ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର ସହିତ କୃତକାର୍ଯ୍ୟ ହୋଇ ଅଞ୍ଚଳ ପାଇଁ ଗୌରବ ଆଣିଦେଇଛନ୍ତି । ପିତା ଗୋବିନ୍ଦ ଚନ୍ଦ୍ର ପ୍ରଧାନ (ଶିକ୍ଷକ) ଓ ମାତା ସ୍ବର୍ଣ୍ଣଲତା ବିଶ୍ୱାଳ (ଶିକ୍ଷୟିତ୍ରୀ)ଙ୍କ ବଡ଼ପୁଅ ସାଇ ସୋହମ ପ୍ରଧାନ ସତ୍ୟବାଦୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନବମ ଶ୍ରେଣୀ ଅଧ୍ୟୟନ କରୁଥିବା ସମୟରେ ୨୦୨୨ରେ ଆସାମର ଗୌହାଟୀ ଠାରେ ଆୟୋଜିତ ଜାତୀୟ ବିଜ୍ଞାନ ମେଳାରେ ଅଂଶ ଗ୍ରହଣ କରି ସଫଳତା ଲାଭ କରିଥିଲେ ।
୨୦୨୪ରେ ସିବିଏସଇ. ଦଶମ ବୋର୍ଡ ପରୀକ୍ଷାରେ ୯୯ ଶତକଡା ନମ୍ବର ରଖି ଓଡ଼ିଶା ଟପ୍ପର ହୋଇଥିଲେ । ୨୦୨୫ ଅଗଷ୍ଟରେ ଜାପାନ ଠାରେ ଆୟୋଜିତ ସାକୁରା ହାଇସ୍କୁଲ ବିଜ୍ଞାନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଓଡ଼ିଶା ପାଇଁ ଗୌରବ ଆଣିଥିଲେ । ୨୦୨୬ ମସିହାରେ ନାଇଜର୍‌ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ସର୍ବଭାରତୀୟ ସ୍ତରରେ ୨୮୨ ସ୍ଥାନ ଅଧିକାର କରି କୃତିତ୍ୱ ହାସଲ କରିଥିଲେ । ୨୦୨୬ ମସିହାରେ ସିବିଏସଇ +୨ ବିଜ୍ଞାନ ବୋର୍ଡ ପରୀକ୍ଷାରେ ଶତକଡା ୯୭.୮ ନମ୍ବର ହାସଲ କରି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଟପର ହୋଇ ସତ୍ୟବାଦୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପାଇଁ ଗୌରବ ଆଣିଥିଲେ । ୨୦୨୬ରେ ପ୍ରଥମ ଥର ନିଟ୍‌ ପ୍ରବେଶିକା ପରୀକ୍ଷା ଦେଇ ସଫଳତାର ସହ କୃତିତ୍ୱ ହାସଲ କରିଥିବାରୁ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକ, ଆତ୍ମୀୟ ସ୍ବଜନ ତଥା ଅଞ୍ଚଳବାସୀ ତାଙ୍କୁ ଅଭିନନ୍ଦନ ଜଣାଇବା ସହ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri