Posted inଖେଳ

ଅନ୍ତବସ୍ତ୍ରରେ ଟିସୁ ପେପର ଲଗାଇ ଖେଳିଥିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୩: ବିଶ୍ୱର ମହାନ ବ୍ୟାଟ୍ସମ୍ୟାନମାନଙ୍କ ମଧ୍ୟରେ ସଚିନ ତେନ୍ଦୁଲକରଙ୍କୁ ଗଣାଯାଏ। ସେ ୧୯୮୯ ରୁ ୨୦୧୩ ମଧ୍ୟରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ। ଏହି ସମୟ ମଧ୍ୟରେ ସେ ନିଜର ପରିଚୟ ସୃଷ୍ଟି କରିଥିଲେ। କିନ୍ତୁ ଏହି ନାମ ଏବଂ ଖ୍ୟାତି ହାସଲ କରିବାକୁ ସଚିନଙ୍କୁ ଅନେକ ସଂଘର୍ଷର ସମ୍ମୁଖୀନ ହେବାକୁ ପଡିଲା। ଅନେକ ଥର ତାଙ୍କୁ ପଡ଼ିଆରେ ସଂଘର୍ଷ କରିବାକୁ ପଡିଲା। ସେହିଭଳି ୨୦୦୩ ବିଶ୍ୱକପରେ ସଚିନ ତେନ୍ଦୁଲକରଙ୍କୁ ତାଙ୍କ ଅନ୍ତବସ୍ତ୍ରରେ ଟିସୁ ପେପର ସହିତ ଖେଳିବାକୁ ପଡିଥିଲା।
ବିଶ୍ୱକପ ୨୦୦୩ରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ମ୍ୟାଚ ସମୟରେ ସଚିନ ତେନ୍ଦୁଲକର ଡାଇରିଆର ଶିକାର ହୋଇଥିଲେ। ଏଥିପାଇଁ ତାଙ୍କୁ ଟେଷ୍ଟି ପେପର ବ୍ୟବହାର କରିବାକୁ ପଡ଼ିଲା। ଏହି ମ୍ୟାଚରେ ତେନ୍ଦୁଲକର ମଧ୍ୟ ରନର୍‌ ବ୍ୟବହାର କରିଥିଲେ। ସଚିନ ମ୍ୟାଚରେ ପ୍ରାୟ ୩ ଘଣ୍ଟା ବ୍ୟାଟିଂ କରି ଦଳ ପାଇଁ ୯୭ ରନ ସଂଗ୍ରହ କରିଥିଲେ। ମ୍ୟାଚ ପୂର୍ବରୁ ସଚିନ ନିଜକୁ ସତେଜ କରିବା ପାଇଁ ଅତ୍ୟଧିକ ଲୁଣ ପାଣି ନେଇଥିଲେ, ଯାହା ତାଙ୍କ ଉପରେ ବିପରୀତ ପ୍ରଭାବ ପକାଇଥିଲା।
ଏହି ଘଟଣାକୁ ମନେ ପକାଇ ସଚିନ କହିଛନ୍ତି, ଏହା ମୋର କ୍ୟାରିୟରର ଏକମାତ୍ର ମ୍ୟାଚ ଯେଉଁଥିରେ ମୁଁ ଜଣେ ରନର୍‌ ନେଇଥିଲି। ମୁଁ ସଠିକ ଭାବରେ ଠିଆ ହୋଇ ପାରି ନ ଥିଲି। ମୋତେ ଲାଗୁଥିଲା ଯେପରି ମୋ ପଛରେ ୫୦୦ କିଲୋଗ୍ରାମ ଓଜନ ବନ୍ଧା ହୋଇଛି।
ସେ ଆହୁରି ମଧ୍ୟ କହିଛନ୍ତି, ମୋର ପେଟ ଜନିତ ସମସ୍ୟା ଥିଲା, କିନ୍ତୁ ମୁଁ ମ୍ୟାଚରେ କଷ୍ଟରୁ ଦୂରେଇ ରହିବାକୁ ଚାହୁଁଥିଲି, ବୋଧହୁଏ ମୁଁ ଅତ୍ୟଧିକ ଲୁଣିଆ ପାଣି ନେଇଥିଲି, ଯେଉଁ କାରଣରୁ ମୋର ଝାଡ଼ା ହୋଇଥିଲା। ତେବେ ଅସୁବିଧା ସତ୍ତ୍ୱେ ସଚିନ ପଡ଼ିଆକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?