ସୈନିକ ସ୍କୁଲରେ ନାମଲେଖା: ଜାନୁୟାରୀ ୮ରେ ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା,ନଭେମ୍ବର ୩୦ ପର୍ଯ୍ୟନ୍ତ ଆବେଦନ

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ) – ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା (ଏଆଇଏସ୍‌ଏସ୍‌ଇଇ) ୨୦୨୩ ଜାନୁୟାରୀ ୮ରେ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୨୧ ତାରିଖରୁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଏହା ନଭେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଛାତ୍ରୀଛାତ୍ର https://aissee.nta.nic.in ୱେବ୍‌ସାଇଟରେ ଆବେଦନ କରିପାରିବେ। ଅନ୍‌ଲାଇନରେ ଆବେଦନ କରାଯାଇ ନ ଥିଲେ ଆବେଦନପତ୍ରକୁ ଗ୍ରହଣ କରାଯିବ ନାହିଁ। ତେବେ ଭୁବନେଶ୍ବର ସୈନିକ ସ୍କୁଲରେ ଷଷ୍ଠ ଶ୍ରେଣୀରେ ନାମଲେଖା ଲାଗି ଉଭୟ ଝିଅ ଓ ପୁଅ ପ୍ରବେଶିକା ପରୀକ୍ଷା ଦେବାକୁ ଆବେଦନ କରିପାରିବେ। ପୁଅଙ୍କ ପାଇଁ ୧୦୩ ଏବଂ ଝିଅଙ୍କ ପାଇଁ ୧୨ଟି ସିଟ୍‌ରେ ନାମ ଲେଖାଯିବ। ୨୦୨୩-୨୪ ଶିକ୍ଷାବର୍ଷରେ ଷଷ୍ଠ ଶ୍ରେଣୀରେ ନାମ ଲେଖା ନିମନ୍ତେ ଛାତ୍ରୀଛାତ୍ରଙ୍କ ବୟସ ୨୦୨୩ ମାର୍ଚ୍ଚ ୩୧ ସୁଦ୍ଧା ୧୦ରୁ ୧୨ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ।

ସୂଚନାଯୋଗ୍ୟ, ବାର୍ଷିକ ଆୟ ୩ ଲକ୍ଷ ଟଙ୍କାରୁ କମ୍‌ ଥିବା ପରିବାରର ଛାତ୍ରୀଛାତ୍ରଙ୍କୁ ସୈନିକ ସ୍କୁଲରେ ପାଠପଢ଼ା ନିମନ୍ତେ ଟ୍ୟୁଶନ ଫି’ ବାବଦରେ ସହାୟତା ଯୋଗାଇଦେବା ଲାଗି ଓଡ଼ିଶା ସରକାର ଏକ ଛାତ୍ରବୃତ୍ତି ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ୨୦୧୯-୨୦ ଶିକ୍ଷା ବର୍ଷଠାରୁ ଆରମ୍ଭ ହୋଇଛି। ସେହିଭଳି ସୈନିକ ସ୍କୁଲରେ ପଢ଼ୁଥିବା ଓଡ଼ିଆ ଛାତ୍ରୀଛାତ୍ରଙ୍କ ପାଇଁ ୨୦୨୨-୨୩ ଶିକ୍ଷାବର୍ଷଠାରୁ ଖାଦ୍ୟ ସବ୍‌ସିଡି ଯୋଜନା ଆରମ୍ଭ କରିଛନ୍ତି। ଅନୁସୂଚିତ ଜାତି, ଜନଜାତି, ଅନ୍ୟାନ୍ୟ ପଛୁଆ ବର୍ଗ (ଅଣ ସ୍ବଚ୍ଛଳ ବର୍ଗ), ପ୍ରତିରକ୍ଷା ଓ ସାଧାରଣ ବର୍ଗର ଛାତ୍ରୀଛାତ୍ରଙ୍କୁ ଦିନକୁ ୭୫ ଟଙ୍କା ଲେଖାଏ ୨୯୫ଟି କାର୍ଯ୍ୟଦିବସ ପାଇଁ ବର୍ଷକୁ ୨୨,୧୨୫ ଟଙ୍କା ଯୋଗାଇ ଦିଆଯିବ। ଏଥିସହିତ ଭାରତ ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଯୋଗାଇ ଦିଆଯାଉଥିବା ଆର୍ଥିକ ସହାୟତା କାରଣରୁ ସାଧାରଣ ପରିବାରର ଛାତ୍ରୀଛାତ୍ରଙ୍କ ପାଇଁ ସୈନିକ ସ୍କୁଲରେ ପାଠ ପଢ଼ିବା ସହଜ ହୋଇପାରିଛି। ଏଭଳି ଏକ ପ୍ରୋତ୍ସାହନ ବ୍ୟବସ୍ଥା କାରଣରୁ ଓଡ଼ିଶାର ଆର୍ଥିକ ଦୁର୍ବଳ ପରିବାରର ଛାତ୍ରୀଛାତ୍ରଙ୍କ ସୈନିକ ସ୍କୁଲରେ ପଢ଼ିବାର ସ୍ବପ୍ନ ସାକାର ହୋଇପାରିବ। ଭୁବନେଶ୍ବର ସୈନିକ ସ୍କୁଲରେ ସ୍ମାର୍ଟ ଶ୍ରେଣୀଗୃହ, ପରୀକ୍ଷାଗାର, ପାଠାଗାର, କ୍ରୀଡ଼ା ସୁବିଧା, ଉନ୍ନତ ସୁବିଧା ଥିବା ଛାତ୍ରାବାସ ଓ କ୍ୟାଡେଟ୍‌ ମେସ୍‌ ସମେତ ଛାତ୍ରୀଛାତ୍ରଙ୍କ ସାମଗ୍ରିକ ବିକାଶ ପାଇଁ ଅତ୍ୟାଧୁନିକ ସୁବିଧା ସୁଯୋଗ ରହିଛି। ଏଠାରେ ନାମ ଲେଖାଇବା ପାଇଁ ଅଭିଭାବକମାନେ ନିର୍ଦ୍ଧାରିତ ତାରିଖ ସୁଦ୍ଧା ଆବେଦନ କରିବାକୁ ଭୁବନେଶ୍ୱର ସୈନିକ ସ୍କୁଲ କର୍ତ୍ତୃପକ୍ଷ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri