ଚୌଦ୍ୱାରରୁ ଜର୍ମାନୀ ଯିବେ ସାଇମୀନାକ୍ଷୀ

କଟକ ଅଫିସ,୭ା୪: କଟକ ଜିଲା ଚୌଦ୍ୱାରରୁ ଜର୍ମାନୀ ଯିବେ ସାଇମୀନାକ୍ଷୀ। ଜର୍ମାନୀର ଥାଙ୍ଗାଭେଲ ଦମ୍ପତି ଅନାଥ ଶିଶୁକନ୍ୟା ସାଇମୀନାକ୍ଷୀଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଛନ୍ତି। ଫଳରେ ସାଇମୀନାକ୍ଷୀଙ୍କ ନୂଆ ଠିକଣା ହୋଇଛି ଜର୍ମାନୀର ଲଣ୍ଡୌଏର ଷ୍ଟ୍ରାବେ-୧୦୦। ଏଥିସହ ସାଇମୀନାକ୍ଷୀ ମାତାପିତା, ପରିବାର, ଆବାସ ପାଇବା ସହ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରିଚୟ ପାଇପାରିଛି ବୋଲି ଜିଲାପାଳ ଭବାନୀ ଶଙ୍କର ଚୟନୀ କହିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ଶିଶୁକନ୍ୟା ହସ୍ତାନ୍ତର କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ଜିଲାପାଳ ଉପରୋକ୍ତ କଥା କହିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଜର୍ମାନୀର ଦମ୍ପତି ସର୍ଭାନନ ସର୍ଭାରନ ଥାଙ୍ଗାଭେଲ ଏବଂ ସୁଭାଷିନୀ ମୁନିଆସାମୀ ଯୋଗଦେଇ ସାଇମୀନାକ୍ଷୀଙ୍କୁ ପୋଷ୍ୟସନ୍ତାନ ଭାବେ ଗ୍ରହଣ କରିଥିଲେ। ଏହି ଅବସରରେ ଥାଙ୍ଗାଭେଲ ଦମ୍ପତି କହିଥିଲେ, ସାଇମୀନାକ୍ଷୀ ସେମାନଙ୍କୁ ଖୁବ୍‌ ଭଲପାଉଛି। ସେମାନେ ମଧ୍ୟ ତାଙ୍କୁ ଭଲ ପାଉଛନ୍ତି। ସାଇମୀନାକ୍ଷୀଙ୍କ ନୂତନ ଜୀବନ ଯାତ୍ରାରେ ଜିଲାପାଳ, ଜିଲା ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ, ଜିଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ସହଯୋଗ ଓ ଆଶୀର୍ବାଦ ଏକ ନୂତନ ପ୍ରେରଣା ବୋଲି ସେମାନେ କହିଛନ୍ତି।
ସୂଚନାଯୋଗ୍ୟ, ୨୦୨୨ ଜୁନ୍‌ ୨୮ରେ ସାଇମୀନାକ୍ଷୀ ଜନ୍ମଗ୍ରହଣ କରିଥିଲେ। ଏହାପରେ ଜିଲା ଶିଶୁ କଲ୍ୟାଣ ସମିତି ପକ୍ଷରୁ ଚୌଦ୍ୱାରସ୍ଥିତ ସର୍ଭ୍ୟାଣ୍ଟସ ଅଫ୍‌ ଇଣ୍ଡିଆ ସୋସାଇଟିକୁ ଜୁଲାଇ ୧୨ରେ ତାଙ୍କୁ ହସ୍ତାନ୍ତର କରାଯାଇଥିଲା। ଉକ୍ତ ଶିଶୁକନ୍ୟାଙ୍କୁ ଅକ୍ଟୋବର ୨୬ରେ ପୋଷ୍ୟସନ୍ତାନ ଭାବେ ଗ୍ରହଣ କରିବା ପାଇଁ ଜିଲା ଶିଶୁ କଲ୍ୟାଣ ସମିତି ଅନୁମତି ଦେଇଥିଲେ। ଏହାପରେ କେନ୍ଦ୍ରୀୟ ପୋଷ୍ୟସନ୍ତାନ ସଂସାଧନ ସଂସ୍ଥା ଚଳିତବର୍ଷ ଜାନୁୟାରୀ ୨ରେ ବିନା ଆପତ୍ତିରେ ଜର୍ମାନୀର ଦମ୍ପତିଙ୍କୁ ଶିଶୁକନ୍ୟାକୁ ପୋଷ୍ୟ ସନ୍ତାନ ରୂପେ ଗ୍ରହଣ କରିବା ନିମନ୍ତେ ଅନୁମତି ଦେଇଥିଲା। ଇତିମଧ୍ୟରେ ସାଇମୀନାକ୍ଷୀଙ୍କ ପାସ୍‌ପୋର୍ଟ ନିମନ୍ତେ ଭୁବନେଶ୍ୱର ପାସ୍‌ପୋର୍ଟ କାର୍ଯ୍ୟାଳୟକୁ ଆବେଦନ କରାଯାଇଛି। ଏଥିସହ ଭିସା ଉପଲବ୍ଧ କରିବା ପାଇଁ ଦିଲ୍ଲୀରେ ପ୍ରକ୍ରିୟା ଜାରି ରହିଛି ବୋଲି ସୂଚନା ମିଳିଛି। ଉକ୍ତ କାର୍ଯ୍ୟକ୍ରମରେ ଜିଲା ଶିଶୁ ସୁରକ୍ଷା ଅଧିକାରୀ ପ୍ରଗତି ମହାନ୍ତି, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲଲାଟେନ୍ଦୁ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri