ହସ୍ପିଟାଲରୁ ସୈଫଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ ମୋତେ ଛୁରାମାଡ…

ମୁମ୍ବାଇ,୧୬।୧: ବଲିଉଡରେ ହଲଚଲ। ବଲିଉଡ ଷ୍ଟାର ସୈଫ ଅଲ୍ଲୀ ଖାନଙ୍କ ଘର ଉପରେ ଆକ୍ରମଣ ଖବର ଏବେ ପୁରା ବଲିଉଡ ଇଣ୍ଡଷ୍ଟ୍ରିକୁ ତାଜୁବ କରିଦେଇଛି। ବଲିଉଡ ଷ୍ଟାର ସୈଫ ଅଲ୍ଲୀ ଖାନଙ୍କୁ ଛୁରାମାଡ। ତାଙ୍କୁ ଚିକିତ୍ସା ପାଇଁ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାତି ପ୍ରାୟ ସାଢ଼େ ୩ଟାରେ ଅଭିନେତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଶରୀରରେ ମୋଟ ଛଅଟି କ୍ଷତ ହୋଇଛି, ଯେଉଁଥିରୁ ଦୁଇଟି ଗଭୀର ଆଘାତ ଲାଗିଛି। ଚୋର କିପରି କଡା ସୁରକ୍ଷା ବଳୟରେ ପ୍ରବେଶ କରି ଏହି କାଣ୍ଡ ଭିଆଇଲା ତାହା ପୋଲିସ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଘଟଣା ପରେ, ଅଭିନେତାଙ୍କୁ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, ଯେଉଁଠାରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ତେବେ ସୈଫଙ୍କ ସର୍ଜରୀ ସଫଳ ହୋଇଛି। ଏହାପରେ ଅଭିନେତାଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି।

ଘଟଣା ନେଇ ସୈଫ ଅଲ୍ଲୀ ଖାନ ମୁହଁ ଖୋଲିଛନ୍ତି। ତାଙ୍କର ସର୍ଜରୀ ପରେ ସେ ଗଣମାଧ୍ୟମକୁ ପ୍ରତମ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋତେ ଆକ୍ରମଣ ହୋଇଛି। ଏହି ଘଟଣାରେ କେହି ଉତ୍ତେଜିତ ନ ହୋଇ ଶାନ୍ତ ରୁହନ୍ତୁ। ହସ୍ପିଟାଲରେ ମୋର ଚିକିତ୍ସା ଚାଲିଛି। ଏବେ ମୁଁ ସମ୍ପୂର୍ଣ୍ଣ ବିପଦମୁକ୍ତ।

କୁହାଯାଉଛି ଯେ ଚୋର କିପରି ଘରେ ପ୍ରବେଶ କଲା ତାହା ପୋଲିସ ସ୍ପଷ୍ଟ କରିଛି। ଏହି ସମ୍ପୂର୍ଣ୍ଣ ମାମଲାରେ ତିନି ଜଣଙ୍କୁ ଅଟକ ରଖାଯାଇଛି। ଏହି ତିନିଜଣ ଲୋକ ଘରେ କାମ କରନ୍ତି। ପୋଲିସ ସୂତ୍ରରୁ ସୂଚନା ମିଳିଛି ଯେ, ଆକ୍ରମଣକାରୀ ପୂର୍ବରୁ ଏହି ଘରେ କାମ କରିଥାଇପାରନ୍ତି ଏବଂ ତାଙ୍କୁ ଚାକିରିରୁ ବାହାର କରିଯାଇ ଥାଇପାରେ। ଯାହା ପରେ ସେ ପ୍ରତିଶୋଧ ନେବାର ଭାବନା ସହିତ ଘରେ ପ୍ରବେଶ କରିଥାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?