ସୈଫ ଅଲି ଖାନଙ୍କ ଉପରେ ଆକ୍ରମଣ ପଛରେ ବାଂଲାଦେଶୀ ଲିଙ୍କ, ଏହି କାମ ପାଇଁ ଭାରତ ଆସିଥିଲା ଅଭିଯୁକ୍ତ

ମୁମ୍ବାଇ,୧୯ା୧: ୧୬ ଜାନୁଆରୀ ବିଳମ୍ବିତ ରାତିରେ ସୈଫ ଅଲ୍ଲୀ ଖାନଙ୍କ ଘରେ ହୋଇଥିବା ଆକ୍ରମଣ ସମ୍ପର୍କରେ ମୁମ୍ବାଇ ପୋଲିସ ରବିବାର ସକାଳେ ଏକ ସାମ୍ବାଦିକ ସମ୍ମିଳନୀ କରିଛି। ମୁମ୍ବାଇ ପୋଲିସ ଡିସିପି ଦୀକ୍ଷିତ ଗେଡାମ ଗଣମାଧ୍ୟମକୁ କହିଛନ୍ତି ଯେ ଜଣେ ଅଭିଯୁକ୍ତଙ୍କୁ ଥାଣେରୁ ଗିରଫ କରାଯାଇଛି। ତାଙ୍କୁ ମହମ୍ମଦ ଶରିଫୁଲ ଇସଲାମ ଶାହଜାଦ ବୋଲି ଚିହ୍ନଟ କରାଯାଇଛି।

ସେ ଆହୁରି କହିଛନ୍ତି, ପ୍ରାଥମିକ ତଦନ୍ତରୁ ଏହା ଜଣାପଡିଛି ଯେ ଅଭିଯୁକ୍ତ ଜଣେ ବାଂଲାଦେଶୀ ବଂଶୋଦ୍ଭବ। ଆମେ ଖୁବ୍ ଶୀଘ୍ର ତାଙ୍କର ଡାକ୍ତରୀ ପରୀକ୍ଷା କରାଇବୁ ଏବଂ ତା’ପରେ, ଆମେ ତାଙ୍କୁ କୋର୍ଟରେ ହାଜର କରିବୁ। ମୁମ୍ବାଇ ପୋଲିସ ଅଭିଯୁକ୍ତଙ୍କୁ ପଚରାଉଚରା ପାଇଁ କୋର୍ଟରୁ ରିମାଣ୍ଡରେ ନେବ।

ଡିସିପି ଦୀକ୍ଷିତ ଗେଡାମ କହିଛନ୍ତି ଯେ ଅଭିଯୁକ୍ତଙ୍କ ପାଖରୁ କୌଣସି ବୈଧ ଭାରତୀୟ କାଗଜପତ୍ର ମିଳିନାହିଁ। ତେଣୁ, ପୋଲିସ ତାଙ୍କ ବିରୁଦ୍ଧରେ ପାସପୋର୍ଟ ଆଇନର ପ୍ରାସଙ୍ଗିକ ଧାରା ଅନୁଯାୟୀ ଏକ ମାମଲା ରୁଜୁ କରିଛି। ଅଭିଯୁକ୍ତକୁ ପଚରାଉଚରା କରାଯାଉଛି। ସେ ୫-୬ ମାସ ପୂର୍ବରୁ ମୁମ୍ବାଇ ଆସିଥିଲେ ଏବଂ ଏକ ହାଉସକିପିଂ ଏଜେନ୍ସିରେ କାମ କରୁଥିଲେ।

ତେବେ ଅଭିଯୁକ୍ତ ପୂର୍ବରୁ ସୈଫଙ୍କ ଘରକୁ ଆସିଥିଲେ କି? ପ୍ରଶ୍ନରେ ଡିସିପି ଗେଡାମ କହିଛନ୍ତି ଯେ ଆମ ପାଖରେ ଏ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ୍ ସୂଚନା ନାହିଁ। ଆମେ ବିଶ୍ୱାସ କରୁଛୁ ଯେ ସେ ପ୍ରଥମ ଥର ପାଇଁ ସୈଫଙ୍କ ଘରେ ଚୋରି ଉଦ୍ଦେଶ୍ୟରେ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ,...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri