ଅଯୋଧ୍ୟାରେ ପହଞ୍ଚିଲେ ସଚିନ ତେନ୍ଦୁଲକର

ଅଯୋଧ୍ୟା,୨୨ା୧: ରାମନଗରୀ ଅଯୋଧ୍ୟା ଆଜି ପ୍ରକମ୍ପିତ ହେଉଛି। ଆଜି ଭାରତବର୍ଷ ରାମଙ୍କ ଆନନ୍ଦରେ ପରିପୂର୍ଣ୍ଣ ହୋଇଛି। ରାମମନ୍ଦିରର ଉଦ୍‌ଘାଟନ ଏବଂ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ସହିତ ରାମ ଭକ୍ତଙ୍କ ପ୍ରାୟ ୫୦୦ ବର୍ଷର ପ୍ରତୀକ୍ଷାର ଅନ୍ତଃ ଘଟିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାମମନ୍ଦିରର ଉଦ୍‌ଘାଟନ କରିବେ। ଅପରାହ୍ନ ୧୨.୨୦ରେ ରାମମନ୍ଦିରର ପ୍ରତିଷ୍ଠା ଆରମ୍ଭ ହେବ। ରାମମନ୍ଦିର ପ୍ରାଣପ୍ରତିଷ୍ଠା କାର୍ଯ୍ୟ ପାଇଁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଅଯୋଧ୍ୟା ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ କ୍ରିକେଟ ଭଗବାନ ସଚିନ ତେନ୍ଦୁଲକର ଅଯୋଧ୍ୟାରେ ପହଞ୍ଚି ସାରିଛନ୍ତି।

ଏହି କାର୍ଯ୍ୟକ୍ରମ ପାଇଁ ସଚିନଙ୍କୁ ନିମନ୍ତ୍ରଣ କରାଯାଇଛି। ସଚିନଙ୍କ ବ୍ୟତୀତ ଅନ୍ୟ ଅନେକ କ୍ରିକେଟରଙ୍କୁ ନିମନ୍ତ୍ରଣ କରାଯାଇଛି। ବିରାଟ କୋହଲି, ପୂର୍ବତନ କ୍ରିକେଟର ଅନିଲ କୁମ୍ବଲେ ଏବଂ ଭେଙ୍କଟେଶ୍‌ ପ୍ରସାଦ ଅଯୋଧ୍ୟାରେ ପହଞ୍ଚିଛନ୍ତି।

ଏହି ସମୟର ଏକ ଭିଡିଓ ଭାଇରାଲ ହେଉଛି। ଏଥିରେ ସଚିନ ନଜର ଆସିଛନ୍ତି। ସଚିନ ସୋମବାର ସକାଳେ ମୁମ୍ବାଇରୁ ଅଯୋଧ୍ୟାରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…

ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ…

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri