Posted inଖେଳ

ଡାଇଭ୍‌ ମାରି ବଲ୍‌ ରୋକିବା ବେଳେ ଭାଙ୍ଗିଲା ଗୋଡ଼! ମଇଦାନରୁ ହ୍ବିଇଲ୍‌ ଚେୟାରରେ ଡାକ୍ତରଖାନା ଗଲେ…

କେପଟାଉନ୍‌,୩।୧: ଦକ୍ଷିଣ ଆଫ୍ରିକା ଏବଂ ପାକିସ୍ତାନ ମଧ୍ୟରେ କେପ୍‌ଟାଉନ୍‌ରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଦୁଃଖଦ ଘଟଣା ଘଟିଛି। ଫିଲ୍ଡିଂ ସମୟରେ ସାଇମ୍‌ ଆୟୁବ୍‌ ଆହତ ହୋଇଛନ୍ତି। ପାକିସ୍ତାନ ବୋଲିଂର ସପ୍ତମ ଓଭରରେ ଏହି ଦୁର୍ଘଟଣା ଘଟିଛି। କ୍ରିକେଟର ଅବ୍ବାସଙ୍କ ବଲ୍‌କୁ ଅଟକାଇବା ଲାଗି ଡାଇଭ୍‌ ଲଗାଇଥିଲେ, ଏହି ସମୟରେ ତାଙ୍କ ଗୋଡ଼ ମୋଡ଼ି ହୋଇ ଯାଇଥିଲା। ଫଳରେ ସେ ଯନ୍ତ୍ରଣାରେ ଛଟପଟ ହୋଇଯାଇଥିଲେ। ଏହାଦେଖି ସେଠାରେ ଉପସ୍ଥିତ ଫିଜିଓ ମଇଦାନକୁ ଆସିଥିଲେ। ସେ ଆୟୁବଙ୍କୁ ଯନ୍ତ୍ରଣାରୁ ମୁକ୍ତ କରିବାକୁ ଚେଷ୍ଟା କରିଥିଲେ। ହେଲେ ତାହା ହୋଇପାରି ନ ଥିଲା। ପରେ ଆୟୁବ ଛିଡ଼ା ହେବାକୁ ଚେଷ୍ଟା କରିଥିଲେ। ମାତ୍ର ତାହା ମଧ୍ୟ ସମ୍ଭବ ହୋଇ ନ ଥିଲା। ଶେଷରେ ତାଙ୍କୁ ହ୍ବିଇଲ୍‌ ଚେୟାରରେ ବାହାରକୁ ଅଣାଯାଇଛି।

ସାଇମ ଆୟୁବଙ୍କୁ ଯନ୍ତ୍ରଣାଦାୟକ ଆଘାତ ଲାଗିବା ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଛି। ସେଠାରେ ତାଙ୍କର ଡାହାଣ ଗୋଡ଼ର ଯାଞ୍ଚ ହେବ। ଏଭଳି ଲାଗୁଛି ଯେ ତାଙ୍କ ଗୋଡ ଭାଙ୍ଗି ଯାଇଛି। ଏବେ ତାଙ୍କର ସର୍ଜରୀ କରାଯାଇପାରେ। ଆୟୁବ ଯଦି ମ୍ୟାଚ୍‌ରୁ ବାଦ ପଡ଼ନ୍ତି ତେବେ ପାକିସ୍ତାନ ପାଇଁ ବଡ଼ ଝଟ୍‌କା ହେବ। କାରଣ ଏହି ବାମହାତୀ ବ୍ୟାଟ୍ସମ୍ୟାନ୍‌ ଜବରଦସ୍ତ ଫର୍ମରେ ଥିଲେ। ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ଏବଂ ଟି୨୦ ସିରିଜରେ ଆୟୁବ ଜବରଦସ୍ତ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri