ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର କର୍ମକର୍ତ୍ତାମାନେ ତାଙ୍କୁ ସ୍ବାଗତ କରିଥିଲେ। ପରେ ସାଇନା ଓ ତାଙ୍କ ମା’ ମହାପ୍ରଭୁଙ୍କ ଦର୍ଶନ ଉଦ୍ଦେଶ୍ୟରେ ପୁରୀ ଆସିଥିଲେ। ଉଭୟଙ୍କୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ସେବାୟତ ଓ ପୁରୀ ଜିଲା ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା। ପରେ ଦୁହେଁ ଶ୍ରୀମନ୍ଦିରକୁ ଯାଇ ଦାରୁଦିଅଁଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିଥିଲେ। ସେହିପରି ଭିତରବେଢାରେ ଥିବା ପାର୍ଶ୍ୱ ଦେବଦେବୀଙ୍କ ସହ ମହାଲକ୍ଷ୍ମୀ, ବିମଳା, ଓ ବଟଗଣେଶ ମନ୍ଦିରକୁ ଯାଇ ସମସ୍ତ ଦେବାଦେବୀଙ୍କୁ ଦର୍ଶନ କରିଥିଲେ। ପରେ ଶ୍ରୀମନ୍ଦିରରୁ ଫେରି ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଐତିହ୍ୟ ପରିକ୍ରମା ପ୍ରକଳ୍ପ ବୁଲି ଦେଖିଥିଲେ। ଏହି ଅବସରରେ ସାଇନା କହିଛନ୍ତି, ମହାପ୍ରଭୁଙ୍କ ଡକରା ହେବାରୁ ପୁରୀ ଆସି ତାଙ୍କୁ ଦର୍ଶନ କରି ସେ ବେଶ୍‌ ଖୁସି ଅଛନ୍ତି। ଅନେକ ବର୍ଷ ହେବ ବ୍ୟାଡ୍‌ମିଣ୍ଟନ କ୍ଷେତ୍ରରେ ଭାରତ ପାଇଁ ତାଙ୍କୁ ପ୍ରତିନିଧିତ୍ୱ କରିବାର ସୁଯୋଗ ମିଳିଛି। କିଛି ଦିନ ତଳେ ତାଙ୍କ ଆଣ୍ଠୁରେ ଆଘାତ ଲାଗିଥିଲା। ତେବେ ବର୍ତ୍ତମାନ ସେ ସୁସ୍ଥ ହେଉଛନ୍ତି। ଆଗକୁ ଯେପରି ଭଲ ପ୍ରଦର୍ଶନ କରିବେ ସେ ନେଇ ପ୍ରସ୍ତୁତି ଜାରି ରଖିଛନ୍ତି। ତାଙ୍କ ପାଇଁ ଦେଶର ଅନେକ ବ୍ୟକ୍ତିବିଶେଷ ପ୍ରାର୍ଥନା କରୁଥିବାରୁ ସମସ୍ତଙ୍କୁ ଧନ୍ୟବାଦ। ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ନିଅନ୍ତୁ ବୋଲି ସେ ଦେଶବାସୀଙ୍କୁ କହିଛନ୍ତି। ଶ୍ରୀମନ୍ଦିର ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା କରିଥିବାରୁ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ କିଶନ ରେଡ୍ଡୀଙ୍କ ସମେତ ରାଜ୍ୟ ସରକାର, ଓଡ଼ିଶା ପର୍ଯ୍ୟଟନ ବିଭାଗ, ଜିଲା ପ୍ରଶାସନ, ଜିଲା ପୋଲିସ ପ୍ରଶାସନ ଏବଂ ସେବାୟତଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି। ଏହି ଅବସରରେ ସେବାୟତମାନଙ୍କ ପକ୍ଷରୁ ସାଇନାଙ୍କୁ ପତିତପାବନ ବାନା ସହ ମହାପ୍ରଭୁଙ୍କ ପ୍ରତିମୂର୍ତ୍ତି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ମହିଳା ଆଇନଜୀବୀଙ୍କ ଆକସ୍ମିକ ବିୟୋଗ: ଚାରିଆଡ଼େ ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି, ୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟା ଆଇନଜୀବି ରମା ସୁବୁଦ୍ଧିଙ୍କ ସୋମବାର ଆକସ୍ମିକ ପରଲୋକ ହୋଇଯାଇଛି। ଗତ ୧୯୫୨…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri