Posted inଖେଳ

ସାଇନା, ପ୍ରଣୟ ପଜିଟିଭ, ପରେ ନେଗେଟିଭ

ବ୍ୟାଙ୍କକ୍‌, ୧୩ା୧ (ପି.ଟି.)-ଭାରତର ଟପ୍‌ ବ୍ୟାଡ୍‌ମିଣ୍ଟନ ଖେଳାଳି ସାଇନା ନେହ୍ବାଲ ଓ ଏଚଏସ୍‌ ପ୍ରଣୟଙ୍କର ମଙ୍ଗଳବାର ହୋଇଥିବା କୋଭିଡ୍‌ ଟେଷ୍ଟରେ ଫଳାଫଳ ନେଗେଟିଭ ଆସିଛି। ଫଳରେ ଦୁହେଁ ଥାଇଲାଣ୍ଡ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିପାରିବେ। ଉଭୟ ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ଓ ବ୍ୟାଡମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବାଇ) ପକ୍ଷରୁ ଏ ବିଷୟ ସ୍ପଷ୍ଟ କରାଯାଇଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ କୋଭିଡ୍‌ ଟେଷ୍ଟରେ ପଜିଟିଭ ପାଇଁ ସାଇନା ଓହରିଯିବାକୁ ବାଧ୍ୟ ହେବାରୁ ଟୁର୍ନାମେଣ୍ଟରେ ଭାରତୀୟ ଅଭିଯାନକୁ ଶକ୍ତ ଧକ୍କା ଲାଗିଥିଲା। ଅନ୍ୟପକ୍ଷରେ ପ୍ରଥମେ ଫଳାଫଳ ପଜିଟିଭ ଓ ପରେ ନେଗିଟିଭ ଯୋଗୁ ପ୍ରଣୟଙ୍କ ଅଂଶଗ୍ରହଣ ଝୁଲା ଅବସ୍ଥାରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri