ସୈନିକ ସ୍କୁଲରେ ନାମଲେଖା: ଜାନୁୟାରୀ ୮ରେ ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା,ନଭେମ୍ବର ୩୦ ପର୍ଯ୍ୟନ୍ତ ଆବେଦନ

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ) – ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା (ଏଆଇଏସ୍‌ଏସ୍‌ଇଇ) ୨୦୨୩ ଜାନୁୟାରୀ ୮ରେ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୨୧ ତାରିଖରୁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଏହା ନଭେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଛାତ୍ରୀଛାତ୍ର https://aissee.nta.nic.in ୱେବ୍‌ସାଇଟରେ ଆବେଦନ କରିପାରିବେ। ଅନ୍‌ଲାଇନରେ ଆବେଦନ କରାଯାଇ ନ ଥିଲେ ଆବେଦନପତ୍ରକୁ ଗ୍ରହଣ କରାଯିବ ନାହିଁ। ତେବେ ଭୁବନେଶ୍ବର ସୈନିକ ସ୍କୁଲରେ ଷଷ୍ଠ ଶ୍ରେଣୀରେ ନାମଲେଖା ଲାଗି ଉଭୟ ଝିଅ ଓ ପୁଅ ପ୍ରବେଶିକା ପରୀକ୍ଷା ଦେବାକୁ ଆବେଦନ କରିପାରିବେ। ପୁଅଙ୍କ ପାଇଁ ୧୦୩ ଏବଂ ଝିଅଙ୍କ ପାଇଁ ୧୨ଟି ସିଟ୍‌ରେ ନାମ ଲେଖାଯିବ। ୨୦୨୩-୨୪ ଶିକ୍ଷାବର୍ଷରେ ଷଷ୍ଠ ଶ୍ରେଣୀରେ ନାମ ଲେଖା ନିମନ୍ତେ ଛାତ୍ରୀଛାତ୍ରଙ୍କ ବୟସ ୨୦୨୩ ମାର୍ଚ୍ଚ ୩୧ ସୁଦ୍ଧା ୧୦ରୁ ୧୨ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ।

ସୂଚନାଯୋଗ୍ୟ, ବାର୍ଷିକ ଆୟ ୩ ଲକ୍ଷ ଟଙ୍କାରୁ କମ୍‌ ଥିବା ପରିବାରର ଛାତ୍ରୀଛାତ୍ରଙ୍କୁ ସୈନିକ ସ୍କୁଲରେ ପାଠପଢ଼ା ନିମନ୍ତେ ଟ୍ୟୁଶନ ଫି’ ବାବଦରେ ସହାୟତା ଯୋଗାଇଦେବା ଲାଗି ଓଡ଼ିଶା ସରକାର ଏକ ଛାତ୍ରବୃତ୍ତି ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ୨୦୧୯-୨୦ ଶିକ୍ଷା ବର୍ଷଠାରୁ ଆରମ୍ଭ ହୋଇଛି। ସେହିଭଳି ସୈନିକ ସ୍କୁଲରେ ପଢ଼ୁଥିବା ଓଡ଼ିଆ ଛାତ୍ରୀଛାତ୍ରଙ୍କ ପାଇଁ ୨୦୨୨-୨୩ ଶିକ୍ଷାବର୍ଷଠାରୁ ଖାଦ୍ୟ ସବ୍‌ସିଡି ଯୋଜନା ଆରମ୍ଭ କରିଛନ୍ତି। ଅନୁସୂଚିତ ଜାତି, ଜନଜାତି, ଅନ୍ୟାନ୍ୟ ପଛୁଆ ବର୍ଗ (ଅଣ ସ୍ବଚ୍ଛଳ ବର୍ଗ), ପ୍ରତିରକ୍ଷା ଓ ସାଧାରଣ ବର୍ଗର ଛାତ୍ରୀଛାତ୍ରଙ୍କୁ ଦିନକୁ ୭୫ ଟଙ୍କା ଲେଖାଏ ୨୯୫ଟି କାର୍ଯ୍ୟଦିବସ ପାଇଁ ବର୍ଷକୁ ୨୨,୧୨୫ ଟଙ୍କା ଯୋଗାଇ ଦିଆଯିବ। ଏଥିସହିତ ଭାରତ ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଯୋଗାଇ ଦିଆଯାଉଥିବା ଆର୍ଥିକ ସହାୟତା କାରଣରୁ ସାଧାରଣ ପରିବାରର ଛାତ୍ରୀଛାତ୍ରଙ୍କ ପାଇଁ ସୈନିକ ସ୍କୁଲରେ ପାଠ ପଢ଼ିବା ସହଜ ହୋଇପାରିଛି। ଏଭଳି ଏକ ପ୍ରୋତ୍ସାହନ ବ୍ୟବସ୍ଥା କାରଣରୁ ଓଡ଼ିଶାର ଆର୍ଥିକ ଦୁର୍ବଳ ପରିବାରର ଛାତ୍ରୀଛାତ୍ରଙ୍କ ସୈନିକ ସ୍କୁଲରେ ପଢ଼ିବାର ସ୍ବପ୍ନ ସାକାର ହୋଇପାରିବ। ଭୁବନେଶ୍ବର ସୈନିକ ସ୍କୁଲରେ ସ୍ମାର୍ଟ ଶ୍ରେଣୀଗୃହ, ପରୀକ୍ଷାଗାର, ପାଠାଗାର, କ୍ରୀଡ଼ା ସୁବିଧା, ଉନ୍ନତ ସୁବିଧା ଥିବା ଛାତ୍ରାବାସ ଓ କ୍ୟାଡେଟ୍‌ ମେସ୍‌ ସମେତ ଛାତ୍ରୀଛାତ୍ରଙ୍କ ସାମଗ୍ରିକ ବିକାଶ ପାଇଁ ଅତ୍ୟାଧୁନିକ ସୁବିଧା ସୁଯୋଗ ରହିଛି। ଏଠାରେ ନାମ ଲେଖାଇବା ପାଇଁ ଅଭିଭାବକମାନେ ନିର୍ଦ୍ଧାରିତ ତାରିଖ ସୁଦ୍ଧା ଆବେଦନ କରିବାକୁ ଭୁବନେଶ୍ୱର ସୈନିକ ସ୍କୁଲ କର୍ତ୍ତୃପକ୍ଷ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri