ଦଣ୍ଡବତ ଯାତ୍ରାରେ ସନ୍ଥ: ବିଶ୍ୱର ମଙ୍ଗଳ ପାଇଁ ରାଜସ୍ଥାନରୁ ପୁରୀ

ନୟାଗଡ଼ ଅଫିସ,୧୧।୮: ବିଶ୍ୱର ମଙ୍ଗଳ କାମନା ସହ ଭାରତରେ ଶାନ୍ତି ପ୍ରତିଷ୍ଠା ପାଇଁ ରାମସିଂ ଭଗତ ନାମକ ଜଣେ ସନ୍ଥ ରାଜସ୍ଥାନରୁ ଶ୍ରୀକ୍ଷେତ୍ର ଧାମ ପୁରୀକୁ ଦଣ୍ଡବତ ଯାତ୍ରାରେ ବାହାରିଛନ୍ତି। ୧୫ରୁ ୨୦ ଦିନ ଭିତରେ ପୁରୀରେ ପହଞ୍ଚି ଜଗନ୍ନାଥଙ୍କୁ ଦର୍ଶନ କରି ଫେରିବେ ବୋଲି ଅଭିଳାଷ ରଖିଛନ୍ତି। ବର୍ତ୍ତମାନ ସମୟରେ କରୋନା କାୟା ବିସ୍ତାର କରିଚାଲିଥିବାରୁ ଏଥିରୁ ମୁକ୍ତି ପାଇଁ ସେ ଠାକୁରଙ୍କୁ ନିବେଦନ କରିଛନ୍ତି। ଦଣ୍ଡବତ ଯାତ୍ରାରେ ସନ୍ଥ ରାସ୍ତାରେ ଏକ ଟେକା ପକାଉଛନ୍ତି। ତା’ପରେ ଟେକାକୁ ଗୋଟାଇ ରାସ୍ତାରେ ଜରି ଶେଯ ପକାଇ ତା’ଉପରେ ଶୋଇପଡୁଛନ୍ତି। ପୁଣି ଉଠି ପୂର୍ବବତ୍‌ କରୁଛନ୍ତି। ସନ୍ଥଙ୍କ ଘର ରାଜସ୍ଥାନର କରୋଲି ଜିଲା ତେହେରା କରକାପୁରରେ। ସେ ୨୦୧୯ ନଭେମ୍ବର ୩ରୁ ଦଣ୍ଡବତ ଯାତ୍ରା ଆରମ୍ଭ କରିଛନ୍ତି। ତାଙ୍କ ସହ ଯାତ୍ରାରେ ଜୟସିଂ, ବତୁ ରାମ, ହରିମନ ଜୟସିଂ ସାମିଲ ହୋଇଛନ୍ତି। ସନ୍ଥ ରାମସିଂ ଭଗତଙ୍କ ସୂଚନା ଅନୁସାରେ ସେ ୨୦୧୬ରେ ଉତ୍ତରାଖଣ୍ଡର ବଦ୍ରିନାଥକୁ ବିଶ୍ୱର ମଙ୍ଗଳ ପାଇଁ ଦଣ୍ଡବତ ଯାତ୍ରା କରିଥିଲେ। ୬ମାସର ଯାତ୍ରା ପରେ ତାଙ୍କୁ ସଫଳତା ମିଳିଥିଲା ଓ ସେ ବଦ୍ରିନାଥଙ୍କୁ ଦର୍ଶନ କରିଥିଲେ। ଏହି ଯାତ୍ରା ତାଙ୍କୁ ଶ୍ରୀକ୍ଷେତ୍ର ଯାତ୍ରା ପାଇଁ ପ୍ରେରଣା ଦେଇଥିଲା। ସେ ବର୍ତ୍ତମାନ ପ୍ରାୟ ଅଢ଼େଇ ହଜାର କି.ମି. ଯାତ୍ରା କରିସାରିଲେଣି। କରୋନା ସମୟରେ ଶ୍ରୀକ୍ଷେତ୍ର ଧାମ ବନ୍ଦ ରହିଥିଲେ ବି ଠାକୁରଙ୍କୁ ସେ ଦର୍ଶନ କରିବେ ବୋଲି ଆଶା ରଖିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri