ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର କର୍ମକର୍ତ୍ତାମାନେ ତାଙ୍କୁ ସ୍ବାଗତ କରିଥିଲେ। ପରେ ସାଇନା ଓ ତାଙ୍କ ମା’ ମହାପ୍ରଭୁଙ୍କ ଦର୍ଶନ ଉଦ୍ଦେଶ୍ୟରେ ପୁରୀ ଆସିଥିଲେ। ଉଭୟଙ୍କୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ସେବାୟତ ଓ ପୁରୀ ଜିଲା ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା। ପରେ ଦୁହେଁ ଶ୍ରୀମନ୍ଦିରକୁ ଯାଇ ଦାରୁଦିଅଁଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିଥିଲେ। ସେହିପରି ଭିତରବେଢାରେ ଥିବା ପାର୍ଶ୍ୱ ଦେବଦେବୀଙ୍କ ସହ ମହାଲକ୍ଷ୍ମୀ, ବିମଳା, ଓ ବଟଗଣେଶ ମନ୍ଦିରକୁ ଯାଇ ସମସ୍ତ ଦେବାଦେବୀଙ୍କୁ ଦର୍ଶନ କରିଥିଲେ। ପରେ ଶ୍ରୀମନ୍ଦିରରୁ ଫେରି ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଐତିହ୍ୟ ପରିକ୍ରମା ପ୍ରକଳ୍ପ ବୁଲି ଦେଖିଥିଲେ। ଏହି ଅବସରରେ ସାଇନା କହିଛନ୍ତି, ମହାପ୍ରଭୁଙ୍କ ଡକରା ହେବାରୁ ପୁରୀ ଆସି ତାଙ୍କୁ ଦର୍ଶନ କରି ସେ ବେଶ୍‌ ଖୁସି ଅଛନ୍ତି। ଅନେକ ବର୍ଷ ହେବ ବ୍ୟାଡ୍‌ମିଣ୍ଟନ କ୍ଷେତ୍ରରେ ଭାରତ ପାଇଁ ତାଙ୍କୁ ପ୍ରତିନିଧିତ୍ୱ କରିବାର ସୁଯୋଗ ମିଳିଛି। କିଛି ଦିନ ତଳେ ତାଙ୍କ ଆଣ୍ଠୁରେ ଆଘାତ ଲାଗିଥିଲା। ତେବେ ବର୍ତ୍ତମାନ ସେ ସୁସ୍ଥ ହେଉଛନ୍ତି। ଆଗକୁ ଯେପରି ଭଲ ପ୍ରଦର୍ଶନ କରିବେ ସେ ନେଇ ପ୍ରସ୍ତୁତି ଜାରି ରଖିଛନ୍ତି। ତାଙ୍କ ପାଇଁ ଦେଶର ଅନେକ ବ୍ୟକ୍ତିବିଶେଷ ପ୍ରାର୍ଥନା କରୁଥିବାରୁ ସମସ୍ତଙ୍କୁ ଧନ୍ୟବାଦ। ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ନିଅନ୍ତୁ ବୋଲି ସେ ଦେଶବାସୀଙ୍କୁ କହିଛନ୍ତି। ଶ୍ରୀମନ୍ଦିର ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା କରିଥିବାରୁ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ କିଶନ ରେଡ୍ଡୀଙ୍କ ସମେତ ରାଜ୍ୟ ସରକାର, ଓଡ଼ିଶା ପର୍ଯ୍ୟଟନ ବିଭାଗ, ଜିଲା ପ୍ରଶାସନ, ଜିଲା ପୋଲିସ ପ୍ରଶାସନ ଏବଂ ସେବାୟତଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି। ଏହି ଅବସରରେ ସେବାୟତମାନଙ୍କ ପକ୍ଷରୁ ସାଇନାଙ୍କୁ ପତିତପାବନ ବାନା ସହ ମହାପ୍ରଭୁଙ୍କ ପ୍ରତିମୂର୍ତ୍ତି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri