ବିବାହ ବାର୍ଷିକୀ ପାଳନ କରିବେନି ସାୟରା-ଦିଲ୍ଲିପ

ମୁମ୍ବାଇ: ବଲିଉଡ୍‌ର ବରିଷ୍ଠ କଳାକାର ଦିଲ୍ଲିପ କୁମାର ଓ ତାଙ୍କ ପତ୍ନୀ ସାୟରା ବାନୋ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଅକ୍ଟୋବର ୧୧ରେ ଏମାନଙ୍କର ବିବାହ ବାର୍ଷିକୀ ଥିବା ବେଳେ ଚଳିତ ବର୍ଷ ଏମାନେ ଏହାକୁ ପାଳନ କରିବେ ନାହିଁ । ଏହା ତାଙ୍କର ୫୪ ତମ ବିବାହ ବାର୍ଷିକ ଥିଲା । ହେଲେ କରୋନା ମହାମାରୀ ଯୋଗୁ ଏମାନେ ଚଳିତ ବର୍ଷ ଏହା ପାଳନ କରିବେ ନାହିଁ ବୋଲି କହିଛନ୍ତି । ଦିଲ୍ଲିପ ନିଜେ ସୋସିଆଲ ମିଡିଆ ମାଧ୍ୟମରେ ନିଜ ଭାଇମାନଙ୍କ ଦେହନ୍ତ ସହ କରୋନା ମହାମାରୀ ନେଇ ଚଳିତ ବର୍ଷ ବିବାହ ବାର୍ଷିକୀ ପାଳନ କରିବେ ନାହିଁ ବୋଲି କହିଛନ୍ତି । ଏହାସହ ସାୟରା ମଧ୍ୟ ଲେଖିଛନ୍ତି ୧୧ ଅକ୍ଟୋବର ମୋ ଜୀବନର ସବୁଠାରୁ ମହତ୍ୱପୂର୍ଣ୍ଣ ଦିନ । କାରଣ ଏହିଦିନ ମୋ ଜୀବନର ସ୍ୱପ୍ନ ପୂରଣ ହୋଇଥିଲା ଓ ମୁଁ ଦିଲ୍ଲିପ ସାହେବଙ୍କୁ ବିବାହ କରିଥିଲି । ହେଲେ ଚଳିତ ବର୍ଷ ଆମେ ଉଭୟ ଏହି ଦିନକୁ ପାଳନ କରୁନୁ । ନିକଟରେ ଦିଲ୍ଲିପଙ୍କ ଭାଇଙ୍କ ଦେହନ୍ତ ଓ କରୋନା ମହାମାରୀ ଯୋଗୁ ଆମେ ଏହି ନିଷ୍ପତ୍ତି ନେଇଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri