ଯାତ୍ରା ମାଲିକ ନାଣ୍ଡୁଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସାଇଙ୍କ ମା’, କହିଲେ ମୋ ପୁଅକୁ…

ଭୁବନେଶ୍ୱର,୬।୨: ଅନନ୍ତ ନାରାୟଣ ଧଳ ଓରଫ ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ । କଳାକାରଙ୍କୁ ନିର୍ଯାତନା ଦେଉଥିବା ନେଇ ତାଙ୍କ ନାଁରେ ଅଭିଯୋଗ ହୋଇଛି । ଗ୍ରୀନରୁମରେ ଅଭିନେତାଙ୍କୁ ଧମକଚମକ ଦେଉଛନ୍ତି । ଏଭଳି ଅଭିଯୋଗ କରିଛନ୍ତି ତୁଳସୀ ଗଣନାଟ୍ୟରେ ଖଳନାୟକ ଭୂମିକାରେ ଅଭିନୟ କରୁଥିବା ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ମା’ ପଦ୍ମିନୀ ଦାଶ । ଏନେଇ ସେ ଭୁବନେଶ୍ବର ଉପକଣ୍ଠ ବାଲିପଟଣା ଥାନାରେ ଏତଲା ହୋଇଛି ।

ମା’ଙ୍କ ଅଭିଯୋଗ ଅନୁଯାୟୀ, ତୁଳସୀ ଗଣନାଟ୍ୟର ମାଲିକ ନାଣ୍ଡୁ ବାବୁ ତାଙ୍କ ପୁଅ ଖଳନାୟକ ସାଇ ସତ୍ୟଜିତଙ୍କୁ ମାନସିକ ନିର୍ଯାତନା ଦେଉଛନ୍ତି । ୫ରୁ ୬ଦିନ ହେଲା ଗୁଣ୍ଡା ଲଗାଇ ଧମକଚମକ ଦେଉଛନ୍ତି । ଯାତ୍ରା ଚଲୁଥିବା ବେଳେ ଗ୍ରୀନ ରୁମକୁ ଆସି କାମ କରାଇ ଦେଉନାହାନ୍ତି । ଗୁରୁବାର ମାନସିକ ଚାପ ସହି ନପାରି ସାଇ ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ସାଥି କଳାକାରମାନେ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ପରିବାର ଲୋକ ସକାଳୁ ଖବର ଜାଣିବା ପରେ ପୁଅକୁ ଖଣ୍ଡଗିରିରୁ ଆଣିଛନ୍ତି । ଏତେ ବଡ଼ ଘଟଣା ଘଟିଯିବା ପରେ ମଧ୍ୟ ଯାତ୍ରା ପାର୍ଟି ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ ବୋଲି ମା’ ପଦ୍ମିନୀ ଦାଶ ଏତଲାରେ ଅଭିଯୋଗ କରିଛନ୍ତି ।

ଏହା ପୂର୍ବରୁ ଗତ ବର୍ଷ ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ବା ନାଣ୍ଡୁ ବାବୁ ବିବାଦୀୟ ହୋଇପଡ଼ିଥିଲେ । ସେ ହାସ୍ୟ ଅଭିନେତା ନରୀ ପଣ୍ଡାକୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା । ନିଜ ହୋଟେଲକୁ ଡାକି ନାଣ୍ଡୁ ବାବୁ ଏବଂ ତାଙ୍କର ଷ୍ଟାଫ ମାରଧର କରିଥିଲେ । ସେହିପରି ନବାଗତ ନାୟିକା ମାମୁନିଙ୍କୁ ମାନସିକ ଓ ଶାରିରୀକ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି।…

ଟି-୨୦ ବିଶ୍ୱକପ୍‌ରୁ ବାଦ୍ ପଡ଼ିଲେ ହର୍ଷିତ ରାଣା: ଭାରତକୁ ବଡ଼ ଝଟ୍‌କା

ମୁମ୍ବାଇ,୬।୨: ଟି-୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳ ପାଇଁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦ୍ରୁତ ବୋଲର ହର୍ଷିତ ରାଣା…

“ମହିଳାଙ୍କୁ ବାଧ୍ୟ କରାଯାଇପାରିବ ନାହିଁ”: ନାବାଳିକାଙ୍କୁ ୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୨: ମହିଳାଙ୍କ ପ୍ରଜନନ ସ୍ଵାଧୀନତାକୁ ଗୁରୁତ୍ୱ ଦେଇ ମାନ୍ୟବର ସୁପ୍ରିମକୋର୍ଟ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଜଣେ ଯୁବତୀଙ୍କୁ ତାଙ୍କ ଇଚ୍ଛା ବିରୁଦ୍ଧରେ ମାତୃତ୍ୱ ଗ୍ରହଣ…

ଯାତ୍ରା ମଝିରେ ଷ୍ଟେଜ୍‌ରେ ଗଳିପଡିଲେ ସାଇ, ରାତି ଅଧରେ ଗଲେ ମେଡିକାଲ

ଭୁବନେଶ୍ୱର,୬।୨: ଅସୁସ୍ଥ ହେଲେ ତୁଳସୀ ଗଣନାଟ୍ୟର ମୁଖ୍ୟ ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡା। ଅଧାରୁ ବନ୍ଦ ହେଲା ଯାତ୍ରା। ଯାତ୍ରା ଅଧାରୁ ସାଇଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା…

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri