Posted inଖେଳ

ଟ୍ରେନିଂ ଆରମ୍ଭ କଲେ ସାଇନା ନେହ୍ବାଲ

ନୂଆଦିଲ୍ଳୀ,୯।୮(ପି.ଟି.): ଲଣ୍ଡନ ଅଲିମ୍ପିକ୍ସ ବ୍ରୋଞ୍ଜ୍‌ ପଦକ ବିଜୟିନୀ ସାଇନା ନେହ୍ବାଲ ଦୀର୍ଘ ଦିନ ପରେ ପୁଣି ଟ୍ରେନିଂ ଆରମ୍ଭ କରିଛନ୍ତି। ହାଇଦ୍ରାବାଦ୍‌ର ଏକ ସ୍ବତନ୍ତ୍ର ସ୍ଥାନରେ ସେ ଅଭ୍ୟାସ ଆରମ୍ଭ କରିଛନ୍ତି। କରୋନା ଭାଇରସ ସଂକ୍ରମଣ କାରଣରୁ କିଛି ମାସ ହେବ କ୍ରୀଡ଼ା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିଲା। ତେବେ ଆଗାମୀ କେତେ ସପ୍ତାହ ପରେ ସେ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ପୁଲେଲା ଗୋପୀଚାନ୍ଦ ଏକାଡେମୀରେ ଜାତୀୟ କ୍ୟାମ୍ପରେ ଯୋଗ ଦେବେ ବୋଲି ଆଶା କରାଯାଉଛି।
ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାର ସମ୍ଭାବନା ରଖୁଥିବା ୮ଜଣ ଖେଳାଳିଙ୍କ ମଧ୍ୟ ସାଇନା ଅନ୍ୟତମ। ସାଇ ସାଇନାଙ୍କୁ ଗୋପୀଚାନ୍ଦ ଏକାଡେମୀରେ ଟ୍ରେନିଂ ଆରମ୍ଭ କରିବାକୁ ସାଇ ଅନୁମତି ଦେଇଛି। ତେଲେଙ୍ଗାନା ସରକାର ଅଗଷ୍ଟ ୧ ତାରିଖରେ ଟ୍ରେନିଂ ପାଇଁ ଅନୁମତି ଦେଇଛନ୍ତି। ୭ ତାରିଖରୁ ଏହି ଏକାଡେମୀରେ ଟ୍ରେନିଂ ଆରମ୍ଭ ହୋଇଛି। ପୂର୍ବତନ ୧ ନମ୍ବର ମହିଳା ଖେଳାଳି ସାଇନା ସ୍ବାମୀ ତଥା ଅନ୍ୟତମ ବ୍ୟାଡମିଣ୍ଟନ ତାରକା ପାରୁପାଲ୍ଲୀ କାଶ୍ୟପ ଓ ୨୦୧୪ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ରୋଞ୍ଜ୍‌ ପଦକ ବିଜେତା ଆର.ଏମ୍‌.ଭି. ଗୁରୁସାଇଦତ୍ତଙ୍କ ସହ ଗୋପୀଚାନ୍ଦ ଏକାଡେମୀ ନିକଟସ୍ଥ ବିଭିନ୍ନ ସେଣ୍ଟରରେ ଅଭ୍ୟାସ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସାଇନା ଏବେ ଫିଟ୍‌ନେସ ଉପରେ ଅଧିକ ଧ୍ୟାନ ଦେଉଛନ୍ତି। କାଶ୍ୟପ୍‌ ଏବେ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୨୪ତମ ସ୍ଥାନରେ ଅଛନ୍ତି। ଅଲିମ୍ପିକ୍ସ ସମ୍ଭାବ୍ୟ ୮ ଜଣ ଖେଳାଳିଙ୍କ ମଧ୍ୟରୁ ଚିରାଗ, ସାତ୍ତ୍ୱିକ ଓ ଅଶ୍ୱିନୀ ପୋନାପ୍ପା ଏବେ ହାଇଦ୍ରାବାଦରେ ନାହାନ୍ତି। ବର୍ତ୍ତମାନ କେବଳ ୪-୫ ଜଣ ଖେଳାଳି ଟ୍ରେନିଂ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?