅଫିସ,୨୧ା୧: ଚିଟ୍‌ଫଣ୍ଡ ଠକେଇ ଅଭିଯୋଗରେ ସାଇ ସମୃଦ୍ଧି ରିୟଲ୍‌କନ୍‌ ଇଣ୍ଡିଆ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ ସନ୍ଦୀପ୍‌ କୁମାର ଦାସଙ୍କୁ କଟକର ସ୍ବତନ୍ତ୍ର କୋର୍ଟ ଗୁରୁବାର ୫ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଓଡ଼ିଶା ପ୍ରୋଟେକ୍ସନ ଅଫ୍‌ ଇଣ୍ଟରେଷ୍ଟ ଅଫ୍‌ ଡିପୋଜିଟର୍ସ(ଓପିଆଇଡି) ସ୍ବତନ୍ତ୍ର କୋର୍ଟ ଅଭିଯୁକ୍ତଙ୍କୁ ଆଇପିସି ଦଫା ୪୨୦ରେ ୫ବର୍ଷ ଏବଂ ଓପିଆଇଡି ଆକ୍ଟର ଦଫା ୬ରେ ମଧ୍ୟ ୫ବର୍ଷ ଦଣ୍ଡାଦେଶ ଦେଇଛନ୍ତି। ହେଲେ ଉଭୟ ଦଣ୍ଡାଦେଶ ଏକ ସଙ୍ଗରେ ଚାଲିବ। ଏଥିସହିତ ଅଭିଯୁକ୍ତଙ୍କୁ ୧ଲକ୍ଷ ଟଙ୍କା ଜରିମାନା ଦାଖଲ ନିର୍ଦ୍ଦେଶ ଦେଇଥିବାବେଳେ କମ୍ପାନୀକୁ ୨ଲକ୍ଷ ଟଙ୍କା ଜରିମାନା ନିର୍ଦ୍ଦେଶ ଦିଆଯାଇଛି। ଜରିମାନା ଅନାଦାୟ କ୍ଷେତ୍ରରେ ସନ୍ଦୀପଙ୍କୁ ୧ବର୍ଷ ଅଧିକ ଜେଲ ଦଣ୍ଡାଦେଶ ଦେଇଛନ୍ତି କୋର୍ଟ।
ମିଳିଥିବା ସୂଚନା ଅନୁସାରେ ୨୦୧୫ରେ ସନ୍ଦୀପ ସାଇ ସମୃଦ୍ଧି ରିୟଲ୍‌କନ୍‌ ଇଣ୍ଡିଆ ଲିମିଟେଡ୍‌ ନାମରେ ଏକ ଚିଟ୍‌ଫଣ୍ଡ ସଂସ୍ଥା ଖୋଲିଥିଲେ। ୪ବର୍ଷରେ ଜମାରାଶି ୨ଗୁଣ ହୋଇଯିବାର ଲୋଭ ଦେଖାଇ ଲୋକଙ୍କଠାରୁ କୋଟି କୋଟି ଟଙ୍କା କମ୍ପାନୀ ଉଠାଇଥିଲା। ଏପରି କି ଲୋକଙ୍କ ବିଶ୍ୱାସ ଜନ୍ମାଇବାକୁ ୨ଗୁଣ ମାଚ୍ୟୁରିଟି ରାଶିର ପୋଷ୍ଟ ଡେଟେଡ୍‌ ଚେକ୍‌ ମଧ୍ୟ ଦେଇଥିଲେ। ହେଲେ ମାଚ୍ୟୁରିଟି ପରେ ଜମାକାରୀ ଉକ୍ତ ଚେକ୍‌କୁ ଯେତେବେଳେ ବ୍ୟାଙ୍କରେ ଦାଖଲ କରିଥିଲେ, ତାହା ବାଉନ୍ସ ହୋଇଥିଲା। ପରେ ଅନେକ ଜମାକାରୀ ଠକେଇର ଶିକାର ହୋଇଥିବା ଜାଣି କଟକସ୍ଥିତ ପୁରୀଘାଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକାରୀ ରସାନନ୍ଦ ସ୍ବାଇଁଙ୍କ ଅଭିଯୋଗକୁ ଆଧାର କରି ପୁରୀଘାଟ ଥାନାରେ ଏକ ମାମଲା (ନଂ ୫୩/୨୦୧୫) ରୁଜୁ କରାଯାଇ ସନ୍ଦୀପଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିଲା। ଏହି ମାମଲାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ସରକାରୀ ଓକିଲ ସୁବ୍ରତ ମହାନ୍ତି ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri