ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର ଉପକଣ୍ଠ ଘୋଡାହାଡ ଡ୍ଯାମ ରାସ୍ତା ଛକରେ ସ୍ଥାପିତ ହୋଇଥିବା ସନ୍ଥ ଅରକ୍ଷିତ ଦାସଙ୍କ ପ୍ରତିମୂର୍ତ୍ତି ରେ ଉପସ୍ଥିତ ଗଣ୍ୟମାନ୍ୟ ବ୍ୟକ୍ତିବୃନ୍ଦ ପ୍ରଦୀପ ପ୍ରଜ୍ଜ୍ୱଳନ କରି ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ପରେ ଆୟୋଜିତ ଆଲୋଚନା ସଭାରେ ଆଇନଜୀବି କୁରେଶୁ ପଣ୍ଡା ସଭାପତିତ୍ବ କରିଥିଲେ।ବଡଖେମୁଣ୍ଡି ରାଜ ପରିବାରର ସଦସ୍ୟ ସିଦ୍ଧାନ୍ତ ଗଙ୍ଗଦେବ , ଏନଏସି ଅଧ୍ଯକ୍ଷ ପ୍ରଫୁଲ୍ଲ ପଣ୍ଡା, ଐତିହାସିକ ଡ଼. ଅନନ୍ତରାମ କର, ପୂର୍ବତନ କାଉନସିଲର ନିରୁପମା ପଟ୍ଟନାୟକ, ଆଇନଜୀବି ଅଶେଷ ନାଥ ମିଶ୍ର, ହରପ୍ରସାଦ ରଥ, ବିଚିତ୍ର ବର୍ଣ୍ଣାଳି ନାଟ୍ୟ ସଂସଦ ର ସମ୍ପାଦକ ଆଲୋକ ବିଷୋୟୀ ପ୍ରମୁଖ ସନ୍ଥ ଅରକ୍ଷିତ ଙ୍କ ଜୀବନୀ ଓ ସାହିତ୍ୟ କୃତି ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ତତ୍କାଳୀନ ବଡଖେମୁଣ୍ଡି ରାଜ୍ୟର ବିଜୟ ନଗର ଗଡରେ ଆଷାଢ଼ ଶୁକ୍ଳ ଏକାଦଶୀ ତିଥି ରେ ଜନ୍ମିତ ବଡ଼ ଖେମୁଣ୍ଡି ରାଜପୁତ୍ର ବୀରଭଦ୍ର ଦେବ ପରବର୍ତ୍ତୀ ଅବସ୍ଥାରେ  ସନ୍ଥ ଅରକ୍ଷିତ ଦାସ ନାମରେ ପରିଚିତ ହୋଇ ଅବିଭକ୍ତ କଟକ ଜିଲା କେନ୍ଦ୍ରାପଡ଼ା ର ଓଳାଶୁଣି ଗୁମ୍ଫା ରେ ପ୍ରସିଦ୍ଧି ଲାଭ କରିଥିଲେ ମଧ୍ୟ ଜନ୍ମ ମାଟିରେ ଅନାଲୋଚିତ ରହିବା ଦୁର୍ଭାଗ୍ୟର ବିଷୟ ବୋଲି ଆଲୋଚନା ବେଳେ  ମତ ପ୍ରକାଶ ପାଇଥିଲା।ସନ୍ଥଙ୍କ ଜୀବନାଦର୍ଶ ଓ ତାଙ୍କ ରଚିତ ଶାକ୍ୟ ସଂହିତା, ମହୀମଣ୍ଡଳ ଗୀତା ଭଳି ଅନେକ ଗ୍ରନ୍ଥ, ରଚନାବଳୀ ର ଅଧିକ ପ୍ରଚାର ପ୍ରସାର କରାଯାଇ ପାରିଲେ ସମାଜରେ ଏହାର ସକାରାତ୍ମକ ପ୍ରଭାବ ପଡିବା ସହ ତାଙ୍କ ଜନ୍ମମାଟି ତତ୍କାଳୀନ ବଡ଼ଖେମୁଣ୍ଡି ବା ବର୍ତ୍ତମାନର ଦିଗପହଣ୍ଡି ମାଟି  ଅଧିକ ପବିତ୍ର ହୋଇପାରିବ ବୋଲି ସଭାରେ ମତ ପ୍ରକାଶ ପାଇଥିଲା। ଦିଗପହଣ୍ଡି ସ୍ଥିତ ସନ୍ଥ ଅରକ୍ଷିତ ଦାସ ବସଷ୍ଟାଣ୍ଡ ରେ ତାଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଏନଏସି ଅଧ୍ୟକ୍ଷ ବ୍ୟକ୍ତିଗତ ଭାବେ ଉଦ୍ୟମ କରିବେ ବୋଲି  ସଭାରେ କହିଥିଲେ।ସାମାଜିକ କର୍ମୀ ନୀଳକଣ୍ଠ ପଟ୍ଟନାୟକ, ମିଲନ ପାଣିଗ୍ରାହୀ, ପିଙ୍କୁ ଘଡେଇ, ମୁନା  ବିଷୋୟୀ,ଚନ୍ଦନ ପଣ୍ଡା, ବିନୋଦ ପ୍ରଧାନ ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri