Posted inଖେଳ

୨୦୦ମିଟର ଫ୍ରିଷ୍ଟାଇଲ୍‌ରେ ସଜନଙ୍କ ଜାତୀୟ ରେକର୍ଡ

ନୂଆଦିଲ୍ଲୀ, ୨୮ା୬ (ପି.ଟି.)- ଇଟାଲୀର ରୋମ୍‌ଠାରେ ଚାଲିଥିବା ସିଟେ କୋଲି ଟ୍ରଫି ସନ୍ତରଣ ପ୍ରତିଯୋଗିତାରେ ଭାରତର ସଜନ ପ୍ରକାଶ ୨୦୦ ମିଟର ଫ୍ରିଷ୍ଟାଇଲ ଇଭେଣ୍ଟରେ ନୂଆ ଜାତୀୟ ରେକର୍ଡ ପ୍ରତିଷ୍ଠା କରିଛନ୍ତି। ଫିନା ସ୍ବୀକୃତିପ୍ରାପ୍ତ ଏହି ଅଲିମ୍ପିକ କ୍ୱାଲିଫାୟରରେ ପ୍ରକାଶ ୧:୪୯.୭୩ ସେକେଣ୍ଡ ଟାଇମିଂରେ ରେସ୍‌ ଶେଷ କରି ଏହି ସଫଳତା ହାସଲ କରିଛନ୍ତି। ପୂର୍ବରୁ ଏହି ରେକର୍ଡ ବିର୍ଦ୍ଧଓ୍ବାଲ ଖାଡେଙ୍କ ନାମରେ ରହିଥିଲା ଖାଡେ ୨୦୧୦ ଏସିଆନ ଗେମ୍ସରେ ୧:୪୯.୮୬ ସେକେଣ୍ଡ ଟାଇମିଂରେ ବ୍ରୋଞ୍ଜ ଜିତିବା ସହ ଜାତୀୟ ରେକର୍ଡ ପ୍ରତିଷ୍ଠା କରିଥିଲେ। ଏଥକୁ ମିଶାଇ ସଜନ ଚଳିତ ମାସରେ ୩ଥର ଜାତୀୟ ରେକର୍ଡ ଭଙ୍ଗ କରିଛନ୍ତି। ଶନିବାର ପୁରୁଷ ୨୦୦ ମିଟର ବଟର ଫ୍ଲ୍‌ାଏ ଇଭେଣ୍ଟରେ ସେ ରେକର୍ଡ ଭଙ୍ଗକରୀ ୧:୫୬.୩୮ ସେକେଣ୍ଡ ଟାଇମିଂ ସହ ପ୍ରଥମ ଭାରତୀୟ ସନ୍ତରଣକାରୀ ଭାବେ ଅଲିମ୍ପିକ କ୍ୱାଲିଫାଇଂ ଟାଇମ୍‌ ହାସଲ କରିଥିଲେ। ସଜନ ଗତ ସପ୍ତାହରେ ବେଲଗ୍ରେଡ୍‌ ଟ୍ରଫି ସନ୍ତରଣ ପ୍ରତିଯୋଗିତାରେ ୧:୫୬.୯୬ ସେକେଣ୍ଡ ଟାଇମିଂ ସହ ନିଜ ଦ୍ୱାରା ପ୍ରତିଷ୍ଠିତ ଜାତୀୟ ରେକର୍ଡକୁ ଭଙ୍ଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ଏହି ବୋଲରକୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ! ନିଜେ କହିଦେଲେ ସବୁ ସତ

ନୂଆଦିଲ୍ଲୀ, ୩୦।୭: ଭାରତୀୟ କ୍ରିକେଟ ଜଗତରେ ଏବେ ଛାଇ ଯାଇଥିବା ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଛନ୍ତି। ସେ ଭାରତ ପାଇଁ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri